ଭୁବନେଶ୍ୱର: ସିସୋର ଚିଟ୍ଫଣ୍ଡ ଠକେଇ ମାମଲାରେ ଏମ୍ଡି ପ୍ରସାନ୍ତ ଦାଶଙ୍କ ସମେତ ୩ ଜଣଙ୍କ ଡିସ୍ଚାର୍ଜ ପାଟିସନ୍ ଖାରଜ ହୋଇଯାଇଛି। ସ୍ପେଶାଲ ସିଜେଏମ୍ ସିବିଆଇ କୋର୍ଟ ସେମାନଙ୍କ ପିଟିସନ୍ ଖାରଜ କରିଛନ୍ତି। ମେ’ ୪ ତାରିଖରେ ସେମାନଙ୍କ ଚାର୍ଜଫ୍ରେମ୍ ହେବ। ସେମାନେ ହେଲେ ଏମ୍ଡି ପ୍ରଶାନ୍ତ ଦାଶ, ତାଙ୍କ ଭାଇ ପ୍ରଭାତ ଦାଶ ଓ ମଧ୍ୟସ୍ତି ଶୁଭଙ୍କର ନାୟକ।
ସେହିପରି ଅର୍ଥତତ୍ତ୍ୱ(ଏଟି) ଚିଟ୍ଫଣ୍ଡ ମାମଲାରେ ୪ ଅଭିଯୁକ୍ତଙ୍କ ଡିସ୍ଚାର୍ଜ ପିଟିସନ୍ର ଶୁଣାଣି ଶେଷ ହୋଇଛି। ସ୍ପେଶାଲ ସିଜେଏମ୍ ସିବିଆଇ କୋର୍ଟ ରାୟ ସଂରକ୍ଷିତ ରଖିଛନ୍ତି। ସେମାନେ ହେଲେ ପୂର୍ବତନ ଏଜି ଅଶୋକ ମହାନ୍ତି, ପ୍ରମୋଦ ପଣ୍ଡା, ମଡେଲ ପ୍ରୀତି ଭାଟିଆ ଓ ଜଗବନ୍ଧୁ ପଣ୍ଡା। ପୂର୍ବରୁ ସଂସ୍ଥାର ମୁଖ୍ୟ ପ୍ରଦୀପ ସେଠୀଙ୍କ ସମେତ ୩ ଜଣ ନିଜ ଦୋଷ ସ୍ୱୀକାର କରି ଦଣ୍ଡିତ ହୋଇଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ବିନା ଶାର୍ଟରେ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଘରକୁ ପଠାଇଲେ ପ୍ରିନ୍ସିପାଲ
ଦଶମ ପରୀକ୍ଷା ସରିଲା ବୋଲି ଖୁିସିରେ ଜଣେ ଜଣକ ଶାର୍ଟରେ ଶୁଭେଚ୍ଛା ଲେଖି ସେଲିବ୍ରେସନ କରୁଥିଲେ ଛାତ୍ରୀ। ପ୍ରିନ୍ସିପାଲଙ୍କୁ ଏହା ପସନ୍ଦ ନଆସିବାରୁ ପ୍ରାୟ ଶହେ ଛାତ୍ରୀଙ୍କୁ ଶାର୍ଟ ଖୋଲି ଘରକୁ ଯିବାକୁ ବାଧ୍ୟ କରାଯାଇଥିଲା।
Crime
ପ୍ରସୂତିଙ୍କ ଚିକିତ୍ସା ଅଧାରୁ ଛାଡ଼ି ପଳାଇଥିଲେ ଡାକ୍ତର; ୧୧ କୋଟି ଜୋରିମାନା କଲେ କୋର୍ଟ
ପ୍ରସବ ପରେ ଅତ୍ୟଧିକ ରକ୍ତସ୍ରାବ ହୋଇ ମହିଳାଙ୍କର ମୃତ୍ୟୁ ହୋଇଥିଲା। ଚିକିତ୍ସା ଅଧାରୁ ପାଣି ପିଇବାକୁ କହି କେଉଁଆଡ଼େ ପଳାଇଥିଲେ ଦୁଇ ଡାକ୍ତର।
Crime
ସରକାରୀ ଚାକିରି ବେପାର କରୁଥିଲେ 420 ଦମ୍ପତି
ରାଉରକେଲା ଟିମ୍ବର କୋଲୋନୀର ଲକ୍ଷ୍ମୀ ତନ୍ତି ଓ ତାଙ୍କ ସ୍ଵାମୀ ସଂଗ୍ରାମ ସାହୁ ପାଠଶାଠ କମ୍ ପଢ଼ିଛନ୍ତି। ତଥାପି ସରକାରୀ ଚାକିରି ବାଣ୍ଟୁଥିଲେ। ମାସର ଥରେ ବେକରେ ଆଇକାର୍ଡ ପକାଇ ରାଉରକେଲା କୋର୍ଟକୁ ଯାଉଥିଲେ।
Crime
ଚଳନ୍ତା ବାଇକରେ ରୋମାନ୍ସ କରୁଥିଲେ, ଭିଡିଓ ଭାଇରାଲ ପରେ ମାମଲା ରୁଜୁ
ଆଗରୁ ଟ୍ରାଫିକ ନିୟମ ଭାଙ୍ଗି ୧୦ ଥର ଜୋରିମାନା ଦେଇଥିଲେ। ଏବେ ପୁଣି ବାନ୍ଧବୀଙ୍କୁ ଧରି ଚଳନ୍ତା ବାଇକରେ ରୋମାନ୍ସ କରୁଥିଲେ।
Crime
ଅଭିନବ ଠକେଇ: ସନ୍ତାନହୀନ ମହିଳାଙ୍କୁ ଗର୍ଭବତୀ କଲେ ୫ ଲକ୍ଷ ମିଳିବ କହି ଲୋକଙ୍କ କରୁଥିଲେ ଚଳୁ
ଦେଶର ଏକାଧିକ ରାଜ୍ୟରେ ଚାଲୁଥିଲା ଏହି ରାକେଟ୍। ଏମାନଙ୍କ ଜାଲରେ ଯିଏ ଫସିଲା, ତାକୁ ବିଭିନ୍ନ ପର୍ଯ୍ୟାୟରେ ରେଜିଷ୍ଟ୍ରେସନ ପାଇଁ ୫୦୦ରୁ ୨୦ହଜାର ଟଙ୍କା ଆଦାୟ କରାଯାଉଥିଲା।