ପୁରୀ: ପୁରୀ ସିଦ୍ଧମହାବୀର ପାଟଣାର ଆଶ୍ରମରୁ ଜବତ ୨୭ ଖପୁରୀର ଆଜି କଟକ ଏଫ୍ଏମଟିରେ ଯାଞ୍ଚ ହେବ। ଗତ ୫ ତାରିଖରେ ମନୋରଂଜନ ଜେନା ଓରଫ୍ ମନୁ ବାବାଙ୍କ ଆଶ୍ରମରୁ ଏସବୁ ଖପୁରୀ ମିଳିଥିଲା। ଏ ସଂପର୍କରେ ଏକ ମାମଲା ରୁଜୁ କରି ତଦନ୍ତ ଚଳାଇଥିବା କୁମ୍ଭାରପଡ଼ା ପୋଲିସ ଖପୁରୀ ଗୁଡ଼ିକୁ ପୃଥକ ପୃଥକ ଭାବେ କାଗଜରେ ମାର୍କିଂ କରି ପରୀକ୍ଷା ପାଇଁ ପଠାଯାଇଥିଲା। ଖପୁରୀଗୁଡ଼ିକ କେତେ ବର୍ଷ ତଳର ଓ ସେଗୁଡ଼ିକ ମହିଳା କି ପୁରୁଷଙ୍କର ପରୀକ୍ଷା ପରେ ସ୍ପଷ୍ଟ ହେବ। ରିପୋର୍ଟ ଆସିବା ପରେ ସେହି ଅନୁଯାୟୀ ପଦକ୍ଷେପ ନିଆଯିବ ବୋଲି ତଦନ୍ତକାରୀ ଅଫିସର କହିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories

Crime
ଓଡ଼ିଶାରେ ଅନଲାଇନ୍ ଗେମ: ୩ ବର୍ଷରେ ୮ରୁ ଅଧିକ ଆତ୍ମହତ୍ୟା!
୨୦୨୩ରେ ପୃଥିବୀରେ ଅନଲାଇନ୍ ଗେମର ବଜାର ପ୍ରାୟ ୩୫.୭ ବିଲିୟନ୍ ଡଲାର ହୋଇଥିବାବେଳେ ଭାରତରେ ଏହାର ବଜାର ୩୩ ହଜାର କୋଟି ଟଙ୍କା ରହିଥିଲା। ଓଡ଼ିଶାରେ ୧୯୫୫ରେ ପ୍ରଣୀତ ‘ପ୍ରିଭେନସନ୍ ଅଫ୍ ଗାମ୍ବଲିଂ ଆକ୍ଟ’ ପାଇଁ ଟଙ୍କା ଜଡ଼ିତ ଥିବା ସବୁ ପ୍ରକାର ଖେଳ ବ୍ୟାନ୍ ରହିଛି।

Crime
୧୫ ମିନିଟ ଛଟପଟ ହେବା ପରେ ଆଖି ବୁଜିଥିଲେ ପୂର୍ବତନ ଡିଜିପି!
ଓମ ପ୍ରକାଶ ଯନ୍ତ୍ରଣାରେ ଛଟପଟ ହେଉଥିବା ବେଳେ ରୋଷେଇ ଘରେ ବ୍ୟବହାର ହେଉଥିବା ଛୁରୀକୁ ପଲ୍ଲବୀ ପ୍ରଥମେ ତାଙ୍କ ବେକରେ ଭୁଷି ଦେଇଥିଲେ।

Crime
ରାକ୍ଷସକୁ ମାରି ଦେଲି: କାହିଁକି ପୂର୍ବତନ ଡିଜିପିଙ୍କୁ ହତ୍ୟା କଲେ ପତ୍ନୀ ପଲ୍ଲବୀ?
ପୂର୍ବତନ ଡିଜିପି ଓମ ପ୍ରକାଶଙ୍କୁ ହତ୍ୟା ଘଟଣା ପୂରା ଦେଶରେ ଆଲୋଡ଼ନ ସୃଷ୍ଟି କରିଛି।

Crime
ଅନଲାଇନ ଗେମ୍: କିଏ କୋଟିପତି, କିଏ କାଙ୍ଗାଳ!
2023ରେ ପୃଥିବୀରେ ଅନଲାଇନ୍ ଗେମର ବଜାର ପ୍ରାୟ 35.7 ବିଲିୟନ୍ ଡଲାର ହୋଇଥିବାବେଳେ ଭାରତରେ ଏହାର ବଜାର 33 ହଜାର କୋଟି ଟଙ୍କା ରହିଥିଲା। ଓଡ଼ିଶାରେ 1955ରେ ପ୍ରଣୀତ ‘ପ୍ରିଭେନସନ୍ ଅଫ୍ ଗାମ୍ବଲିଂ ଆକ୍ଟ’ ପାଇଁ ଟଙ୍କା ଜଡ଼ିତ ଥିବା ସବୁ ପ୍ରକାର ଖେଳ ବ୍ୟାନ୍ ରହିଛି।

Crime
ଚର୍ଚ୍ଚାରେ ରାଜଧାନୀର ‘ଲେଡି ଡନ୍’
ପୁଲିସ୍ ହତ୍ୟା ଘଟଣାରେ ଜିକ୍ରା ନାମକ ଜଣେ ମହିଳାଙ୍କୁ ଗିରଫ କରିଛି। ସେ ଅଭିଯୁକ୍ତଙ୍କ ସହ ମିଶି ପୂରା ହତ୍ୟାକାଣ୍ଡର ଷଡ଼ଯନ୍ତ୍ର କରିଥିଲେ ଓ ଯୋଜନାକୁ କାର୍ଯ୍ୟକାରୀ କରିଥିଲେ ବୋଲି ପୁଲିସ୍ ଜାଣିବାକୁ ପାଇଛି।