ଦାଦନ ଖଟିବାକୁ ଯାଇ ଆଖି ବୁଜିଲେ ଓଡ଼ିଶା ଶ୍ରମିକ। ମୃତ ଶ୍ରମିକ ଜଣଙ୍କ ହେଲେ ବଲାଙ୍ଗିର ଜିଲ୍ଲା ପାଟଣାଗଡ଼ ଅଞ୍ଚଳର ସୋଲବନ୍ଧ ଗାଁର ଗଣେଶ ଶବର। ଗଣେଶଙ୍କୁ ହତ୍ୟା କରାଯାଇଥିବା ତାଙ୍କ ମା’ ଅଭିଯୋଗ କରିଛନ୍ତି।
ଗତ ୨୩ ତାରିଖରେ ଗଣେଶ ଦାଦନ ଖଟିବାକୁ ଆନ୍ଧ୍ରପ୍ରଦେଶ ଯାଇଥିଲେ। ଯିବାର ଦୁଇଦିନ ପରେ ତେଲେଙ୍ଗାନା ରାଜ୍ୟର ଟୁନି ରେଲୱେ ଷ୍ଟେସନ ନିକଟରେ ଗଣେଶଙ୍କ ମୃତଦେହ ପଡ଼ିଥିବା ନେଇ ପରିବାର ଲୋକଙ୍କୁ ଖବର ଦେଇଥିଲା ସ୍ଥାନୀୟ GRP। ପୁଅର ମୃତ୍ୟୁ ଖବର ଶୁଣି ଭାଙ୍ଗି ପଡ଼ିଥିଲେ ପରିବାର ଲୋକେ।
Also Read
ପୁଅକୁ ହତ୍ୟା କରାଯାଇଛି ବୋଲି ପାଟଣାଗଡ଼ ଥାନାରେ ଲିଖିତ ଅଭିଯୋଗ କରିଛନ୍ତି ପରିବାର ଲୋକେ। ପଣ୍ଡାମୁଣ୍ଡା ଗାଁର ଦୁଇଜଣ ଦାଦନ ସର୍ଦ୍ଦାର ଗଣେଶକୁ ଚାଲାଣ କରିଥିବା ଅଭିଯୋଗ କରିଛନ୍ତି। ଅନ୍ୟପକ୍ଷରେ ପୁଅକୁ ଶେଷ ଥର ପାଇଁ ଦେଖିବାକୁ ଚାହିଁ ବସିଛି ମାଆ।
TAGS
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ନିଜେ ରଚିଥିଲେ ନିଜ ହତ୍ୟା ନାଟକ; ୩ ମାସ ପରେ ମାଡ଼ି ବସିଲା ପୁଲିସ୍
ରୋଜଗାରଠୁ ବଳିଗଲା ଖର୍ଚ୍ଚ। ଠିକ୍ ସମୟରେ ଦେଇ ହେଲାନି କିସ୍ତି ଟଙ୍କା। ଏଥିସହ ସବୁବେଳେ ଅପଦସ୍ଥ ହେବାକୁ ବି ଭଲ ଲାଗିଲାନି। ତେଣୁ ଏଥିରେ ଯବନିକା ପକାଇବାକୁ ମାଇକ୍ରୋ ଫାଇନାନ୍ସ କର୍ମଚାରୀଜଣକ କଲେ ସାଂଘାତିକ ଷଡଯନ୍ତ୍ର ।
Crime
ଝିଅ ମୃତ୍ୟୁ ପରେ ମୁଣ୍ଡ ପିଟୁଛି ମା’; କହିଲା- ଯିଏ ନେଇଥିଲା, ସିଏ ଆସିଲେ ଉଠିବ ମୃତଦେହ
‘ମୋ’ ଝିଅ ୮ ମାସ ହେବ ଘରୁ ଚାଲି ଯାଇଥିଲା। ଗାଁର ଜଣେ ଯୁବକ ତାକୁ ନେଇ ଯାଇଥିଲା। ମାତ୍ର ଏବେ ତା’ ମୃତଦେହ ପାଇଲୁ। ତେଣୁ ସେ ଯାହା ସହ ଯାଇଥିଲା, ସେ ନ ଆସିବା ପର୍ଯ୍ୟନ୍ତ ଝିଅର ଶବ ପଡ଼ି ରହିବ ।’
Crime
ପୁଲିସ୍ ଓ ଓକିଲ କହି ଟଙ୍କା ଆଦାୟ କରୁଥିଲେ ଦୁଇ ଯୁବକ
ଅଭିଯୋଗ ଅନୁସାରେ ଦୁଇ ଧ୍ରୁତ ହେଉଛନ୍ତି ନୟାଗଡ ଜିଲ୍ଲା ସରୋଡା ଗାଁର କାର୍ତ୍ତିକ ରାଉତରାୟ ଓ ଏକାନ ପାଣି। ଏମାନେ କୁଆଡେ ଜାନୁଆରୀ ୨୩ ତାରିଖରେ ଚାଲାଣଗୁଡା ସରପଞ୍ଚ ଇରମା ମାଢ଼ିଙ୍କୁ ଫୋନ୍ କରିଥିଲେ।