ଗଞ୍ଜେଇ ଗଛ କାଟିବାକୁ ଯାଇ ହଟହଟା ହେଲା ପୁଲିସ। ଗଂଜେଇ ଗଛ କାଟିବା ପୂର୍ବରୁ ପାରମ୍ପରିକ ଅସ୍ତ୍ରଶସ୍ତ୍ର ଧରି ପୁଲିସକୁ ଘେରିଯାଇଥିଲେ ଆଦିବାସୀ। ଏପରି ଘଟଣା ଦେଖିବାକୁ ମିଳିଛି ମାଲକାନଗିରି ଜିଲ୍ଲାରେ ।
ମାଲକାନଗିରି ଜିଲ୍ଲାରେ ପୁଲିସ ଓ ଅବକାରୀ ବିଭାଗ ପକ୍ଷରୁ ଗଞ୍ଜେଇ ଗଛ କଟା ଅଭିଯାନ ଆରମ୍ଭ କରାଯାଇଛି। ମଙ୍ଗବାର ଦିନ ସକାଳେ କୋରୁକୋଣ୍ଡା ବ୍ଲକ ନାକାମାମୁଡ଼ି ପଞ୍ଚାୟତର ବାୟାପଡା ଘାଟିରେ ଗଞ୍ଜେଇ ଗଛ କାଟିବା ପାଇଁ ଓର୍କେଲ ଥାନାର ପୁଲିସ ସହ ଯବାନମାନେ ଯାଇଥିଲେ।
Also Read
ଏହି ସମୟରେ ପାରମ୍ପରିକ ଅସ୍ତ୍ରଶସ୍ତ୍ର ଧରି ଯବାନ ଓ ପୁଲିସଙ୍କୁ ଘେରିଯାଇଥିଲେ ଆଦିବାସୀ। ପରିସ୍ଥିତି ଏପରି ହୋଇଥିଲା ଯେ ପୁଲିସ ଘଟଣାସ୍ଥଳରୁ ଫେରି ଆସିବାକୁ ବାଧ୍ୟ ହୋଇଥିଲେ। ଆଦିବାସୀମାନେ ପାହାଡକୁ କାଟି ଗଞ୍ଜେଇ ଚାଷ କରୁଥିବା ସୂଚନା ରହିଛି।
ଆଦିବାସୀ ମାନେ କହିଥିଲେ ଯେ, ଆମ ପାଖରେ ଚାଷ ଉପଯୋଗୀ ଜମି ନାହିଁ। ଆମକୁ ଚାଷ ଉପଯୋଗୀ ଜମି ଦିଅ। ଆମେ ଅନ୍ୟ ଚାଷ କରିବୁ, ଗଞ୍ଜେଇ ଚାଷ କରିବୁ ନାହିଁ। ଏହାସହ ଆମକୁ ସମସ୍ତ ପ୍ରକାର ସୁବିଧା ଦିଆଯାଉ।
TAGS
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ହାଇକୋର୍ଟଙ୍କ ନିର୍ଦ୍ଦେଶ ନମାନି ହରଡ଼ଘଣାରେ ଜିଲ୍ଲା ଶିକ୍ଷା ଅଧିକାରୀ
ବାରିପଦା ଟାଉନ ଥାନା ପୁଲିସ ମଧ୍ୟ କହିଛି ଯେ ଜିଲ୍ଲା ଶିକ୍ଷା ଅଧିକାରୀଙ୍କୁ ଠିକ୍ ସମୟରେ ନେଇ ହାଇକୋର୍ଟରେ ହାଜର କରାଯିବ।
Accident
ବାଇକ ଚାଳକଙ୍କୁ ଧକ୍କା ଦେଇ ୩୦କିମି ଯାଏଁ ଘୋଷାଡ଼ି ନେଲା ତହସିଲଦାରଙ୍କ ଗାଡ଼ି
ଉତ୍ତରପ୍ରଦେଶର ବହରାଇଚରେ ଏଭଳି ଏକ ଭୟଙ୍କର ସଡ଼କ ଦୁର୍ଘଟଣାରେ ଜଣେ ୩୫ ବର୍ଷୀୟ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି। ଗାଡ଼ି ଭିତରେ ଥିବା ତହସିଲଦାର ନିଲମ୍ବିତ, ଡ୍ରାଇଭର ଗିରଫ।
Crime
ଲୋନ୍ ମଞ୍ଜୁର କରିବାକୁ ଲାଞ୍ଚ ନେଇ ଧରାପଡ଼ିଲେ ଜିଲ୍ଲା ଶିଳ୍ପ କେନ୍ଦ୍ରର ଜେନେରାଲ ମ୍ୟାନେଜର
ଲାଞ୍ଚ ନେଇ ଧରାପଡ଼ିବା ପରେ ଶ୍ରୀ ଦେହୁରୀଙ୍କ ତିନିଟି ଠିକଣାରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଥିଲା।
Crime
କୋଟାରେ ପୁଣି ଜୀବନ ହାରିଲେ ଛାତ୍ର; ଏ ବର୍ଷ ଗଲାଣି ୧୭ ଜୀବନ
ହଷ୍ଟେଲରୁ ଝୁଲନ୍ତା ଅବସ୍ଥାରେ ନାବାଳକ ଛାତ୍ରଙ୍କ ମୃତଦେହ ଉଦ୍ଧାର। ୧୬ ବର୍ଷୀୟ ଛାତ୍ର ଆଇଆଇଟି-ଜେଇଇ ପାଇଁ କରୁଥିଲେ ପ୍ରସ୍ତୁତି।
Crime
ନିରଞ୍ଜନଙ୍କ ଘରେ ଇଡି ରେଡ୍, ୧୦ ଘଣ୍ଟା ପରେ ବାହାରିଲେ
ନିରଞ୍ଜନଙ୍କ ନୟାପଲ୍ଲୀ ଘର ସହିତ ଭୁବନେଶ୍ୱରର ଆଉଏକ ସ୍ଥାନ ଓ ଦିଲ୍ଲୀ ଘରେ ଆଜି ଏକକାଳୀନ ରେଡ୍ କରିଥିଲା ଇଡି।