Advertisment

ପୁଣି ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ୍

ଶ୍ରୀମନ୍ଦିର ପରିସର କୀର୍ତ୍ତନ ଚକଡ଼ା ଫଟୋ ଭାଇରାଲ୍ ହୋଇଛି। ଶ୍ରୀମନ୍ଦିର ଭିତରେ ଫଟୋ ଉଠାଇ ସୋଶାଲ୍ ମିଡିଆରେ ଭାଇରାଲ୍ କରିଛନ୍ତି ଗୌରବ କୁମାର ସାହୁ ନାମକ ଯୁବକ।

Puri Jagannath Temple

Puri Jagannath Temple

Advertisment

ପୁଣି ଭାଇରାଲ୍ ହେଲା ଶ୍ରୀମନ୍ଦିର ଭିତର ଫଟୋ। ଏଥର ଶ୍ରୀମନ୍ଦିର ପରିସର କୀର୍ତ୍ତନ ଚକଡ଼ା ଫଟୋ ଭାଇରାଲ୍ ହୋଇଛି। ଶ୍ରୀମନ୍ଦିର ଭିତରେ ଫଟୋ ଉଠାଇ ସୋଶାଲ୍ ମିଡିଆରେ ଭାଇରାଲ୍ କରିଛନ୍ତି ଗୌରବ କୁମାର ସାହୁ ନାମକ ଯୁବକ। ଏହାପରେ ସାମ୍ନାକୁ ଆସିଥିଲା ଘଟଣା।

Advertisment

ବାରମ୍ବାର ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ ହେବା ପରେ ଶ୍ରଦ୍ଧାଳୁଙ୍କ ମଧ୍ୟରେ ଏହାକୁ ନେଇ କଡା ପ୍ରତିକ୍ରିୟା ପ୍ରକାଶ ପାଇଛି। ନିକଟରେ ଗତ ଜାନୁଆରୀ ୫ ତାରିଖ ଦିନ ଶ୍ରୀମନ୍ଦିରେ ଉପରେ ଡ୍ରୋନ ଉଡ଼ିଥିଲା। ଶ୍ରୀମନ୍ଦିର ମେଘନାଦ ପାଚେରୀ, ଦଧିନଉତି, ନୀଳଚକ୍ର ସବୁଠି ଅଟକି ଅଟକି ଭିଡିଓ ଶୁଟ୍ କରିଥିଲା। ଏମିତିକି ବେଶ ତଳକୁ ଓହ୍ଲାଇ ବି ଭିଡିଓ ରେକର୍ଡ କରିଥିବା ଜଣାପଡ଼ିଛି। ଏସବୁକୁ ବାହାରେ ଥିବା ଶ୍ରଦ୍ଧାଳୁ ଦେଖିଥିଲେ ଓ ନିଜ ଫୋନରେ ରେକର୍ଡିଂ ବି କରିଥିଲେ। ପ୍ରାୟ ଅଧଘଣ୍ଟା ଧରି ଡ୍ରୋନ୍ ଉଡ଼ିଲା, ହେଲେ ପୁଲିସ୍ କିମ୍ବା ଶ୍ରୀମନ୍ଦିର ପ୍ରଶାସନର କୌଣସି ଅଧିକାରୀ ଏସମ୍ପର୍କରେ ଟିକିଏ ବି ଟେର ପାଇଲେନି।

Puri Temple Viral Photo Jagannath Temple Interior Photo Puri Shreemandir Jagannath Temple
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe