ସମ୍ବଲପୁର: ବଞ୍ଚିଲାନି କଳିଯୁଗର କର୍ଣ୍ଣ। ଟୋକେଇରେ ଭାସୁଥିବା ଅବସ୍ଥାରେ ଉଦ୍ଧାର ହୋଇ ହସ୍ପିଟାଲ ଆସିଲା। ହେଲେ ଉଦ୍ଧାରର କେଇ ଘଣ୍ଟା ଭିତରେ ଚିକିତ୍ସାଧୀନ ଅବସ୍ଥାରେ ହସ୍ପିଟାଲରେ ଆଖିବୁଜି ଦେଲା ଶିଶୁପୁତ୍ରଟି। ଏଭଳି ଏକ ସମ୍ବେଦନଶୀଳ ଘଟଣା ଘଟିଛି ସମ୍ବଲପୁର ସହରରେ। ଗୋପାଲପାଲ୍ଲୀ ନିକଟ କେନାଲରେ ଶନିବାର ସକାଳେ ଶିଶୁପୁତ୍ରଟି ନିସ୍ତେଜ ଅବସ୍ଥାରେ ଭାସୁଥିବା ଦେଖି ସ୍ଥାନୀୟ ଲୋକେ ତାକୁ ଉଦ୍ଧାର କରିଥିଲେ। ପୋଲିସକୁ ଖବର ଦିଆଯିବା ପରେ ପୋଲିସ ଭ୍ୟାନ୍ରେ ତାକୁ ତୁରନ୍ତ ସଦର ହସପିଟାଲକୁ ନିଆଯାଇ ଏସ୍ଏନ୍ସିୟୁରେ ଭର୍ତ୍ତି କରାଯାଇଥିଲା। ହେଲେ ପରବର୍ତ୍ତୀ ଅବସ୍ଥାରେ ଶିଶୁଟିର ମୃତ୍ୟୁ ଘଟିଥିଲା। ତେବେ କିଏ ଏବଂ କେଉଁ କାରଣରୁ ସଦ୍ୟଜାତ ଶିଶୁପୁତ୍ରଟିକୁ କେନାଲରେ ଭସାଇଦେଇଥିଲା ତାହା ଜଣାପଡ଼ି ନାହିଁ। ପୋଲିସ ଘଟଣାର ଖୋଳତାଡ଼ କରୁଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ଧର୍ମଶାଳା ବିଧାୟକଙ୍କୁ ଆକ୍ରମଣ ମାମଲା; କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ ଦେଲେ ଡିଜିପି
୨୦ ତାରିଖ ସନ୍ଧ୍ୟାରେ ଧର୍ମଶାଳା ବିଧାୟକ ହିମାଂଶୁ ସାହୁଙ୍କୁ ଯାଜପୁର ସଦର ଥାନା ବୁଢ଼ାପୋଲ ନିକଟରେ ଆକ୍ରମଣ ହୋଇଥିଲା। ପୂରା ଘଟଣାର ତଦନ୍ତ କରିବ କ୍ରାଇମବ୍ରାଞ୍ଚ। ତଦନ୍ତ ପାଇଁ ଜଣେ DSPଙ୍କ ନେତୃତ୍ୱରେ ୬ ଜଣିଆ ଟିମ୍ ଗଠନ କରାଯାଇଛି।
Crime
ବାଂଲାଦେଶୀ ଦେହଜୀବୀଙ୍କ କବ୍ଜାରେ ଟ୍ୱିନ୍ ସିଟି!
କଟକରୁ ଉଦ୍ଧାର ବାଂଲାଦେଶୀ ନାବାଳିକାଙ୍କ ବୟାନ ପରେ ପୁଣି ସତେଜ ହୋଇଛି ବାଂଲାଦେଶୀ ସେକ୍ସ ରାକେଟ୍ ପ୍ରସଙ୍ଗ। କଟକ ଆଉ ଭୁବନେଶ୍ୱରରେ ଆଡ୍ଡା ଜମାଇଲେଣି ବାଂଲାଦେଶୀ ଦେହଜୀବୀ।
Crime
ଜାମା ମସଜିଦ ସର୍ଭେ ବେଳେ ଉତ୍ତେଜନା; ୩ ମୃତ, ୩୦ ପୁଲିସ ଆହତ
ଶାହି ଜାମା ମସଜିଦ ସର୍ଭେ ସମୟରେ ସର୍ଭେ ଟିମ୍ ଉପରକୁ କିଛି ଲୋକ ପଥର ମାଡ଼ କରିଥିଲେ।
Crime
ମଦ ପିଇ ତିନି ସାଙ୍ଗଙ୍କ ବେପରୁଆ ଗାଡ଼ି ଚାଳନା; ଅଟକାଇବାରୁ ପୁଲିସକୁ ମାରିଦେଲେ
ପୁଲିସ ଏନକାଉଣ୍ଟରରେ ଜଣେ ଅଭିଯୁକ୍ତ ମୃତ।