ନୟାଗଡ଼: ନୟାଗଡ଼ ପୋଲିସ୍ ରବିବାର ସାତ ଜଣ ନକଲି ସିଆର୍ପିଏଫ୍ ଯବାନଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ସେମାନଙ୍କ ନିକଟରୁ ବୋଲେରୋ ଗାଡ଼ି, ନକଲି ପରିଚୟ ପତ୍ର, ୭ଟି ମୋବାଇଲ, ୧୨ ହଜାର ଟଙ୍କ। ଓ ସିମ୍କାର୍ଡ ପୋଲିସ୍ ଜବତ କରିଛି । ଗତକାଲି ଏମାନେ ବସଷ୍ଟାଣ୍ଡରେ ସନ୍ଦିଗ୍ଧ ଅବସ୍ଥାରେ ବୁଲୁଥିବା ବେଳେ ପୋଲିସ ଗିରଫ କରିଥିଲା। ଗିରଫ ଯୁବକମାନଙ୍କ ଘର ରାୟଗଡ଼ା, ନୂଆପଡ଼ା ଓ କଳାହାଣ୍ଡି ଜିଲ୍ଲାରେ ବୋଲି ଜଣାପଡ଼ିଛି। ଏହି ଯୁବକମାନଙ୍କ ନାଁରେ ପୂର୍ବରୁ ବିଭିନ୍ନ ଥାନାରେ ମାମଲା ଥିବା ଆଇଆଇସି ନାରାୟଣ ଚନ୍ଦ୍ର ବାରିକ୍ କହିଛନ୍ତି। ଏହି ଯୁବକମାନେ ଗାଡ଼ିରେ ପୋଲିସ୍ ପେଟ୍ଲ୍ ଓ ସିଆରପିଏଫ୍ ଡ୍ରେସ୍ ପିନ୍ଧି ନିଜକୁ ଯବାନର ପରିଚୟ ଦେଇଥାନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ନାବାଳିକାକୁ ଗଣଦୁଷ୍କର୍ମ ମାମଲାରେ ଦୁଇ ଜଣଙ୍କୁ ଆଜୀବନ କାରାଦଣ୍ଡ
ପରିବାର ଲୋକେ ଖବର ପାଇ ଝିଅକୁ ରାସ୍ତାକଡ଼ରୁ ଉଦ୍ଧାର କରିଥିଲେ।
Crime
୫ ବର୍ଷର ଶିଶୁକନ୍ୟାକୁ ଦୁଷ୍କର୍ମ ଅଭିଯୋଗରେ ୫୫ ବର୍ଷୀୟ ବ୍ୟକ୍ତି ଗିରଫ
ଅଭିଯୋଗ ପାଇବା ପରେ ପୁଲିସ ଅଭିଯୁକ୍ତଙ୍କୁ ଥାନାକୁ ଆଣି ପଚରାଉଚରା କରିଥିଲା। ତା’ପରେ ତାଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା।
Crime
ଶିଶୁ ବିକ୍ରି ଘଟଣା: ନିଲମ୍ବିତ ଏଏନ୍ଏମ୍ ଗିରଫ, ଆଉ ୨ ଜଣଙ୍କୁ ବି ବାନ୍ଧିଲା ପୁଲିସ
ଏହି ଘଟଣାରେ ନିଜେ ଉପ-ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଗ୍ରାଉଣ୍ଡଜିରୋକୁ ଯାଇ ଘଟଣାର ତନାଘନା କରିଥିଲେ।
Crime
ବବିଙ୍କ ଭାଇ ଭବଙ୍କ ନାଁରେ ମାମଲା ରୁଜୁ
ଦୁଇ ଦିନ ତଳେ ଧର୍ମଶାଳା ବିଧାୟକଙ୍କୁ ଆକ୍ରମଣ ଘଟଣାରେ ବିବାଦୀୟ ହୋଇପଡ଼ିଥିବା ବବିଙ୍କ ଭାଇଙ୍କ ବିରୋଧରେ ଜଣେ ପରିବା ବ୍ୟବସାୟୀ ଦେଇଥିଲେ ଏତଲା।