ନିଆଳି: ବୋମା ମାଡ଼ରେ ଜଣେ ମୃତ, ଜଣେ ଗୁରୁତର

nialiକଟକ: ନିଆଳି ଗୋବିନ୍ଦପୁର ଥାନା ଅନ୍ତର୍ଗତ ଗୋପାଳପୁରରେ ଆଜି ବୋମାମାଡ଼ ହୋଇଛି। ଏଥିରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଅନ୍ୟଜଣେ ଗୁରୁତର ଆହତ ହୋଇଛନ୍ତି।

ଆଜି ୪ ଜଣ ଦୁର୍ବୃତ୍ତ ବାଇକ୍‌ରେ ଆସି ଗୋପାଳପୁରରେ ବୋମା ଫିଙ୍ଗି ଫେରାର ହୋଇଯାଇଥିଲେ। ଆହତ ଦୁଇ ଜଣଙ୍କୁ କଟକ ବଡ଼ ମେଡିକାଲରେ ଭର୍ତ୍ତି କରାଯାଇଥିଲା। ଚିକିତ୍ସାଧୀନ ଅବସ୍ଥାରେ ହାଡିବନ୍ଧୁ ଭୋଇଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି। ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ବୋମା ମାଡ଼ ହୋଇଥିବା ଅନୁମାନ କରାଯାଇଛି।

ଏବେ ଘଟଣାସ୍ଥଳରେ ଉତ୍ତେଜନା ପ୍ରକାଶ ପାଇଛି। ପୋଲିସ୍‌ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି।