ଅନୁଗୋଳ: ଅନୁଗୋଳ ଜିଲ୍ଲା ବଅଁରପାଳ ଥାନା ଅନ୍ତର୍ଗତ ବୁଢାପାଙ୍କିରେ ପାରିବାରିକ କଳହକୁ କେନ୍ଦ୍ର କରି ଜଣେ ବ୍ୟକ୍ତି ତାଙ୍କ ପତ୍ନୀକୁ ହତ୍ୟା କରିଛି। ମୃତ ମହିଳା ଜଣଙ୍କ ହେଲେ କଇଁତା ମାଝି। କଇଁତାଙ୍କ ଭାଇ ଏ ନେଇ ବଅଁରପାଳ ଥାନାରେ ଅଭିଯୋଗ କରିବା ପରେ ପୋଲିସ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଛି। କଇଁତାଙ୍କ ଭାଇ ଅଭିଯୋଗକୁ ଆଧାର କରି ଅଭିଯୁକ୍ତ ନୀଳମଣି ମାଝିକୁ ପୋଲିସ ଥାନାରେ ଅଟକ ରଖି ପଚରାଉଚରା କରୁଛି। ପୋଲିସ ଶବ ଜବତ କରି ଅନୁଗୋଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ବ୍ୟବଚ୍ଛେଦ ଲାଗି ପଠାଇଛି।
ବୁଧବାର କୌଣସି ଏକ କାରଣରୁ ସ୍ୱାମୀ ଓ ସ୍ତ୍ରୀଙ୍କ ମଧ୍ୟରେ ବଚସା ହୋଇଥିଲା। ଏଥିରେ ଉତ୍ତ୍ୟକ୍ତ ହୋଇ ନୀଳମଣି କଇଁତାଙ୍କ ମୁଣ୍ଡକୁ ପଥରରେ ଛେଚି ଦେଇଥିଲେ। ଗୁରୁତର ଅବସ୍ଥାରେ କଇଁତାଙ୍କୁ ହସ୍ପିଟାଲ୍ ନେବା ବାଟରେ ତାଙ୍କର ମୃତ୍ୟୁ ଘଟିଥିଲା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ଭାଣିଜୀ ପ୍ରେମ ବିବାହ କଲା ବୋଲି ଭୋଜିରେ ବିଷ ମିଶାଇଦେଲା ମାମୁ
ଉପସ୍ଥିତ ଲୋକେ ଅଭିଯୁକ୍ତ ମାମୁକୁ ଅଟକାଇବାକୁ ଚେଷ୍ଟା କରିଥିଲେ ବି ସେ ଖସି ପଳାଇଛି।
Crime
ବ୍ରାଉନ୍ସୁଗର ପାଇଁ ମର୍ଡର! ମହିଳା ମାଷ୍ଟରମାଇଣ୍ଡ ସମେତ ୩ ଗିରଫ
ଜେଲ୍ରୁ ବାହାରିବା ପରେ ପ୍ରତିଶୋଧ ପରାୟଣା ହୋଇପଡ଼ିଥିଲେ। ତାଙ୍କ ଜେଲ୍ ଯିବା ପଛରେ ସହଦେବ ନାୟକଙ୍କ ହାତ ଥିବା ସେ ସନ୍ଦେହ କରୁଥିଲେ। ତେଣୁ ତାଙ୍କୁ ରାସ୍ତାରୁ ହଟାଇବା ପାଇଁ ମହିଳା ଜଣକ ଯୋଜନା କରିଥିଲେ।
Crime
୧୭ ବର୍ଷ ପୂର୍ବେ ହୋଇଥିଲା 'ହତ୍ୟା'; ଏବେ ଜୀବନ୍ତ ଧରିଲା ପୁଲିସ
ଏହି ହତ୍ୟା ମାମଲାରେ ୪ଜଣଙ୍କୁ ଗିରଫ ମଧ୍ୟ କରାଗଲା। ସେମାନେ ହତ୍ୟା ଅଭିଯୁକ୍ତ ଭାବରେ ଜେଲରେ ସଜ୍ଜା କାଟିଲେ। ଏବେ ବିହାରର ସେହି ବ୍ୟକ୍ତିଙ୍କୁ ଝାନସୀରୁ ଜୀବନ୍ତ ଧରିଲା ପୁଲିସ।
Crime
ସରୋଜଙ୍କ ପରେ ହଂସିକାଙ୍କ ଆଉ ଜଣେ ସ୍ୱାମୀଙ୍କ ଘରେ IT
ମନୋଜଙ୍କ ଘରୁ ମିଳିଥିବା ଆର୍ଥିକ କାରବାର ସମ୍ପର୍କିତ କାଗଜପତ୍ର ଧରି ବାଲିଗୁଡା ଷ୍ଟେଟ ବ୍ୟାଙ୍କ ଯାଇଥିଲେ ଆୟକର ବିଭାଗ ଟିମ୍। ସେଠାରେ ମଧ୍ୟ ତନାଘନା କରିଥିଲେ। ଗୋଟିଏ ଟିମ୍ ମନୋଜଙ୍କ ଘରେ ଖାନତଲାସୀ କରୁଥିବା ବେଳେ ଆଉ ଗୋଟିଏ ଟିମ୍ ବ୍ୟାଙ୍କରେ ଖୋଳତାଡ଼ କରିଥିଲା।
Crime
ନକ୍ସଲ ଖଞ୍ଜିଥିଲେ IED ବୋମା, ଅଳ୍ପକେ ବର୍ତ୍ତିଲେ ଯବାନ
ନକ୍ସଲଙ୍କ ଗତିବିଧି ଥିବା ଜାଣିପାରି CRPF ଓ SOG ଯବାନ ମିଳିତ ଭାବେ ବାଲିଗୁଡ଼ା ଥାନା ମାରଦୁଲି ଜଙ୍ଗଲରେ କୁମ୍ବିଂ ଅପେରସନ କରୁଥିଲେ। ଜଙ୍ଗଲରେ ସର୍ଚ୍ଚ ଅପରେସନ୍ କରୁଥିବା ବେଳେ ଦୁଇଟି IED ବୋମା ଓ ନକ୍ସଲ କ୍ୟାମ୍ପ ଠାବ ହୋଇଥିଲା।