ଭୁବନେଶ୍ୱର: ଓଡ଼ିଶା ଷ୍ଟେଟ୍ କୋପରେଟିଭ ବ୍ୟାଙ୍କ ଏଜିଏମ୍ ଗିରିଷ ଚନ୍ଦ୍ର ଦାସଙ୍କ ଘରୁ ଡକାୟତି ହୋଇଛି। ଗତକାଲି ବିଳମ୍ୱିତ ରାତିରେ ଭୁବନେଶ୍ୱର ଧଉଳି ନିକଟ ଇନ୍ଦୁପୁର କୋଲନୀରେ ଥିବା ତାଙ୍କ ବାସଭବନରୁ ଏହି ଡକାୟତି ହୋଇଛି। ପ୍ରାୟ ୪ଲକ୍ଷ ଟଙ୍କା ସହ ସୁନା ଗହଣା ଲୁଟ୍ ହୋଇଥିବା ଅଭଯୋଗ ହୋଇଛି। ଡକାୟତମାନେ ପ୍ରଥମେ ଏଜିଏମଙ୍କ ଘରର ଝରକା ଗ୍ରିଲ ଭାଙ୍ଗି ଘରକୁ ପ୍ରବେଶ କରିଥିଲେ। ଏହାପରେ ଗିରିଷ ଏବଂ ତାଙ୍କ ପତ୍ନୀଙ୍କ ଗୋଡ଼ ହାତ ବାନ୍ଧି ଏକ ଘରେ ବନ୍ଦ କରି ଲୁଟ କରିଥିଲେ। ଡକାୟତମାନେ ହିନ୍ଦୀ ଭାଷାରେ କଥା ହେଉଥିବା ଗିରିଷ ପୋଲିସକୁ କହିଛନ୍ତି। ଧଉଳି ପୋଲିସ ସାଇଣ୍ଟିଫିକ୍ ଟିମ୍ ସହ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରୁଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ସରକାରୀ ଯନ୍ତ୍ରିକ କଲେଜ ଛାତ୍ରୀଙ୍କୁ ଦୁଷ୍କର୍ମ ଉଦ୍ୟମ! ଅଧ୍ୟାପକ ଅଟକ
ଛାତ୍ରୀଙ୍କୁ ଏକୁଟିଆ ପାଇଁ ଅଧ୍ୟାପକ ଜଣକ ଦୁର୍ବ୍ୟବହାର କରିଥିଲେ। ତାଙ୍କ ଶରୀରରେ ହାତ ମାରିଥିଲେ। ଦୁଷ୍କର୍ମ ଉଦ୍ୟମ କରିଥିବା ଅଭିଯୋଗ ହୋଇଛି। ଯେଉଁଥିପାଇଁ ସିପ୍ରା ତାଙ୍କଠାରୁ ଦୌଡ଼ି ପଳାଇ ଆସିଥିଲେ।
Crime
ପ୍ରେମ ପକ୍ଷୀଙ୍କୁ ବିଷ ପିଆଇଲେ, ତଣ୍ଟି ଚିପି ମାରିଦେଲେ ଝିଅ ଘର ଲୋକ
ଯେଉଁ ପରିବାରକୁ ପ୍ରେମ ପକ୍ଷୀ ଏତେ ଭଲ ପାଉଥିଲେ, ଶେଷରେ ସେଇମାନେ ହିଁ ଉଭୟଙ୍କ ଜୀବନ ନେଇ ଗଲେ। ପ୍ରେମ ପକ୍ଷୀଙ୍କୁ ଅତ୍ୟନ୍ତ ନିର୍ମମ ଭାବେ ହତ୍ୟା କରି ଏହାକୁ ଆତ୍ମହତ୍ୟାର ରୂପ ଦେବାକୁ ଚେଷ୍ଟ କରିଛନ୍ତି ଝିଅ ଘର ଲୋକ।
Crime
ଥାନାଠାରୁ ପ୍ରାୟ ୧୦୦ ମିଟର ଦୂରରେ ଯୁବତୀଙ୍କୁ ଛୁରା ମାଡ଼
ଆଜି ସନ୍ଧ୍ୟା ପ୍ରାୟ ସାଢ଼େ ୮ଟା ହେବ। ଚୌଧୁରୀ ବଜାର ଅଞ୍ଚଳର ଯୁବତୀ ପୁରୀ ଘାଟ ଥାନାଠାରୁ ଅଳ୍ପ ଦୂର ମାଣିକ ବଜାରରେ ଛିଡ଼ା ହୋଇଥିଲେ। ଠିକ୍ ସେତିକି ବେଳେ ଜଣେ ଯୁବକ ଆସି ତାଙ୍କୁ ଅତର୍କିତ ଆକ୍ରମଣ କରିଥିଲେ।
Crime
ହତ୍ୟା ମାମଲାରେ ନିର୍ଦ୍ଦୋଷରେ ଖଲାସ ହେଲେ ବିଧାୟକ ଇରାଶିଷ ଆଚାର୍ଯ୍ୟ
୨୦୧୮ରେ ଘଟିଥିଲା ବହୁଚର୍ଚ୍ଚିତ ନାରାୟଣ ସତନାମୀ ହତ୍ୟାକାଣ୍ଡ। ଇରଶିଷଙ୍କ ସମେତ ଅନ୍ୟ ୩ ଜଣଙ୍କ ନାମରେ ରୁଜୁ ହୋଇଥିଲା ମାମଲା।
Crime
ଜେଜେମାଆ-ନାତୁଣୀଙ୍କୁ ଲୁଟିଲେ, ରାସ୍ତା ପାର୍ଶ୍ୱକୁ ଫିଙ୍ଗିଦେଲେ
ରାତି ପ୍ରାୟ ସାଢ଼େ ୧୦ଟା ବେଳେ ଛତ୍ରପୁର ମେଡ଼ିକାଲ୍ରୁ କୁନ୍ତଳାଙ୍କ ପରିବାର ଲୋକଙ୍କ ପାଖକୁ ଫୋନ୍ କଲ ଆସିଥିଲା। କୁନ୍ତଳା ଓ ସ୍ୱିଟି ମେଡିକାଲ୍ରେ ଭର୍ତ୍ତି ହୋଇଛନ୍ତି ଏବଂ ସେମାନଙ୍କ ଚେତା ଫେରୁନି ବୋଲି ସୂଚନା ଦିଆଯାଇଥିଲା।