ପୁରୀ:ରେଳବାଇରେ ଚାକିରି କରାଇ ଦେବାର ଲୋଭ ଦେଖାଇ ଠକେଇ ଅଭିଯୋଗରେ ପୁରୀ କୁମ୍ଭାରପଡ଼ା ପୋଲିସ୍ ୨ ଜଣଙ୍କୁ ଗିରଫ କରିଛି। ସେମାନେ ହେଲେ ନୟାଗଡ଼ ଓ ବାଲୁଗାଁ ଅଞ୍ଚଳର ପୂର୍ଣ୍ଣଚନ୍ଦ୍ର ଗ୍ରହାଚାର୍ଯ୍ୟ ଓ ଦେବ୍ରତ ନାୟକ। ସେମାନଙ୍କଠାରୁ ଗୋଟିଏ ମଟର ସାଇକେଲ, ଦୁଇଟି ଏଟିଏମ୍, ଦୁଇଟି ପାସ୍ବୁକ୍, ଚେକ୍ ବୁକ୍ ଓ ମୋବାଇଲ୍ ଫୋନ୍ ପୋଲିସ୍ ଜବତ କରିଛି।
ପୁରୀ ଓ ନୟାଗଡ଼ ଅଞ୍ଚଳର ଯୁବକଯୁବତୀଙ୍କୁ ଚାକିରିର ଲୋଭ ଦେଖାଇ ସେମାନେ ପ୍ରାୟ ୩୦ ଲକ୍ଷ ଟଙ୍କା ଠକି ନେଇଥିବା ଅଭିଯୋଗ ହୋଇଥିଲା।
ଏହି ଘଟଣାରେ ସମ୍ପୃକ୍ତ ଅନ୍ୟ ଅଭିଯୁକ୍ତଙ୍କୁ ଧରିବା ପାଇଁ ପୋଲିସ୍ ତନାଘନା ଜାରି ରଖିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ବନ୍ଦ କୋଠରୀରୁ ୮ ଦିନ ପରେ ସ୍ୱାମୀ ଉଦ୍ଧାର, ଖାଇବାକୁ ନଦେଇ ନିସ୍ତୁକ ମାଡ଼ ମାରି ବନ୍ଦୀ କରିଥିଲେ ସ୍ତ୍ରୀ
କସ୍ତାନ୍ତିନ ପରିଛା ଓ ତାଙ୍କ ପତ୍ନୀ ପ୍ରାଣ ରଞ୍ଜନି ପରିଛାଙ୍କ ମଧ୍ୟରେ ଦୀର୍ଘ ଦିନ ଧରି ଝଗଡ଼ା ଲାଗି ରହିଥିଲା।
Crime
ନାବାଳିକାକୁ ଗଣଦୁଷ୍କର୍ମ ମାମଲାରେ ଦୁଇ ଜଣଙ୍କୁ ଆଜୀବନ କାରାଦଣ୍ଡ
ପରିବାର ଲୋକେ ଖବର ପାଇ ଝିଅକୁ ରାସ୍ତାକଡ଼ରୁ ଉଦ୍ଧାର କରିଥିଲେ।
Crime
୫ ବର୍ଷର ଶିଶୁକନ୍ୟାକୁ ଦୁଷ୍କର୍ମ ଅଭିଯୋଗରେ ୫୫ ବର୍ଷୀୟ ବ୍ୟକ୍ତି ଗିରଫ
ଅଭିଯୋଗ ପାଇବା ପରେ ପୁଲିସ ଅଭିଯୁକ୍ତଙ୍କୁ ଥାନାକୁ ଆଣି ପଚରାଉଚରା କରିଥିଲା। ତା’ପରେ ତାଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା।
Crime
ଶିଶୁ ବିକ୍ରି ଘଟଣା: ନିଲମ୍ବିତ ଏଏନ୍ଏମ୍ ଗିରଫ, ଆଉ ୨ ଜଣଙ୍କୁ ବି ବାନ୍ଧିଲା ପୁଲିସ
ଏହି ଘଟଣାରେ ନିଜେ ଉପ-ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଗ୍ରାଉଣ୍ଡଜିରୋକୁ ଯାଇ ଘଟଣାର ତନାଘନା କରିଥିଲେ।