Advertisment

ଭରତପୁର ଥାନା ମାମଲାର ତଦନ୍ତ ଅନୁଧ୍ୟାନ କରିବେ ନାହିଁ ହାଇକୋର୍ଟ

ଭାରତପୁର ମାମଲାରେ ସରକାରଙ୍କ ପକ୍ଷରୁ ନିଆଯାଇଥିବା ପଦକ୍ଷେପକୁ ହାଇକୋର୍ଟ ପ୍ରଶଂସା କରିଥିବା ଜଣାଯାଇଛି।

ଅଦ୍ୟତନ ହୋଇଛି
undefined

High Courts

Advertisment

ଭରତପୁରଭରତପୁର ଥାନା କାଣ୍ଡକୁ ନେଇ ହାଇକୋର୍ଟରେ ଜନସ୍ୱାର୍ଥ ମାମଲା ରୁଜୁ ହୋଇଛି। ହାଇକୋର୍ଟ ନିଜ ପକ୍ଷରୁ ଏହି ଜନସ୍ୱାର୍ଥ ମାମଲା ରୁଜୁ କରିଛନ୍ତି। ଆଜି ଏହି ମାମଲାର ଶୁଣାଣି ମଧ୍ୟ ହୋଇଛି। ଶୁଣାଣି ସମୟରେ ହାଇକୋର୍ଟ ଭରତପୁର ଥାନାରେ ଭାରତୀୟ ସେନାର ମେଜର ଓ ତାଙ୍କ ବାନ୍ଧବୀଙ୍କୁ ପୁଲିସର ନିର୍ଯାତନା ଅଭିଯୋଗକୁ ନେଇ ଉଦବେଗ ପ୍ରକାଶ କରିଛନ୍ତି। ପୀଡ଼ିତା ଓ ମେଜରଙ୍କ ନାଁ ଗଣମାଧ୍ୟମରେ ପ୍ରକାଶ ନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି କୋର୍ଟ। ବୈଦ୍ୟୁତିକ, ଛାପା ଓ ସାମାଜିକ ଗଣମାଧ୍ୟମରେ ପ୍ରକାଶ ନ କରିବାକୁ ରୋକ୍ ଲଗାଇଛନ୍ତି। 

Advertisment

ଏଥିସହ ରାଜ୍ୟର କେଉଁ ଥାନାରେ ସିସିଟିଭି ଲାଗିଛି ଓ କେଉଁ ଥାନାରେ ସିସିଟିଭି ଲାଗିନାହିଁ ସମସ୍ତ ସ୍ଥିତି ଜଣାଇବାକୁ ଏଡିଜି ଆଧୁନିକୀକରଣଙ୍କୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଆସନ୍ତା ୯ ତାରିଖରେ ପ୍ରାରମ୍ଭିକ ରିପୋର୍ଟ ଦେବାକୁ ଏଡିଜି ଆଧୁନିକୀକରଣଙ୍କୁ କୁହାଯାଇଛି।

ସେହିପରି ଭାରତପୁର ମାମଲାର ତଦନ୍ତ ଅନୁଧ୍ୟାନ ପାଇଁ ମନା କରିଛନ୍ତି ହାଇକୋର୍ଟ। ରାଜ୍ୟ ସରକାର ବିଚାର ବିଭାଗୀୟ ତଦନ୍ତ ପାଇଁ ନିର୍ଦ୍ଦେଶ ଦେଇଥିବାରୁ ତଦନ୍ତ ଅନୁଧ୍ୟାନର ଆବଶ୍ୟକତା ନାହିଁ ବୋଲି କହିଛନ୍ତି କୋର୍ଟ। ଆସନ୍ତା ୯ ତାରିଖରେ ଏହି ମାମଲାର ପରବର୍ତ୍ତୀ ଶୁଣାଣି କରାଯିବ। ଅନ୍ୟପକ୍ଷରେ ଭାରତପୁର ମାମଲାରେ ସରକାରଙ୍କ ପକ୍ଷରୁ ନିଆଯାଇଥିବା ପଦକ୍ଷେପକୁ ହାଇକୋର୍ଟ ପ୍ରଶଂସା କରିଛନ୍ତି।

Advertisment

ସୂଚନାଯୋଗ୍ୟ, ଭରତପୁର ଥାନାରେ ମେଜର ଓ ତାଙ୍କ ବାନ୍ଧବୀଙ୍କୁ ଥାନାରେ ଦୁର୍ବ୍ୟବହାର ମାମଲାରେ ହାଇକୋର୍ଟ ମୁଖ୍ୟ ବିଚାରପତିଙ୍କୁ ଚିଠି ଲେଖିଥିଲେ ଲେଫ୍ଟନାଣ୍ଟ ଜେନେରାଲ ପି.ଏସ୍ ଶେଖାୱତ। ଏହି ମାମଲାକୁ ଗୁରୁତର ସହ ନେଇ ହସ୍ତକ୍ଷେପ କରିବାକୁ ଅନୁରୋଧ କରିଥିଲେ।

Bharatpur Police Station Orissa High Court
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe