ଆଜି ସକାଳୁ ସକାଳୁ ବଲାଙ୍ଗିର ଜେଲରେ ବଡ଼ ଧରଣର ଚଢ଼ାଉ କରିଛି ପୁଲିସ। ଜେଲରେ ଗ୍ୟାଙ୍ଗୱାର ଚାଲିଥିବା ନେଇ ଖବର ପ୍ରକାଶ ପାଇବା ପରେ ଏସପି ଋଷିକେଶ ଖିଲାରୀଙ୍କ ନେତୃତ୍ୱରେ ଏହି ଚଢ଼ାଉ କରାଯାଇଛି। ମାଜିଷ୍ଟ୍ରେଟଙ୍କ ସହ ୨ ପ୍ଲାଟୁନ୍ ପୁଲିସ ଫୋର୍ସ ଓ ୯ ଅଫିସର ଏହି ଚଢ଼ାଉରେ ସାମିଲ ହୋଇଛନ୍ତି।
ଚଢ଼ାଉ ବେଳେ ଜେଲ ଭିତରୁ ବିଡ଼ି, ସିଗାରେଟ୍, ଦିଆସିଲ୍ ଓ ଅନ୍ୟ ନିଶାଦ୍ରବ୍ୟ ଜବତ ହୋଇଥିବା ସୂଚନା ମିଳିଛି। ଏହି କାରନାମାରେ ଜେଲ୍ କର୍ମଚାରୀଙ୍କ ସମ୍ପୃକ୍ତି ଥିବା ସନ୍ଦେହ କରାଯାଉଛି।
Also Read
ଶୁକ୍ରବାର ଦିନ ଜେଲରେ କୁଖ୍ୟାତ ଅବରାଧୀ ବବୁଲ ମହାନନ୍ଦଙ୍କୁ ଅନ୍ୟ ଏକ ଗୋଷ୍ଠୀ ଆକ୍ରମଣ କରିଥବାର ସୂଚନା ରହିଛି।
ବଲାଙ୍ଗିର ଜେଲର ସୁପରିଟେଣ୍ଡେଣ୍ଟ ସର୍ବେଶ୍ୱର ସାହୁ କହିଛନ୍ତି, ଆସାମୀମାନଙ୍କୁ ଚେକିଂ କରାଯାଇ ଭିତରକୁ ଛଡ଼ାଯାଉଛି। ଏହା ସତ୍ତ୍ୱେ ବି ଆସାମୀ ମାନେ ଲୁଚାଇକି ନିଶାଦବ୍ୟ ଭିତରକୁ ନେଇଯାଉଛନ୍ତି।
TAGS
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
ବାଇକ ଚାଳକଙ୍କୁ ଧକ୍କା ଦେଇ ୩୦କିମି ଯାଏଁ ଘୋଷାଡ଼ି ନେଲା ତହସିଲଦାରଙ୍କ ଗାଡ଼ି
ଉତ୍ତରପ୍ରଦେଶର ବହରାଇଚରେ ଏଭଳି ଏକ ଭୟଙ୍କର ସଡ଼କ ଦୁର୍ଘଟଣାରେ ଜଣେ ୩୫ ବର୍ଷୀୟ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି। ଗାଡ଼ି ଭିତରେ ଥିବା ତହସିଲଦାର ନିଲମ୍ବିତ, ଡ୍ରାଇଭର ଗିରଫ।
Crime
ଲୋନ୍ ମଞ୍ଜୁର କରିବାକୁ ଲାଞ୍ଚ ନେଇ ଧରାପଡ଼ିଲେ ଜିଲ୍ଲା ଶିଳ୍ପ କେନ୍ଦ୍ରର ଜେନେରାଲ ମ୍ୟାନେଜର
ଲାଞ୍ଚ ନେଇ ଧରାପଡ଼ିବା ପରେ ଶ୍ରୀ ଦେହୁରୀଙ୍କ ତିନିଟି ଠିକଣାରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଥିଲା।
Crime
କୋଟାରେ ପୁଣି ଜୀବନ ହାରିଲେ ଛାତ୍ର; ଏ ବର୍ଷ ଗଲାଣି ୧୭ ଜୀବନ
ହଷ୍ଟେଲରୁ ଝୁଲନ୍ତା ଅବସ୍ଥାରେ ନାବାଳକ ଛାତ୍ରଙ୍କ ମୃତଦେହ ଉଦ୍ଧାର। ୧୬ ବର୍ଷୀୟ ଛାତ୍ର ଆଇଆଇଟି-ଜେଇଇ ପାଇଁ କରୁଥିଲେ ପ୍ରସ୍ତୁତି।
Crime
ନିରଞ୍ଜନଙ୍କ ଘରେ ଇଡି ରେଡ୍, ୧୦ ଘଣ୍ଟା ପରେ ବାହାରିଲେ
ନିରଞ୍ଜନଙ୍କ ନୟାପଲ୍ଲୀ ଘର ସହିତ ଭୁବନେଶ୍ୱରର ଆଉଏକ ସ୍ଥାନ ଓ ଦିଲ୍ଲୀ ଘରେ ଆଜି ଏକକାଳୀନ ରେଡ୍ କରିଥିଲା ଇଡି।
Crime
ବୈକୁଣ୍ଠ ଆଶ୍ରମ ବେଆଇନ ନିର୍ମାଣ ପ୍ରସଙ୍ଗରେ ହାଇକୋର୍ଟଙ୍କ ଅନ୍ତରୀଣ ନିର୍ଦ୍ଦେଶ ବଳବତ୍ତର
ଗଣ ଶିକ୍ଷା ବିଭାଗ ପକ୍ଷରୁ ସାଧାରଣ ପ୍ରଶାସନ ବିଭାଗକୁ ଦିଆଯାଇଥିବା ଚିଠି ନକଲି ବୋଲି ଆଜି ସରକାରଙ୍କ ପକ୍ଷରୁ କୋର୍ଟରେ କୁହାଯାଇଥିଲା। ଏହାକୁ ସତ୍ୟପାଠ ଆକାରରେ ଦେବାକୁ ନିର୍ଦ୍ଦେଶ ଦେବା ସହ ଆସନ୍ତା ଜାନୁଆରୀ ୩ ତାରିଖରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ ବୋଲି ହାଇକୋର୍ଟ କହିଛନ୍ତି।