ଶ୍ରୀମନ୍ଦିର ହୁଣ୍ଡି ଟଙ୍କା ଗଣତି ବେଳେ ଚୋରି କରି ଜଣେ ପିଅନ ଧରାପଡ଼ିଛନ୍ତି। ତାଙ୍କ ନାଁ ପ୍ରଦୀପ୍ତ କୁମାର ମହାପାତ୍ର। ତାଙ୍କ ଠାରୁ ୩୫ ହଜାର ଟଙ୍କା ଜବତ କରାଯାଇଛି। ଶ୍ରୀମନ୍ଦିର ପ୍ରଶାସନ ତରଫରୁ ତାଙ୍କୁ ନିଲମ୍ବନ କରାଯିବା ସହିତ ସିଂହ ଦ୍ୱାର ଥାନାରେ ତାଙ୍କ ନାଁରେ ଏତଲା ଦିଆଯାଇଛି।
ଶ୍ରୀମନ୍ଦିର ଭିତରେ ଡୋନେସନ ସେଲ୍ରେ ଟଙ୍କା ଗଣତି ବେଳେ ପ୍ରଦୀପ୍ତ କୁମାର ମହାପାତ୍ର ଚୋରି କରିଥିଲେ। ସିସିଟିଭି ଫୁଟେଜରୁ ତାଙ୍କ ଚୋରି ଧରାପଡ଼ିଥିଲା। ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ତାଙ୍କୁ ଜେରା କରାଯାଇଛି।
Also Read
ପ୍ରାୟ ୭ ଦିନ ପାଇଁ ଏହି କର୍ମଚାରୀ ଶ୍ରୀମନ୍ଦିର ହୁଣ୍ଡି ଟଙ୍କା ଗଣତିରେ ନିୟୋଜିତ ହୋଇଥିଲେ। ତେବେ ଡ୍ୟୁଟି କରୁଥିବା ବେଳେ ଅନ୍ୟ ଦିନମାନଙ୍କରେ ସେ ଟଙ୍କା ଚୋରି କରିଛନ୍ତି ନା ନାହିଁ, ତାହା ସ୍ପଷ୍ଟ ହୋଇନାହିଁ।
ଶ୍ରୀମନ୍ଦିର ହୁଣ୍ଡି ଗଣତି ନିମନ୍ତେ ସ୍ଥାୟୀ କର୍ମଚାରୀ ମୁତୟନ କରା ନଯିବା ଓ ହୁଣ୍ଡି ଗଣତିରେ ସ୍ଵଚ୍ଛତା ରକ୍ଷା ନିମନ୍ତେ ଗୁରୁତ୍ୱ ଦିଆଯାଉ ନଥିବାରୁ ଏଭଳି ଘଟଣା ଘଟିଥିବା ସାଧାରଣରେ ଚର୍ଚ୍ଚା ହେଉଛି।
TAGS
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ଅଙ୍ଗାରଖ ଗାଁରେ ସଶସ୍ତ୍ର ଡକାୟତି ଘଟଣାରେ ୭ ଗିରଫ
ଗୋଟିଏ ଦେଶୀ ବନ୍ଧୁକ ଓ ନଗଦ ୪୬ ହଜାର ଟଙ୍କା ସହିତ ସେମାନଙ୍କଠାରୁ ଅନ୍ୟାନ୍ୟ ଜିନିଷ ଜବତ କରାଯାଇଛି।
Crime
ମାରାଥନ୍ କାର୍ଯ୍ୟକ୍ରମ ବେଳେ ଫୁଟିଲା ଗୁଳି; ଯୁବକ ଗୁରୁତର
ତେବେ କିଏ ଓ କାହିଁକି ଯୁବକଙ୍କୁ ଗୁଳିମାଡ଼ କଲା ତାର କାରଣ ଅସ୍ପଷ୍ଟ ରହିଛି।
Crime
ହାଇକୋର୍ଟଙ୍କ ନିର୍ଦ୍ଦେଶ ନମାନି ହରଡ଼ଘଣାରେ ଜିଲ୍ଲା ଶିକ୍ଷା ଅଧିକାରୀ
ବାରିପଦା ଟାଉନ ଥାନା ପୁଲିସ ମଧ୍ୟ କହିଛି ଯେ ଜିଲ୍ଲା ଶିକ୍ଷା ଅଧିକାରୀଙ୍କୁ ଠିକ୍ ସମୟରେ ନେଇ ହାଇକୋର୍ଟରେ ହାଜର କରାଯିବ।
Accident
ବାଇକ ଚାଳକଙ୍କୁ ଧକ୍କା ଦେଇ ୩୦କିମି ଯାଏଁ ଘୋଷାଡ଼ି ନେଲା ତହସିଲଦାରଙ୍କ ଗାଡ଼ି
ଉତ୍ତରପ୍ରଦେଶର ବହରାଇଚରେ ଏଭଳି ଏକ ଭୟଙ୍କର ସଡ଼କ ଦୁର୍ଘଟଣାରେ ଜଣେ ୩୫ ବର୍ଷୀୟ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି। ଗାଡ଼ି ଭିତରେ ଥିବା ତହସିଲଦାର ନିଲମ୍ବିତ, ଡ୍ରାଇଭର ଗିରଫ।