ଜଗତସିଂହପୁର: ପାରାଦୀପ ସିୱେଜ୍ ସିପିଂ କମ୍ପାନୀର ମ୍ୟାନେଜର ମହେନ୍ଦ୍ର ସ୍ୱାଇଁ ହତ୍ୟା ମାମଲାରେ ପୋଲିସ୍ ଆଜି ଶିଳ୍ପପତି ମହିମା ମିଶ୍ରଙ୍କ ନାଁରେ ଲୁକ୍ ଆଉଟ୍ ନୋଟିସ୍ ଜାରି କରିଛି। ଏହାଛଡ଼ା ଏତଲାରେ ଥିବା ଅନ୍ୟ ବ୍ୟକ୍ତିଙ୍କ ନାଁରେ ମଧ୍ୟ ଲୁକ୍ ଆଉଟ୍ ନୋଟିସ୍ ଜାରି କରାଯାଇଛି। ଏ ନେଇ ଜଗତସିଂହପୁର ଏସ୍ପି ଜୟନାରାୟଣ ପଙ୍କଜ ସୂଚନା ଦେଇଛନ୍ତି।
ଗତ ୨୬ ତାରିଖ ସକାଳେ ସ୍ୱାଇଁ ତାଙ୍କ ସ୍କର୍ପିଓରେ ଅଫିସ୍ ଯାଉଥିଲେ। ପାରାଦୀପ ଆମ୍ୱେଦକର ଭବନ ନିକଟରେ ଦୁଇ ଜଣ ଦୁର୍ବୃତ୍ତ ମୋଟର ସାଇକେଲ୍ରେ ଆସି ତାଙ୍କ ଗାଡ଼ି ଉପରକୁ ବୋମା ଫୋପାଡ଼ି ଥିଲେ। ଆତ୍ମରକ୍ଷା ପାଇଁ ସେ ଗାଡ଼ିରୁ ଓହ୍ଲାଇ ଦୌଡ଼ି ପଳାଇ ଯାଉଥିବା ବେଳେ ଦୁର୍ବୃତ୍ତମାନେ ତାଙ୍କ ଉପରକୁ ଗୁଳି ଚଳାଇଥିଲେ। ତାଙ୍କ ମୁଣ୍ଡରେ ଗୁଳି ବାଜିଥିଲା। ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ହୋଇଯାଇଥିଲା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ସ୍ୱାମୀ ପାଲଟିଗଲା ସଇତାନ, ସ୍ତ୍ରୀର ବେକ କାଟିଦେଲା
ଘରୋଇ କଳହରୁ ଘଟିଲା ବୀଭତ୍ସ ହତ୍ୟାକାଣ୍ଡ। ସ୍ୱାମୀ ପାଲଟିଗଲା ସଇତାନ । ସାତ ଜନ୍ମ ପାଇଁ ଯାହା ହାତ ଧରିଥିଲା ତା’ ବେକ କାଟି ଦେଲା।
Crime
ନିର୍ମାଣାଧୀନ ଘରୁ ବୋମା ଭର୍ତ୍ତି ବ୍ୟାଗ୍ ଜବତ, ଅଭିଯୁକ୍ତ ଚମ୍ପଟ
ପୁଲିସ୍କୁ ଦେଖି କିଛି ଯୁବକ ବ୍ୟାଗ ଛାଡି ଦୌଡ଼ି ପଳାଇଥିବା ବେଳେ ପୁଲିସ୍ ସେମାନଙ୍କ ସନ୍ଧାନ ଆରମ୍ଭ କରିଛି।
Crime
‘ଆଇନ ଛାତ୍ର ରାଗିଂ କରିବା ଅଶୋଭନୀୟ, ଅନାଥାଶ୍ରମରେ ସପ୍ତାହେ ପାଠ ପଢ଼ାଇବେ’
ଆବେଦନର ବିଚାର କରି ଆଇନ ଛାତ୍ରଙ୍କ ବିରୋଧରେ ନିମ୍ନ ଅଦାଲରେ ରୁଜୁ ହୋଇଥିବା ଫୌଜଦାରୀ ମାମଲାକୁ ହାଇକୋର୍ଟ ଖାରଜ କରିଛନ୍ତି। ମାତ୍ର ଆଇନ ଛାତ୍ରଙ୍କ ଏପରି ଆଚରଣରେ କ୍ଷୋଭ ପ୍ରକାଶ କରିଛନ୍ତି ହାଇକୋର୍ଟ।
Crime
ରାତି ଅଧରେ ଫୁଟିଲା ବୋମା, ଦୁର୍ବୃତ୍ତ ଫେରାର
ଗତ ରାତିରେ ଫୁଟିଛି ବୋମା । ଜଣେ ବାଉଁଶ ବ୍ୟବସାୟୀଙ୍କ ଘର ଉପରକୁ ହୋଇଛି ବୋମା ମାଡ଼ ।
Crime
ହଂସିକା ଓ ଅନୀଲଙ୍କ ସମ୍ପତ୍ତି ଶହେ କୋଟି ପାର୍ କଲାଣି!
ପୂର୍ବରୁ ପୋର୍ସେ, ଜାଗୁଆର, BMW ଭଳି ୬ଟି ଦାମୀ କାର୍ ପରେ ଆଜି ୩କୋଟି ଟଙ୍କାର ଏକ ମର୍ସିଡିଜ କାର ଜବତ କରିଛି କମିସନ୍ରେଟ୍ ପୁଲିସ୍। ଏକ ପରିତ୍ୟକ୍ତ ସ୍ଥାନରେ କାରଟି ଲୁଚାଇ ରଖାଯାଇଥିଲା।