Advertisment

ପ୍ରଶାନ୍ତ ଜଗଦ୍ଦେବ ଗିରଫ

ଗତକାଲି ଅପରାହ୍ନରେ ଚିଲିକା  ବିଧାୟକ ପ୍ରଶାନ୍ତ ଜଗଦେବ ଓ ତାଙ୍କ ପତ୍ନୀ ଭୋଟ୍ ଦେବା ପାଇଁ କାଉଁରିପାଟଣା ବୁଥରେ ପହଞ୍ଚିଥିଲେ। ଏହାର କିଛି ସମୟ ପରେ ଇଭିଏମକୁ ଫିଙ୍ଗାଫୋପଡ଼ା କରାଯାଇଥିବା ନେଇ ଅଭିଯୋଗ ଉଠିଥିଲା।

author-image
Jitendra Garnayak
ଅଦ୍ୟତନ ହୋଇଛି
Prasant Jagadev

Prasant Jagadev

ଗିରଫ ହୋଇଛନ୍ତି ବିଧାୟକ ପ୍ରଶାନ୍ତ ଜଗଦ୍ଦେବ। ଗତକାଲି ବିଳମ୍ବିତ ରାତିରେ ତାଙ୍କୁ ଗିରଫ କରିଛି ପୁଲିସ। ଖୋର୍ଦ୍ଧା ଜିଲ୍ଲା ବୋଲଗଡ଼ ବ୍ଲକ୍ କାଉଁରିପାଟଣା ବୁଥରେ ଇଭିଏମ୍ ଫିଙ୍ଗାଯିବା ଅଭିଯୋଗ ମାମଲାରେ ଚିଲିକା ବିଧାୟକ ତଥା ଚଳିତ ନିର୍ବାଚନରେ ଖୋର୍ଦ୍ଧା ବିଧାୟକ ପ୍ରାର୍ଥୀ ପ୍ରଶାନ୍ତ ଜଗଦ୍ଦେବଙ୍କୁ ଗିରଫ କରାଯାଇଛି। ଗିରଫ ପରେ ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇ ତାଙ୍କୁ ଖୋର୍ଦ୍ଧା ଜେଲକୁ ପଠାଯାଇଥିବା ସୂଚନା ମିଳିଛି।

Advertisment

ଗତକାଲି ଅପରାହ୍ନରେ ଚିଲିକା  ବିଧାୟକ ପ୍ରଶାନ୍ତ ଜଗଦେବ ଓ ତାଙ୍କ ପତ୍ନୀ ଭୋଟ୍ ଦେବା ପାଇଁ କାଉଁରିପାଟଣା ବୁଥରେ ପହଞ୍ଚିଥିଲେ। ଏହାର କିଛି ସମୟ ପରେ ଇଭିଏମକୁ ଫିଙ୍ଗାଫୋପଡ଼ା କରାଯାଇଥିବା ନେଇ ଅଭିଯୋଗ ଉଠିଥିଲା। ଏହି ଘଟଣାରେ ପୁଲିସ ବେଗୁନିଆରୁ ବିଧାୟକଙ୍କୁ ଉଠାଇ ନେଇ ଖୋର୍ଦ୍ଧା ରିଜର୍ଭ ପୋଲିସ କ୍ୟାମ୍ପସରେ ଅଟକ ରଖିଥିଲା। ତେବେ ସମ୍ପୃକ୍ତ ବୁଥର ପ୍ରିଜାଇଡିଂ ଅଫିସରଙ୍କ ଏତଲା ଆଧାରରେ ପ୍ରଶାନ୍ତ ଜଗଦ୍ଦେବଙ୍କୁ ଗିରଫ କରାଯାଇଥିବା ସୂଚନା ମିଳିଛି। ଏହି ଘଟଣାକୁ ନେଇ ବିଜେଡି ମଧ୍ୟ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ଦ୍ୱାରସ୍ଥ ହୋଇଥିଲା।

ଅନ୍ୟପକ୍ଷରେ ପ୍ରଶାନ୍ତ ଜଗଦ୍ଦେବଙ୍କ ବିରୋଧରେ ଉଠିଥିବା ଅଭିଯୋଗ ଉଦ୍ଦେଶ୍ୟ ପ୍ରଣୋଦିତ ବୋଲି ଅଭିଯୋଗ କରିଛନ୍ତି ସ୍ଥାନୀୟ ଗ୍ରାମବାସୀ ଓ ପ୍ରତ୍ୟକ୍ଷଦର୍ଶୀ। ବିଧାୟକ ପ୍ରଶାନ୍ତ ଜଗଦ୍ଦେବ ଗିରଫ ମାମଲାରେ ଖୋର୍ଦ୍ଧା ଏସ୍‌ପି କହିଛନ୍ତି, କେବଳ ପ୍ରିଜାଇଡିଂ ଅଫିସରଙ୍କ ଏତଲା ଆଧାରରେ ଗିରଫ କରାଯାଇଛି। ସିସିଟିଭି ଯାଞ୍ଚ ହୋଇନି। ନିର୍ବାଚନ ପ୍ରକ୍ରିୟା ପରେ ସିସିଟିଭି ଯାଞ୍ଚ ହେବ।ଅନ୍ୟ କେହି ସଂପୃକ୍ତ ଥିଲେ କାର୍ଯ୍ୟାନୁଷ୍ଠାନ ନିଆଯିବ।

Advertisment

ସୂଚନାଯୋଗ୍ୟ, ଏହି ଘଟଣାରେ ତାଙ୍କୁ ଗିରଫ କରାଯିବା ପୂର୍ବରୁ ସିସିଟିଭି ଯାଞ୍ଚ ପାଇଁ ଦାବି କରିଥିଲେ ବିଧାୟକ ପ୍ରଶାନ୍ତ ଜଗଦ୍ଦେବ। 

2024 General Election Odisha Assembly Election 2024 Loka Sabha Election 2024 Prasant Jagadev