Advertisment

ଫଳ ବୋଝେଇ ଟ୍ରକ୍‌ରେ ଥିଲା କୋଟିଏ ଟଙ୍କାର ଗଞ୍ଜେଇ; ମାଡ଼ି ବସିଲା DRI

ଫଳ ବୋଝେଇ ଟ୍ରକ୍‌ରେ ଗଞ୍ଜେଇ ଆନ୍ଧ୍ରପ୍ରଦେଶରୁ ଭୁବନେଶ୍ୱର ଆସୁଥିବା ରାଜସ୍ୱ ଗୁଇନ୍ଦା ନିର୍ଦ୍ଦେଶାଳୟ କୌଣସି ସୂତ୍ରରୁ ଖବର ପାଇଥିଲା।

ଅଦ୍ୟତନ ହୋଇଛି
Ganja

Ganja

Advertisment

ଫଳ ବୋଝେଇ ଟ୍ରକ୍‌ରୁ ମିଳିଲା ୮୦୮ କିଲୋରୁ ଅଧିକ ଗଞ୍ଜେଇ। ଭୁବନେଶ୍ୱର ଆସୁଥିବା ବେଳେ ଆନ୍ଧ୍ରପ୍ରଦେଶ-ଓଡ଼ିଶା ସୀମାନ୍ତ କ୍ରିଷ୍ଣାଭରମରୁ ଧରିଲା ରାଜସ୍ୱ ଗୁଇନ୍ଦା ନିର୍ଦ୍ଦେଶାଳୟ (DRI) । ଏହି ଘଟଣାରେ ଟ୍ରକ୍ ଡ୍ରାଇଭର ସମେତ ୩ ଜଣଙ୍କୁ ଗିରଫ କରାଯାଇଛି। ଜବତ ହୋଇଥିବା ଗଞ୍ଜେଇର ଆନୁମାନିକ ମୂଲ୍ୟ କୋଟିଏ ୬୧ ଲକ୍ଷ ଟଙ୍କା ହେବ।

Advertisment

ଫଳ ବୋଝେଇ ଟ୍ରକ୍‌ରେ ଗଞ୍ଜେଇ ଆନ୍ଧ୍ରପ୍ରଦେଶରୁ ଭୁବନେଶ୍ୱର ଆସୁଥିବା ରାଜସ୍ୱ ଗୁଇନ୍ଦା ନିର୍ଦ୍ଦେଶାଳୟ କୌଣସି ସୂତ୍ରରୁ ଖବର ପାଇଥିଲା। ରାଜସ୍ୱ ଗୁଇନ୍ଦା ନିର୍ଦ୍ଦେଶାଳୟ ଚୋରା ଚାଲାଣ କରାଯାଉଥିବା ଗଞ୍ଜେଇକୁ ଧରିବାକୁ ଜାଲ ବିଛାଇଥିଲା। ଗତକାଲି ରାତିରେ  ଆନ୍ଧ୍ରପ୍ରଦେଶ-ଓଡ଼ିଶା ସୀମାନ୍ତରେ ରାଜସ୍ୱ ଗୁଇନ୍ଦା ନିର୍ଦ୍ଦେଶାଳୟର କର୍ମଚାରୀମାନେ ଛକି ରହିଥିଲେ। ଏହି ସମୟରେ ଫଳ ବୋଝେଇ ଟ୍ରକଟି ସେହି ରାସ୍ତା ଦେଇ ଯାଇଥିଲା। ଏକ କାର୍‌ ତାକୁ ଏସ୍କର୍ଟ ଦେଇ ଆଣୁଥିଲା।

ରାଜସ୍ୱ ଗୁଇନ୍ଦା ନିର୍ଦ୍ଦେଶାଳୟର କର୍ମଚାରୀମାନେ ଗଞ୍ଜେଇ ଭର୍ତ୍ତି ଟ୍ରକ୍ ଓ କାର୍‌କୁ ଅଟକାଇବା ପାଇଁ ଚେଷ୍ଟା କରିଥିଲେ। ହେଲେ ସେମାନେ DRIର କର୍ମଚାରୀଙ୍କୁ ଦେଖି ଦ୍ରୁତ ଗତିରେ ଗାଡ଼ି ଚଲାଇଥିଲେ। ପରେ ରାଜସ୍ୱ ଗୁଇନ୍ଦା ନିର୍ଦ୍ଦେଶାଳୟର କର୍ମଚାରୀମାନେ ଟ୍ରକ୍ ଓ କାରକୁ ପିଛା କରିଥିଲେ। ଟ୍ରକ୍‌ଟି ଦ୍ରୁତ ଗତିରେ ଆସି ଆନ୍ଧ୍ର-ଓଡ଼ିଶା ସୀମାନ୍ତରେ ଥିବା କ୍ରିଷ୍ଣାଭରମ୍ ଟୋଲଗେଟକୁ ଧକ୍କା ଦେଇଥିଲା। ପରେ କାରଟି ମଧ୍ୟ ସେଠାରେ ଅଟକି ଯାଇଥିଲା।

Advertisment

କର୍ମଚାରୀମାନେ କାର୍‌ ଓ ଟ୍ରକ୍‌କୁ ଯାଞ୍ଚ କରିଥିଲେ। ଯାଞ୍ଚ ବେଳେ ଟ୍ରକ୍ ଓ କାର୍‌ରୁ ପ୍ୟାକେଟ ପ୍ୟାକେଟ ଗଞ୍ଜେଇ ଜବତ କରିଥିଲେ। ପ୍ରାୟ ୮୦୮.୧୮ କେଜି ଗଞ୍ଜେଇ ଜବତ କରାଯାଇଥିଲା। DRI ପକ୍ଷରୁ କାର୍ ଓ ଫଳ ବୋଝେଇ ଟ୍ରକ୍‌କୁ ଜବତ କରାଯାଇଛି ଓ ଘଟଣାର ତଦନ୍ତ କରାଯାଉଛି। 

Bhubaneswar Ganja Directorate Of Revenue Intelligence
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe