ଉମରକୋଟ: ନବରଙ୍ଗପୁର ଜିଲ୍ଲା ଉମରକୋଟ ବେନୋରା ପଞ୍ଚାୟତର ନୂଆଗଡ଼ ଗାଁରେ ଗୋଟିଏ ପରିବାରର ଦୁଇ ଜଣ ନାବାଳକଙ୍କ ମୃତ୍ୟୁ ଘଟଣାରେ ସ୍ଥାନୀୟ କ୍ୱାକ୍ ମନୋଜ ଖଟୁଆଙ୍କ ନାଁରେ ଗତକାଲି ପରିବାର ପକ୍ଷରୁ ଥାନାରେ ଏତଲା ଦିଆଯାଇଛି।
ରବିବାର ନୂଆଗଡ଼ ଗାଁର ଗୋଟିଏ ପରିବାରର ଦୁଇ ଜଣଙ୍କ ମୃତ୍ୟୁ ଘଟିଥିଲା। ଅନ୍ୟ ଦୁଇ ଜଣ ଉମରକୋଟ ଓ ନବରଙ୍ଗପୁର ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସିତ ହେଉଛନ୍ତି।
ଗତକିଛି ଦିନ ଧରି ପରିବାରର ସମସ୍ତଙ୍କୁ ଜ୍ୱର ହୋଇଥିଲା ଓ ସେମାନେ କ୍ୱାକ୍ଙ୍କଠାରୁ ଔଷଧ ଆଣି ଖାଇଥିଲେ। ଗତ ରବିବାର ଦେହ ଭଲ ଲାଗିବାରୁ ସନମତି ଗୌଡ଼ ମାଣ୍ଡିଆ ଜାଉ କରି ତାଙ୍କ ୩ ପୁଅଙ୍କୁ ଦେଇଥିଲେ ଏବଂ ସିଏ ନିଜେ ଖାଇଥିଲେ। ମାଣ୍ଡିଆ ଜାଉ ଖାଇବା ପରେ ମଣିରମ ଓ ଚୌତନ୍ୟଙ୍କ ଘଟଣା ସ୍ଥଳରେ ମୃତ୍ୟୁ ହୋଇଥିଲା।
ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ମୃତ୍ୟୁର କାରଣ ଜଣାପଡ଼ିବ ବୋଲି ପୋଲିସ୍ କହିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ମଦ ପିଇ ତିନି ସାଙ୍ଗଙ୍କ ବେପରୁଆ ଗାଡ଼ି ଚାଳନା; ଅଟକାଇବାରୁ ପୁଲିସକୁ ମାରିଦେଲେ
ପୁଲିସ ଏନକାଉଣ୍ଟରରେ ଜଣେ ଅଭିଯୁକ୍ତ ମୃତ।
Crime
ବନ୍ଦ କୋଠରୀରୁ ୮ ଦିନ ପରେ ସ୍ୱାମୀ ଉଦ୍ଧାର, ଖାଇବାକୁ ନଦେଇ ନିସ୍ତୁକ ମାଡ଼ ମାରି ବନ୍ଦୀ କରିଥିଲେ ସ୍ତ୍ରୀ
କସ୍ତାନ୍ତିନ ପରିଛା ଓ ତାଙ୍କ ପତ୍ନୀ ପ୍ରାଣ ରଞ୍ଜନି ପରିଛାଙ୍କ ମଧ୍ୟରେ ଦୀର୍ଘ ଦିନ ଧରି ଝଗଡ଼ା ଲାଗି ରହିଥିଲା।
Crime
ନାବାଳିକାକୁ ଗଣଦୁଷ୍କର୍ମ ମାମଲାରେ ଦୁଇ ଜଣଙ୍କୁ ଆଜୀବନ କାରାଦଣ୍ଡ
ପରିବାର ଲୋକେ ଖବର ପାଇ ଝିଅକୁ ରାସ୍ତାକଡ଼ରୁ ଉଦ୍ଧାର କରିଥିଲେ।