ସାଧାରଣ ନିର୍ବାଚନ ତାରିଖ ପାଖେଇ ଆସୁଥିବା ବେଳେ ବିଭିନ୍ନ ସ୍ଥାନରୁ ପୁଳାପୁଳା ଟଙ୍କା ଜବତ କରାଯାଉଛି। ଗୋଟିଏ ଦିନରେ ରାଜଧାନୀରୁ ୭୫ଲକ୍ଷ ଟଙ୍କା ଜବତ କରିଛି ପୁଲିସ। ଭୁବନେଶ୍ୱର ବିମାନ ବନ୍ଦରରୁ ଦୁଇଜଣ ବ୍ୟକ୍ତିଙ୍କ ଲଗେଜରୁ ଏହି ଟଙ୍କା ଜବତ କରାଯାଇଛି।
ଜଣେ ବ୍ୟକ୍ତି ଦିଲ୍ଲୀରୁ ଆସୁଥିବା ବେଳେ ଆଉ ଜଣେ ଚେନ୍ନାଇରୁ ଭୁବନେଶ୍ୱର ଆସୁଥିଲେ। ବିମାନ ବନ୍ଦରରେ ଲଗେଜେ ସ୍କାନିଂ ବେଳେ ବ୍ୟାଗରେ ଟଙ୍କା ଥିବା ଜଣାପଡିଥିଲ॥ ପୁଲିସ ଦୁଇଟି ଲଗେଜରୁ ୭୫ଲକ୍ଷ ଟଙ୍କା ନଗଦ ଜବତ କରିଛି।
Also Read
କେଉଁଠୁ ଓ କ’ଣ ପାଇଁ ଏତେ ଟଙ୍କା ଆସିଥିଲା ତାର ତଦନ୍ତ କରୁଛି ଆୟକର ବିଭାଗ। ଆଗକୁ ନିର୍ବାଚନ ଥିବା ବେଳେ ଏତେ ପରିମାଣର ଟଙ୍କା ଜବତ ହେବା ସନ୍ଦେହ ସୃଷ୍ଟି କରିଛି। ଜଣେ ପ୍ରତିଷ୍ଠିତ ବ୍ୟବସାୟୀଙ୍କର ଏହି ଟଙ୍କା ବୋଲି ସୂଚନା ମିଳିଛି । ଜବତ ହୋଇଥିବା ଟଙ୍କାକୁ ସିଜ କରି ଅଧିକ ତଦନ୍ତ କରୁଛି ଆୟକର ବିଭାଗ ।
TAGS
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ଜନ୍ମଦିନରେ ମୋବାଇଲ ଗିଫ୍ଟ ଦେବାକୁ ମନା କଲେ ମାଆ; ଜୀବନ ହାରିଲେ ନାବାଳକ
ଆର୍ଥିକ ଅସୁବିଧା କାରଣରୁ ପୁଅକୁ ମୋବାଇଲ କିଣିଦେବାକୁ ମନା କରିଥିଲେ ମାଆ।
Crime
ଅଭିନେତ୍ରୀଙ୍କୁ ଠକେଇ ମାମଲାରେ ଯାତ୍ରା ପାର୍ଟି ମାଲିକ ଗିରଫ
ଯାତ୍ରା ପାର୍ଟି ମାଲିକ ଅମରେଶ ଯେ ତାଙ୍କୁ ଠକୁଛନ୍ତି ତାହା ବୁଝିଲା ବେଳକୁ ବହୁ ବିଳମ୍ବ ହୋଇଯାଇଥିଲା।
Crime
ଅଙ୍ଗାରଖ ଗାଁରେ ସଶସ୍ତ୍ର ଡକାୟତି ଘଟଣାରେ ୭ ଗିରଫ
ଗୋଟିଏ ଦେଶୀ ବନ୍ଧୁକ ଓ ନଗଦ ୪୬ ହଜାର ଟଙ୍କା ସହିତ ସେମାନଙ୍କଠାରୁ ଅନ୍ୟାନ୍ୟ ଜିନିଷ ଜବତ କରାଯାଇଛି।
Crime
ମାରାଥନ୍ କାର୍ଯ୍ୟକ୍ରମ ବେଳେ ଫୁଟିଲା ଗୁଳି; ଯୁବକ ଗୁରୁତର
ତେବେ କିଏ ଓ କାହିଁକି ଯୁବକଙ୍କୁ ଗୁଳିମାଡ଼ କଲା ତାର କାରଣ ଅସ୍ପଷ୍ଟ ରହିଛି।