ଭୁବନେଶ୍ୱର: ନକଲି କାଗଜପତ୍ର ଦେଖାଇ ଜମି ବିକ୍ରି କରିଥିବା ଅଭିଯୋଗରେ ୪ ଜଣଙ୍କୁ ଗିରଫ କରିଛି ବଡଗଡ଼ ଥାନା ପୋଲିସ୍। ସେମାନେ ହେଲେ ଖୋର୍ଦ୍ଧା ଜିଲ୍ଲା ପଲ୍ଲା ଗାଁର ଅରୁଣ କୁମାର ସାହୁ, ଗଞ୍ଜାମ ଜିଲ୍ଲା କବିସୂର୍ଯ୍ୟନଗର ବଡ଼ଖଇରାର ଅଶୋକ ମିଶ୍ର, ନୟାପଲ୍ଲୀ ଆଇଆରସି ଭିଲେଜର ଦୀପକ କୁମାର ସିଂହ ଏବଂ ରାୟଗଡ଼ା ଜିଲ୍ଲା ଗାନ୍ଧୀନଗର ବଡ଼ଗଡ଼ିର ଦିଲ୍ଲୀପ କୁମାର ଦେବର୍ତ୍ତା। ଗରଫ ପରେ ଅଭିଯୁକ୍ତମାନଙ୍କୁ କୋର୍ଟ ଚାଲାଣ କରାଯାଇଛି।
ଭୁବନେଶ୍ୱର ନିକଟସ୍ଥ ତମାଣ୍ଡୋ ଥାନା ଦଶବାଟିଆରେ ୫୫ ଡେସିମିଲ ଜମିକୁ ଜାଲ କାଗଜପତ୍ର ଦେଖାଇ ଏମାନେ ନୟାଗଡ଼ ଜିଲ୍ଲା ଶରଣକୁଳ ଥାନା ରଙ୍କା ଦେଉଳି ଗାଁର ସତ୍ୟବାନ ସାହୁଙ୍କୁ ୧୪ ଲକ୍ଷ ୪୦ ହଜାର ଟଙ୍କାରେ ବିକ୍ରି କରିଥିବା ଅଭିଯୋଗ ହୋଇଥିଲା। ସତ୍ୟବାନ ଗତ ଜୁଲାଇରେ ଟଙ୍କା ଦେଇ ଜମି କିଣିଥିଲେ। ଜମିରେ ପାଚେରୀ ବୁଲାଇବା ବେଳେ ଜମିର ପ୍ରକୃତ ମାଲିକ ସେ ଜମି ତାଙ୍କର ବୋଲି ଦର୍ଶାଇଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ବାଇକ୍ରେ ଆସିଲେ, ସୁନା ଚେନ୍ ଝାମ୍ପି ନେଲେ
ବାଇକ୍ରେ ଆସିଲେ। ଆଖି ପିଛୁଳାକେ ସ୍ପଷ୍ଟ ଦିବାଲୋକରେ ଥାନା ସମ୍ମୁଖରୁ ମହିଳାଙ୍କ ବେକରୁ ସୁନା ଚେନ୍ ଝାମ୍ପି ନେଲେ ।
Crime
ମଦ୍ୟପ ପୁଅର ନିର୍ଯାତନା ଅତିଷ୍ଠ କଲା, ଛୁରୀ ଭୁଷିଦେଲା ବାପା
ମଦ୍ୟପ ପୁଅର ନିର୍ଯାତନା ଅତିଷ୍ଠ କଲା। ଯେଉଁ ପୁଅ ବାପାର ସାହାରା ପାଲଟିବା କଥା, ସେ ମୁଣ୍ଡ ବିନ୍ଧାର କାରଣ ପାଲଟିଲା। ମଦ ନିଶାରେ ଚୁର ପୁଅର ସବୁବେଳେ କଲବଲ କରିବାରୁ ତାକୁ ରାସ୍ତାରୁ ସଫା କରିଦେଲା ବାପା।
Crime
ସ୍ୱାମୀ ପାଲଟିଗଲା ସଇତାନ, ସ୍ତ୍ରୀର ବେକ କାଟିଦେଲା
ଘରୋଇ କଳହରୁ ଘଟିଲା ବୀଭତ୍ସ ହତ୍ୟାକାଣ୍ଡ। ସ୍ୱାମୀ ପାଲଟିଗଲା ସଇତାନ । ସାତ ଜନ୍ମ ପାଇଁ ଯାହା ହାତ ଧରିଥିଲା ତା’ ବେକ କାଟି ଦେଲା।
Crime
ନିର୍ମାଣାଧୀନ ଘରୁ ବୋମା ଭର୍ତ୍ତି ବ୍ୟାଗ୍ ଜବତ, ଅଭିଯୁକ୍ତ ଚମ୍ପଟ
ପୁଲିସ୍କୁ ଦେଖି କିଛି ଯୁବକ ବ୍ୟାଗ ଛାଡି ଦୌଡ଼ି ପଳାଇଥିବା ବେଳେ ପୁଲିସ୍ ସେମାନଙ୍କ ସନ୍ଧାନ ଆରମ୍ଭ କରିଛି।
Crime
‘ଆଇନ ଛାତ୍ର ରାଗିଂ କରିବା ଅଶୋଭନୀୟ, ଅନାଥାଶ୍ରମରେ ସପ୍ତାହେ ପାଠ ପଢ଼ାଇବେ’
ଆବେଦନର ବିଚାର କରି ଆଇନ ଛାତ୍ରଙ୍କ ବିରୋଧରେ ନିମ୍ନ ଅଦାଲରେ ରୁଜୁ ହୋଇଥିବା ଫୌଜଦାରୀ ମାମଲାକୁ ହାଇକୋର୍ଟ ଖାରଜ କରିଛନ୍ତି। ମାତ୍ର ଆଇନ ଛାତ୍ରଙ୍କ ଏପରି ଆଚରଣରେ କ୍ଷୋଭ ପ୍ରକାଶ କରିଛନ୍ତି ହାଇକୋର୍ଟ।