ଭୁବନେଶ୍ୱର: ଭୁବନେଶ୍ୱର ସାଲିଆ ସାହିର ଈଶାକ ଦିଗଲ ମାମଲାରେ ନୟାପଲ୍ଲୀ ଥାନା ଏଏସ୍ଆଇ ଏନ.ସି ସ୍ୱାଇଁ ନିଲମ୍ବିତ ହୋଇଛନ୍ତି। ସେହିପରି ଆଇଆଇସି ସୂର୍ଯ୍ୟମଣି ପ୍ରଧାନଙ୍କୁ କାରଣ ଦର୍ଶାଅ ନୋଟିସ୍ ଜାରି କରାଯାଇଛି। ଏପଟେ ପୁଅ ଜୀବିତ କିମ୍ବା ମୃତ୍ୟୁ ସେନେଇ ପରିବାର ଲୋକେ ଅନ୍ଧାନରରେ ଅଛନ୍ତି।
ଗତ ୫ ତାରିଖରେ ସାଲିଆସାହିର ପବିତ୍ର ଦିଗଲଙ୍କ ପୁଅ ଈଶାକ୍ ଦୁର୍ଘଟଣାର ଶିକାର ହୋଇଥିଲା। ଖବର ପାଇ ନୂଆପଲ୍ଲୀ ଥାନା ପିସିଆର ଈଶାକୁ ଉଦ୍ଧାର କରି କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରିଥିଲା। ଅବସ୍ଥା ଗୁରୁତର ହେବାରୁ କଟକ ବଡ଼ ମେଡିକାଲକୁ ସ୍ଥାନାନ୍ତର କରାଯାଇଥିଲା।
ଘଟଣା ଘଟିବାର ପରଦିନ ଈଶାକଙ୍କ ପରିବାର ଲୋକେ ପୁଅ ନିଖୋଜ ଥିବା ନେଇ ନୟାପଲ୍ଲୀ ଥାନାରେ ଏତଲା ଦେଇଥିଲେ। ମାତ୍ର ପୋଲିସ ପୂର୍ବଦିନ ଦୁର୍ଘଟଣା ସମ୍ପର୍କରେ ଏହି ପରିବାରକୁ ଆଦୌ ସୂଚନା ଦେଇନଥିବା ଅଭିଯୋଗ ହୋଇଛି। ଖାଲି ସେତିକି ନୁହେଁ, କଟକରେ ଈଶାକର ମୃତ୍ୟୁ ପରେ ପରିବାର ଲୋକଙ୍କ ଅଜ୍ଞାତରେ ତା’ର ଶବ ମଧ୍ୟ ସତ୍କାର ହୋଇଥିବା ଅଭିଯୋଗ ହୋଇଛି। ଏନେଇ ପରିବାର ଲୋକେ ଥାନା ଘେରାଉ କରିବା ସହ ମାନବାଧିକାର କମିଶନରେ ମଧ୍ୟ ଦ୍ୱାରସ୍ଥ ହୋଇଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ବିନା ଶାର୍ଟରେ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଘରକୁ ପଠାଇଲେ ପ୍ରିନ୍ସିପାଲ
ଦଶମ ପରୀକ୍ଷା ସରିଲା ବୋଲି ଖୁିସିରେ ଜଣେ ଜଣକ ଶାର୍ଟରେ ଶୁଭେଚ୍ଛା ଲେଖି ସେଲିବ୍ରେସନ କରୁଥିଲେ ଛାତ୍ରୀ। ପ୍ରିନ୍ସିପାଲଙ୍କୁ ଏହା ପସନ୍ଦ ନଆସିବାରୁ ପ୍ରାୟ ଶହେ ଛାତ୍ରୀଙ୍କୁ ଶାର୍ଟ ଖୋଲି ଘରକୁ ଯିବାକୁ ବାଧ୍ୟ କରାଯାଇଥିଲା।
Crime
ପ୍ରସୂତିଙ୍କ ଚିକିତ୍ସା ଅଧାରୁ ଛାଡ଼ି ପଳାଇଥିଲେ ଡାକ୍ତର; ୧୧ କୋଟି ଜୋରିମାନା କଲେ କୋର୍ଟ
ପ୍ରସବ ପରେ ଅତ୍ୟଧିକ ରକ୍ତସ୍ରାବ ହୋଇ ମହିଳାଙ୍କର ମୃତ୍ୟୁ ହୋଇଥିଲା। ଚିକିତ୍ସା ଅଧାରୁ ପାଣି ପିଇବାକୁ କହି କେଉଁଆଡ଼େ ପଳାଇଥିଲେ ଦୁଇ ଡାକ୍ତର।
Crime
ସରକାରୀ ଚାକିରି ବେପାର କରୁଥିଲେ 420 ଦମ୍ପତି
ରାଉରକେଲା ଟିମ୍ବର କୋଲୋନୀର ଲକ୍ଷ୍ମୀ ତନ୍ତି ଓ ତାଙ୍କ ସ୍ଵାମୀ ସଂଗ୍ରାମ ସାହୁ ପାଠଶାଠ କମ୍ ପଢ଼ିଛନ୍ତି। ତଥାପି ସରକାରୀ ଚାକିରି ବାଣ୍ଟୁଥିଲେ। ମାସର ଥରେ ବେକରେ ଆଇକାର୍ଡ ପକାଇ ରାଉରକେଲା କୋର୍ଟକୁ ଯାଉଥିଲେ।
Crime
ଚଳନ୍ତା ବାଇକରେ ରୋମାନ୍ସ କରୁଥିଲେ, ଭିଡିଓ ଭାଇରାଲ ପରେ ମାମଲା ରୁଜୁ
ଆଗରୁ ଟ୍ରାଫିକ ନିୟମ ଭାଙ୍ଗି ୧୦ ଥର ଜୋରିମାନା ଦେଇଥିଲେ। ଏବେ ପୁଣି ବାନ୍ଧବୀଙ୍କୁ ଧରି ଚଳନ୍ତା ବାଇକରେ ରୋମାନ୍ସ କରୁଥିଲେ।
Crime
ଅଭିନବ ଠକେଇ: ସନ୍ତାନହୀନ ମହିଳାଙ୍କୁ ଗର୍ଭବତୀ କଲେ ୫ ଲକ୍ଷ ମିଳିବ କହି ଲୋକଙ୍କ କରୁଥିଲେ ଚଳୁ
ଦେଶର ଏକାଧିକ ରାଜ୍ୟରେ ଚାଲୁଥିଲା ଏହି ରାକେଟ୍। ଏମାନଙ୍କ ଜାଲରେ ଯିଏ ଫସିଲା, ତାକୁ ବିଭିନ୍ନ ପର୍ଯ୍ୟାୟରେ ରେଜିଷ୍ଟ୍ରେସନ ପାଇଁ ୫୦୦ରୁ ୨୦ହଜାର ଟଙ୍କା ଆଦାୟ କରାଯାଉଥିଲା।