କଟକ: ମୃଦୁ ପାନୀୟରେ ନିଶା ଦେଇ କଟକରେ ଜଣେ ଚାଳକଙ୍କଠାରୁ କାର, ଟଙ୍କା ଓ ମୋବାଇଲ ଲୁଟ ହୋଇଛି। ଏସ୍ସିବି ମେଡ଼ିକାଲ ନିକଟରୁ ଏହି ଲୁଟ୍ ହୋଇଥିବା ନେଇ ମଙ୍ଗଳବାଗ ଥାନାରେ ଲିଖିତ ଅଭିଯୋଗ ହୋଇଛି। ପୋଲିସ ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଛି।
ଗତକାଲି ଜଗତସିଂହପୁର ଜିଲ୍ଲା ରଘୁନାଥପୁର ସଞ୍ଜୟ କୁମାର ଦାସ ଭଡାରେ କଟକ ଆସିଥିଲେ। ସେ କଟକରେ ପହଞ୍ଚିବା ପରେ ଭଡ଼ାରେ ଆସିଥିବା ସମ୍ପୃକ୍ତ ବ୍ୟକ୍ତି ଜଣକ ତାଙ୍କୁ ମୃଦୁ ପାନୀୟରେ ନିଶା ମିଶାଇ ତାଙ୍କୁ ପିଇବାକୁ ଦେଇଥିଲେ। ମୃଦୁ ପାନୀୟକୁ ପିଇବା ପରେ ସଞ୍ଜୟ ଚେତା ହରାଇ ପଡ଼ି ଯାଇଥିଲେ। ଏହାର ସୁଯୋଗ ନେଇ ସମ୍ପୃକ୍ତ ବ୍ୟକ୍ତି ଜଣକ ସଞ୍ଜୟଙ୍କ ଗାଡ଼ି, ୫୦୦୦ ଟଙ୍କା ଓ ଦୁଇଟି ମୋବାଇଲ ନେଇ ଚମ୍ପଟ ମାରିଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ଧର୍ମଶାଳା ବିଧାୟକଙ୍କୁ ଆକ୍ରମଣ ମାମଲା; କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ ଦେଲେ ଡିଜିପି
୨୦ ତାରିଖ ସନ୍ଧ୍ୟାରେ ଧର୍ମଶାଳା ବିଧାୟକ ହିମାଂଶୁ ସାହୁଙ୍କୁ ଯାଜପୁର ସଦର ଥାନା ବୁଢ଼ାପୋଲ ନିକଟରେ ଆକ୍ରମଣ ହୋଇଥିଲା। ପୂରା ଘଟଣାର ତଦନ୍ତ କରିବ କ୍ରାଇମବ୍ରାଞ୍ଚ। ତଦନ୍ତ ପାଇଁ ଜଣେ DSPଙ୍କ ନେତୃତ୍ୱରେ ୬ ଜଣିଆ ଟିମ୍ ଗଠନ କରାଯାଇଛି।
Crime
ବାଂଲାଦେଶୀ ଦେହଜୀବୀଙ୍କ କବ୍ଜାରେ ଟ୍ୱିନ୍ ସିଟି!
କଟକରୁ ଉଦ୍ଧାର ବାଂଲାଦେଶୀ ନାବାଳିକାଙ୍କ ବୟାନ ପରେ ପୁଣି ସତେଜ ହୋଇଛି ବାଂଲାଦେଶୀ ସେକ୍ସ ରାକେଟ୍ ପ୍ରସଙ୍ଗ। କଟକ ଆଉ ଭୁବନେଶ୍ୱରରେ ଆଡ୍ଡା ଜମାଇଲେଣି ବାଂଲାଦେଶୀ ଦେହଜୀବୀ।
Crime
ଜାମା ମସଜିଦ ସର୍ଭେ ବେଳେ ଉତ୍ତେଜନା; ୩ ମୃତ, ୩୦ ପୁଲିସ ଆହତ
ଶାହି ଜାମା ମସଜିଦ ସର୍ଭେ ସମୟରେ ସର୍ଭେ ଟିମ୍ ଉପରକୁ କିଛି ଲୋକ ପଥର ମାଡ଼ କରିଥିଲେ।
Crime
ମଦ ପିଇ ତିନି ସାଙ୍ଗଙ୍କ ବେପରୁଆ ଗାଡ଼ି ଚାଳନା; ଅଟକାଇବାରୁ ପୁଲିସକୁ ମାରିଦେଲେ
ପୁଲିସ ଏନକାଉଣ୍ଟରରେ ଜଣେ ଅଭିଯୁକ୍ତ ମୃତ।