Advertisment

କଲେଜ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଅଭିଯୋଗ; ବୟଫ୍ରେଣ୍ଡ ସହ ୬ ଗିରଫ

ଛାତ୍ରୀଙ୍କ ଆପତ୍ତିଜନକ ଭିଡିଓ ଉଠାଇ ବ୍ଲାକମେଲ କରିବା ସହ ବାରମ୍ବାର ଦୁଷ୍କର୍ମ କରିଥିବା ଥାନାରେ ଅଭିଯୋଗ ହୋଇଛି।

author-image
Tapaswini Nayak
ଅଦ୍ୟତନ ହୋଇଛି
Gang rape

Gang rape

ଜଣେ କଲେଜ ଛାତ୍ରୀଙ୍କୁ ଗଣଦୁଷ୍କର୍ମ କରଯାଇଥିବା ଅଭିଯୋଗ ହୋଇଛି। ଏପରି ସାଂଘାତିକ ଅଭିଯୋଗ ଆସିଛି କଟକରୁ। ଛାତ୍ରୀଙ୍କ ବୟଫ୍ରେଣ୍ଡ୍ ଓ ତା’ସାଙ୍ଗ ମାନେ ମିଶି ଗଣଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି। ଛାତ୍ରୀଙ୍କ ଆପତ୍ତିଜନକ ଭିଡିଓ ଉଠାଇ ବ୍ଲାକମେଲ କରିବା ସହ ବାରମ୍ବାର ଦୁଷ୍କର୍ମ କରିଥିବା ଥାନାରେ ଅଭିଯୋଗ ହୋଇଛି। ପୁଲିସ ଏହି ଘଟଣାରେ ବୟଫ୍ରେଣ୍ଡ ସହ ୬ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି।

Advertisment

ଅଭିଯୁକ୍ତ ମାନଙ୍କ ମଧ୍ୟରେ ୩ ଜଣ ହେଉଛନ୍ତି ଝାଞ୍ଜିରିମଙ୍ଗଳା ଅଞ୍ଚଳର। ବାରଙ୍ଗ ଅଞ୍ଚଳର ଜଣେ କାଫେ ମାଲିକ, ଭଗବତପୁର ଅଞ୍ଚଳର ଅଭିଯୁକ୍ତ ସହ ଖୋର୍ଦ୍ଧା ନୟାଗଡ଼ ଅଞ୍ଚଳର ଜଣେ ଅଭିଯୁକ୍ତ ରହିଛନ୍ତି।

ମିଳିଥିବା ସୂଚନା ଅନୁଯାୟୀ, ଗତ ଦଶହରା ବେଳେ କଟକ ପୁରୀଘାଟ ଥାନା ଅଞ୍ଚଳର ଏକ କାଫେରେ ଛାତ୍ରୀ ଜଣକ ତାଙ୍କ ବୟଫ୍ରେଣ୍ଡ୍ ସହ ଜନ୍ମଦିନ ପାଳନ କରିଥିଲେ। ସେଠାରେ ଛାତ୍ରୀଙ୍କ ଅଜାଣତରେ ଆପତ୍ତିଜନକ ଭିଡ଼ିଓ ଉତ୍ତୋଳନ କରିଥିଲା ଅଭିଯୁକ୍ତ ବୟଫ୍ରେଣ୍ଡ୍। ଏଥିରେ ସହଯୋଗ କରିଥିଲେ କାଫେ ଚଳାଉଥିବା ଭରତପୁର ଅଞ୍ଚଳର ଯୁବକ। ଏହି ଭିଡିଓ ରଖି କାଫେ ମାଲିକ ଓ ବୟଫ୍ରେଣ୍ଡ ତାଙ୍କୁ ବାରଙ୍ଗ ଅଞ୍ଚଳର ଏକ ଘରକୁ ଡାକିଥିଲେ। ଛାତ୍ରୀ ଜଣକ ସେଠାରେ ପହଞ୍ଚିବା ପରେ ତାଙ୍କୁ ଗଣଦୁଷ୍କର୍ମ କରିଥିବା ନେଇ ବାଦାମବାଡ଼ି ଥାନାରେ ଅଭିଯୋଗ ହୋଇଛି। ଏହି ଘଟଣାରେ ବାଦାମବାଡ଼ି ପୁଲିସ ବୟଫ୍ରେଣ୍ଡ ସହ ୬ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି। ତେବେ ଏନେଇ ପୁଲିସ ପକ୍ଷରୁ କୌଣସି ପ୍ରତିକ୍ରିୟା ମିଳିପାରିନାହିଁ।

Advertisment
Cuttack Gang Rape