ପୁରୀ: ଖୋର୍ଦ୍ଧା ଜିଲ୍ଲା ଓ ଦୌରାଜଜ୍ କୋର୍ଟକୁ ସ୍ଥାନାନ୍ତର ହୋଇଛି ପୁରୀ ସିରିଜ୍ ଟ୍ରେନ୍ ପୋଡ଼ି ମାମଲା। ଏହା ଏକ ଜାତୀୟ ସ୍ତରର ମାମଲା ହୋଇଥିବାରୁ ଏହାର ପରିଚାଳନା ଭୁବନେଶ୍ୱରରେ କରିବା ଲାଗି ଏନ୍ଆଇଏ ପକ୍ଷରୁ ଭୁବନେଶ୍ୱର ଜିଲ୍ଲା ଦୌରାଜଜଙ୍କ ନିକଟରେ ଆବେଦନ କରାଯାଇଥିଲା। ଆଉ କୋର୍ଟ ମାମଲାକୁ ଭୁବନେଶ୍ୱର ସ୍ଥାନାନ୍ତର ପାଇଁ ପୁରୀ ଏସଡିଜିଏମ୍ କୋର୍ଟଙ୍କୁ ନିର୍ଦ୍ଦେଶ ଦେଇଥିଲେ। ପୁରୀ କୋର୍ଟ ମଧ୍ୟ ଏ ନେଇ ସମ୍ମତି ପ୍ରଦାନ କରିଥିଲେ। ଭୁବନେଶ୍ୱରକୁ ମାମଲା ସ୍ଥାନାନ୍ତର ହେବା ସହ ଆସନ୍ତାକାଲି ଟ୍ରେନ୍ ପୋଡ଼ି ଘଟଣାର ମୁଖ୍ୟ ଅଭିଯୁକ୍ତ ରାମଚନ୍ଦ୍ରନ୍ ସୁବାସକୁ ମଧ୍ୟ ଝାରପଡ଼ା ଜେଲକୁ ଅଣାଯିବ। ଅଭିଯୁକ୍ତ ରାମଚନ୍ଦ୍ରନକୁ ବିଭିନ୍ନ ସମୟରେ ରିମାଣ୍ଡରେ ଆଣି ହରିଦ୍ୱାର ପୋଲିସ୍, ଖଡ଼ଗପୁର ସିଆଇଡିଟିମ୍ ସହ ଏନଆଇଏ ଟିମ୍ ମଧ୍ୟ ଜେରା କରିସାରିଲାଣି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ନାବାଳିକାକୁ ଗଣଦୁଷ୍କର୍ମ ମାମଲାରେ ଦୁଇ ଜଣଙ୍କୁ ଆଜୀବନ କାରାଦଣ୍ଡ
ପରିବାର ଲୋକେ ଖବର ପାଇ ଝିଅକୁ ରାସ୍ତାକଡ଼ରୁ ଉଦ୍ଧାର କରିଥିଲେ।
Crime
୫ ବର୍ଷର ଶିଶୁକନ୍ୟାକୁ ଦୁଷ୍କର୍ମ ଅଭିଯୋଗରେ ୫୫ ବର୍ଷୀୟ ବ୍ୟକ୍ତି ଗିରଫ
ଅଭିଯୋଗ ପାଇବା ପରେ ପୁଲିସ ଅଭିଯୁକ୍ତଙ୍କୁ ଥାନାକୁ ଆଣି ପଚରାଉଚରା କରିଥିଲା। ତା’ପରେ ତାଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା।
Crime
ଶିଶୁ ବିକ୍ରି ଘଟଣା: ନିଲମ୍ବିତ ଏଏନ୍ଏମ୍ ଗିରଫ, ଆଉ ୨ ଜଣଙ୍କୁ ବି ବାନ୍ଧିଲା ପୁଲିସ
ଏହି ଘଟଣାରେ ନିଜେ ଉପ-ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଗ୍ରାଉଣ୍ଡଜିରୋକୁ ଯାଇ ଘଟଣାର ତନାଘନା କରିଥିଲେ।
Crime
ବବିଙ୍କ ଭାଇ ଭବଙ୍କ ନାଁରେ ମାମଲା ରୁଜୁ
ଦୁଇ ଦିନ ତଳେ ଧର୍ମଶାଳା ବିଧାୟକଙ୍କୁ ଆକ୍ରମଣ ଘଟଣାରେ ବିବାଦୀୟ ହୋଇପଡ଼ିଥିବା ବବିଙ୍କ ଭାଇଙ୍କ ବିରୋଧରେ ଜଣେ ପରିବା ବ୍ୟବସାୟୀ ଦେଇଥିଲେ ଏତଲା।
Crime
ଉଗ୍ର ରୂପ ନେଲା ମନୋଜ ମିଶ୍ର-ବବି ଇସଲାମ କଳି; ଡିସିପି ଅଫିସ ଆଗରେ ହାଇଡ୍ରାମା
ଆଜି ଭୁବନେଶ୍ୱର ଡିସିପି ଅଫିସ ସମ୍ମୁଖରେ ପ୍ରଥମେ କଥା କଟାକଟି ଓ ପରେ ହାତାହାତି ଯାଏ କଥା ଗଲା। ପରେ ଡିସିପିଙ୍କ ଉପସ୍ଥିତିରେ ଏହି ଘଟଣାର ଆପୋଷ ସମାଧାନ ହୋଇଥିବା ଜଣାଯାଇଛି।