ଭିଜିଲାନ୍ସ ଜାଲରେ ମଟର ଯାନ ନିରକ୍ଷକ (MVI)। ଆୟ ବହିର୍ଭୂତ ସମ୍ପତି ଠୁଳ ଅଭିଯୋଗରେ ନୟାଗଡ଼ MVI ପଞ୍ଚାନନ ବେହେରାଙ୍କ ଘରେ ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଛି। ପଞ୍ଚାନନଙ୍କ ପୈତୃକ ଘର ସମେତ ୭ଟି ସ୍ଥାନରେ ଏହି ଚଢ଼ାଉ କରାଯାଇଛି।
ପଞ୍ଚାନନଙ୍କ ନୟାଗଡ଼ ସ୍ଥିତ କାର୍ଯ୍ୟାଳୟ, ଭଡ଼ା ଘର ସମେତ ଭୁବନେଶ୍ୱର ଶୈଳଶ୍ରୀବିହାର ସ୍ଥିତ କୋଠା, ପାଣ୍ଡରା ସ୍ଥିତ ଘର, କଟକ ସାଲେପୁରର ପୈତୃକ ଘରେ ଚଢ଼ାଉ କରାଯାଇଛି।
Also Read
ସେହିପରି ଖୋର୍ଦ୍ଧା ଜିଲ୍ଲା ଗୋବିନ୍ଦପୁର ଓ ଭୁବନେଶ୍ୱର ପାଣ୍ଡରାରେ ଥିବା ସଂପର୍କୀୟଙ୍କ ଘରେ ମଧ୍ୟ ଚଢ଼ାଉ କରିଛି ଭିଜିଲାନ୍ସ ଟିମ୍। ୬ଜଣ ଭିଜିଲାନ୍ସ ଡିଏସପି, ୩ଜଣ ଇନସପେକ୍ଟର, ୮ଜଣ ଏଏସଆଇ ଓ ଅନ୍ୟାନ କର୍ମଚାରୀ ଏହି ଚଢ଼ାଉରେ ସାମିଲ ହୋଇଛନ୍ତି।
ପଞ୍ଚାନନ ଆୟ ବହିର୍ଭୂତ ସମ୍ପତି ଠୁଳ କରିଥିବା ଭିଜିଲାନ୍ସ ନିକଟରେ ଅଭିଯୋଗ ହୋଇଥିଲା। ଭିଜିଲାନ୍ସ ବିଭାଗ ଘଟଣାର ତଦନ୍ତ କରି ଆଜି ସକାଳେ ପଞ୍ଚାନନଙ୍କ ଘରେ ଚଢ଼ାଉ କରିଥିଲା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ଜନ୍ମଦିନରେ ମୋବାଇଲ ଗିଫ୍ଟ ଦେବାକୁ ମନା କଲେ ମାଆ; ଜୀବନ ହାରିଲେ ନାବାଳକ
ଆର୍ଥିକ ଅସୁବିଧା କାରଣରୁ ପୁଅକୁ ମୋବାଇଲ କିଣିଦେବାକୁ ମନା କରିଥିଲେ ମାଆ।
Crime
ଅଭିନେତ୍ରୀଙ୍କୁ ଠକେଇ ମାମଲାରେ ଯାତ୍ରା ପାର୍ଟି ମାଲିକ ଗିରଫ
ଯାତ୍ରା ପାର୍ଟି ମାଲିକ ଅମରେଶ ଯେ ତାଙ୍କୁ ଠକୁଛନ୍ତି ତାହା ବୁଝିଲା ବେଳକୁ ବହୁ ବିଳମ୍ବ ହୋଇଯାଇଥିଲା।
Crime
ଅଙ୍ଗାରଖ ଗାଁରେ ସଶସ୍ତ୍ର ଡକାୟତି ଘଟଣାରେ ୭ ଗିରଫ
ଗୋଟିଏ ଦେଶୀ ବନ୍ଧୁକ ଓ ନଗଦ ୪୬ ହଜାର ଟଙ୍କା ସହିତ ସେମାନଙ୍କଠାରୁ ଅନ୍ୟାନ୍ୟ ଜିନିଷ ଜବତ କରାଯାଇଛି।
Crime
ମାରାଥନ୍ କାର୍ଯ୍ୟକ୍ରମ ବେଳେ ଫୁଟିଲା ଗୁଳି; ଯୁବକ ଗୁରୁତର
ତେବେ କିଏ ଓ କାହିଁକି ଯୁବକଙ୍କୁ ଗୁଳିମାଡ଼ କଲା ତାର କାରଣ ଅସ୍ପଷ୍ଟ ରହିଛି।