ଫୁଲବାଣୀ: ଯୁବକଙ୍କ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

ଫୁଲବାଣୀ: ଫୁଲବାଣୀ ଜିଲ୍ଲା ଗୋଛାପଡ଼ା ଥାନା ଅନ୍ତର୍ଗତ କୁଆଁଘର ଗାଁ ନିକଟରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରାଯାଇଛି। ତାଙ୍କ ନାଁ ବିଶ୍ୱମ୍ବର କହଁର। ତାଙ୍କ ମୁଣ୍ଡରେ କ୍ଷତ ଚିହ୍ନ ରହିଛି। ତେଣୁ ତାଙ୍କୁ ହତ୍ୟା କରାଯାଇଥିବା ସନ୍ଦେହ କରାଯାଉଛି। ପୋଲିସ୍ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରୁଛି ବୋଲିସ୍।

ମିଳିଥିବା ସୂଚନା ଅନୁଯାୟୀ, ଗତକାଲି ରାତିରେ କିଛି ଲୋକ ତାଙ୍କୁ ଘରୁ ଡାକି ନେଇଥିଲେ।