ଗଞ୍ଜାମ ଜିଲ୍ଲା କବିସୂର୍ଯ୍ୟନଗର ଥାନା ଅଶିଣପୁର ଗାଁରେ ପଡୋଶୀଙ୍କ ଠେଙ୍ଗା ମାଡ଼ରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି । ମୃତ ବ୍ୟକ୍ତିଙ୍କ ନାଁ ଶତ୍ରୁଘ୍ନ ସେଠୀ l
କୌଣସି କଥାକୁ ନେଇ ଶତ୍ରୁଘ୍ନଙ୍କ ପତ୍ନୀ ଓ ସେମାନଙ୍କ ପଡ଼ୋଶୀଙ୍କ ମଧ୍ୟରେ ବଚସା ହୋଇଥିଲା। ଏହାକୁ ନେଇ ପଡ଼ୋଶୀ ରାଗ ରଖିଥିଲେ । ଆଜି ଶତ୍ରୁଘ୍ନ ଘରେ ଥିବା ସମୟରେ ପଡୋଶୀ ଜଣଙ୍କ ତାଙ୍କୁ ଠେଙ୍ଗାରେ ଆକ୍ରମଣ କରିଥିଲେ l
Also Read
ଶତ୍ରୁଘ୍ନଙ୍କୁ ଘରଲୋକେ ଗୁରୁତର ଅବସ୍ଥାରେ ପୋଲସରା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରକୁ ନେଇଥିଲେ। ତେବେ ସେଠାରେ ତାଙ୍କର ମୃତ୍ୟୁ ଘଟିଥିଲା। ଶତ୍ରୁଘ୍ନଙ୍କ ପତ୍ନୀ କବିସୂର୍ଯ୍ୟନଗର ଥାନାରେ ଲିଖିତ ଅଭିଯୋଗ ଦେବାପରେ ପୁଲିସ ମୃତଦେହକୁ ଜବତ କରି ତଦନ୍ତ କରୁଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ମହିଳାଙ୍କୁ ଅସଦାଚରଣ କରି ଜଗତସିଂହପୁର ଆସିଷ୍ଟାଣ୍ଟ କଲେକ୍ଟର ନିଲମ୍ବିତ
ମନ୍ତ୍ରୀ ସୁରେଶ ପୂଜାରୀ ଆଜି ଏହି ଘଟଣାରେ ସମ୍ପୃକ୍ତ ଆସିଷ୍ଟାଣ୍ଟ କଲେକ୍ଟର ଶ୍ରୀ ଲେଙ୍କାଙ୍କୁ ଚାକିରିରୁ ନିଲମ୍ବନ ପାଇଁ ନିର୍ଦ୍ଦେଶ ଦେବା ସହ ଆସନ୍ତା ୩ମାସ ମଧ୍ୟରେ ଜଣେ ମହିଳା ତଦନ୍ତକାରୀ ଅଫିସର ଓ ଜଣେ ମହିଳା ମାର୍ଶାଲିଂ ଅଫିସରଙ୍କ ମାଧ୍ୟମରେ ସମସ୍ତ ବିଭାଗୀୟ ତଦନ୍ତ ପ୍ରକ୍ରିୟା ଶେଷ କରିବାକୁ ତାଗିଦ୍ କରିଛନ୍ତି।
Crime
କାହା ଅନୁମତିରେ ଘର ଉପରେ ଲାଗିଛି ଭିଏଚ୍ଏଫ୍?
ସମୁଦ୍ର କୂଳିଆ ଏହି ଦୁଇ ବ୍ଲକର ଅନେକଙ୍କ ଘର ଛାତରେ ଖଞ୍ଜାଯାଇଛି VHF। ଯାହାଦ୍ୱାରା ଅନୁପ୍ରବେଶକାରୀ ଓ ଅପରାଧିକ କାର୍ଯ୍ୟକଳାପ ଉପରେ ନଜର ରଖାଯାଇଥାଏ। ଏହାକୁ ବିଶେଷତଃ ସାମୁଦ୍ରିକ ପୁଲିସ ଓ ତଟରକ୍ଷୀ ବାହିନୀ ବ୍ୟବହାର କରିଥାନ୍ତି।
Crime
ରେଲୱେରେ ଜାଲ୍ ନିଯୁକ୍ତିପତ୍ର ଦେଲେ, ଜାଲ୍ ଟ୍ରେନିଂ ଦେଲେ...
ରେଳବାଇରେ ଚାକିରି କରାଇ ଦେବାକୁ କହି ମାଆ-ପୁଅଙ୍କ ଗ୍ୟାଙ୍ଗ୍ ଠକି ନେଇଛନ୍ତି ଲକ୍ଷ ଲକ୍ଷ ଟଙ୍କା। ଅଭିଯୁକ୍ତ ପୁଅ ବନ୍ଧା ହୋଇଥିବାବେଳେ ମାଆ ଫେରାର୍।
Crime
ରେଭେନ୍ସା ବିଶ୍ୱବିଦ୍ୟାଳୟ ପ୍ରଫେସରଙ୍କ ବିରୋଧରେ ଏତଲା ଦେଲେ ଜିଲ୍ଲାପାଳ
୨୦୧୯ ମସିହାରେ ନିର୍ବାଚନ ସମୟରେ ରେଭେନ୍ସା ବିଶ୍ଵବିଦ୍ୟାଳୟର ଓଡ଼ିଆ ବିଭାଗର ଆସିଷ୍ଟାଣ୍ଟ ପ୍ରଫେସର ବିଜୟ ଲକ୍ଷ୍ମୀ ଦାଶ ଛୁଟି ପାଇଁ ଆବେଦନ କରିଥିଲେ।
Crime
କାର୍ ଡିଲରସିପ୍ କରାଇଦେବାକୁ କହି ୪୦ ଲକ୍ଷ ଟଙ୍କା ନେଇଗଲେ
କଟକ ସିଡିଏ ସେକ୍ଟର ୯ ଅଞ୍ଚଳର ଜଣେ ବ୍ୟବସାୟୀ ‘କିଆ’ କମ୍ପାନୀର କାର ଡିଲରସିପ୍ ସମ୍ବଲପୁର କରିବାକୁ ଚାହୁଁଥିଲେ। ଏଥିପାଇଁ ସେ ଗୁଗଲ୍ରେ ସର୍ଚ୍ଚକରି ଗୋଟିଏ ଟେଲିଫୋନ୍ ନମ୍ୱର ପାଇଥିଲେ।