ସମ୍ବଲପୁର ପୁଲିସକୁ ମିଳିଛି ବଡ଼ ସଫଳତା। ଡକାୟତ ଗ୍ୟାଙ୍ଗର ୧୦ ଜଣଙ୍କୁ ଗିରଫ କରିଛି ପୁଲିସ। ସେମାନଙ୍କ ନିକଟରୁ ୫ ଲକ୍ଷ ୧୨ ହଜାର ଟଙ୍କା, ୪୮୦ ଗ୍ରାମ ସୁନା ଓ ୧୬୫ ଗ୍ରାମ ରୁପା ଅଳଙ୍କାର ଜବତ କରାଯାଇଛି। ସେହିପରି ୨ଟି ବୋଲେରୋ ଗାଡ଼ି, ୨ଟି ଟ୍ରାକ୍ଟର ଓ ୪ଟି ମୋଟର ସାଇକେଲ୍ ଜବତ କରାଯାଇଛି। ସମ୍ବଲପୁର ଏସପି ମୁକେଶ ଭାମୁ ଏହି ସୂଚନା ଦେଇଛନ୍ତି।
ସେ କହିଛନ୍ତି ଯେ, ଡକାୟତ ଗ୍ୟାଙ୍ଗଠାରୁ ଜବତ ହୋଇଥିବ ସାମଗ୍ରୀର ମୂଲ୍ୟ ୭୫ ଲକ୍ଷ ଟଙ୍କା ହେବ। ଏହି ଗ୍ୟାଙ୍ଗ ପଶ୍ଚିମ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ଡକାୟତି ଚଳାଇଥିଲେ। ଏମାନଙ୍କ ଟାର୍ଗେଟରେ ରାଇସ ମିଲ୍, ପେଟ୍ରୋଲ ପମ୍ପ ଓ ଦେଶୀ ମଦ ଭାଟି ଥିଲା। ଅଭିଯୁକ୍ତଙ୍କ ନାଁରେ ସମ୍ବଲପୁର ସମେତ ବଲାଙ୍ଗିର, ବରଗଡ଼, ଝାରସୁଗୁଡ଼ା ଓ ସୁନ୍ଦରଗଡ଼ ଜିଲ୍ଲାର ବିଭିନ୍ନ ଥାନାରେ ୨୧ଟି ଅପରାଧିକ ମାମଲା ରହିଛି।
ସମସ୍ତ ଗିରଫ ଅଭିଯୁକ୍ତଙ୍କ ଘର ସମ୍ବଲପୁର ଜିଲ୍ଲାରେ। ଏମାନଙ୍କର ଗ୍ୟାଙ୍ଗରେ ଆଉ କେହି ଥିଲେ କି ? ଆଉ କେଉଁ ଯାଏ ଲମ୍ବିଛି ଡକାୟତିର ଚେର ତାର ଖୋଳତାଡ଼ ଚାଲିଥିବା ସମ୍ବଲପୁର ଏସପି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
ବାଇକ ଚାଳକଙ୍କୁ ଧକ୍କା ଦେଇ ୩୦କିମି ଯାଏଁ ଘୋଷାଡ଼ି ନେଲା ତହସିଲଦାରଙ୍କ ଗାଡ଼ି
ଉତ୍ତରପ୍ରଦେଶର ବହରାଇଚରେ ଏଭଳି ଏକ ଭୟଙ୍କର ସଡ଼କ ଦୁର୍ଘଟଣାରେ ଜଣେ ୩୫ ବର୍ଷୀୟ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି। ଗାଡ଼ି ଭିତରେ ଥିବା ତହସିଲଦାର ନିଲମ୍ବିତ, ଡ୍ରାଇଭର ଗିରଫ।
Crime
ଲୋନ୍ ମଞ୍ଜୁର କରିବାକୁ ଲାଞ୍ଚ ନେଇ ଧରାପଡ଼ିଲେ ଜିଲ୍ଲା ଶିଳ୍ପ କେନ୍ଦ୍ରର ଜେନେରାଲ ମ୍ୟାନେଜର
ଲାଞ୍ଚ ନେଇ ଧରାପଡ଼ିବା ପରେ ଶ୍ରୀ ଦେହୁରୀଙ୍କ ତିନିଟି ଠିକଣାରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଥିଲା।
Crime
କୋଟାରେ ପୁଣି ଜୀବନ ହାରିଲେ ଛାତ୍ର; ଏ ବର୍ଷ ଗଲାଣି ୧୭ ଜୀବନ
ହଷ୍ଟେଲରୁ ଝୁଲନ୍ତା ଅବସ୍ଥାରେ ନାବାଳକ ଛାତ୍ରଙ୍କ ମୃତଦେହ ଉଦ୍ଧାର। ୧୬ ବର୍ଷୀୟ ଛାତ୍ର ଆଇଆଇଟି-ଜେଇଇ ପାଇଁ କରୁଥିଲେ ପ୍ରସ୍ତୁତି।
Crime
ନିରଞ୍ଜନଙ୍କ ଘରେ ଇଡି ରେଡ୍, ୧୦ ଘଣ୍ଟା ପରେ ବାହାରିଲେ
ନିରଞ୍ଜନଙ୍କ ନୟାପଲ୍ଲୀ ଘର ସହିତ ଭୁବନେଶ୍ୱରର ଆଉଏକ ସ୍ଥାନ ଓ ଦିଲ୍ଲୀ ଘରେ ଆଜି ଏକକାଳୀନ ରେଡ୍ କରିଥିଲା ଇଡି।
Crime
ବୈକୁଣ୍ଠ ଆଶ୍ରମ ବେଆଇନ ନିର୍ମାଣ ପ୍ରସଙ୍ଗରେ ହାଇକୋର୍ଟଙ୍କ ଅନ୍ତରୀଣ ନିର୍ଦ୍ଦେଶ ବଳବତ୍ତର
ଗଣ ଶିକ୍ଷା ବିଭାଗ ପକ୍ଷରୁ ସାଧାରଣ ପ୍ରଶାସନ ବିଭାଗକୁ ଦିଆଯାଇଥିବା ଚିଠି ନକଲି ବୋଲି ଆଜି ସରକାରଙ୍କ ପକ୍ଷରୁ କୋର୍ଟରେ କୁହାଯାଇଥିଲା। ଏହାକୁ ସତ୍ୟପାଠ ଆକାରରେ ଦେବାକୁ ନିର୍ଦ୍ଦେଶ ଦେବା ସହ ଆସନ୍ତା ଜାନୁଆରୀ ୩ ତାରିଖରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ ବୋଲି ହାଇକୋର୍ଟ କହିଛନ୍ତି।