ରାଉରକେଲା: ରାଉରକେଲାର ବ୍ରାହ୍ମଣୀତରଙ୍ଗ ପୋଲିସ୍ ଏକ ୫ ଜଣିଆ ଲୁଟେରା ଦଳକୁ ଗିରଫ କରିଛି। ଏମାନେ ସମସ୍ତେ ନାବାଳକ ବୋଲି ଜଣାପଡ଼ିଛି। ସେମାନଙ୍କଠାରୁ ପିସ୍ତଲ, ଗୁଳି, ଲ୍ୟାପ୍ଟପ୍, ମୋବାଇଲ୍ ଫୋନ୍, ସୁନାଗହଣା ଓ ବହୁ ଚୋରି ସାମଗ୍ରୀ ଜବତ କରାଯାଇଛି। ଏହି ଗ୍ୟାଙ୍ଗକୁ ସହଯୋଗ କରୁଥିବା ଅଭିଯୋଗରେ ଅନ୍ୟ ୨ ଜଣଙ୍କୁ ମଧ୍ୟ ଗିରଫ କରାଯାଇଛି।
ଏହି ଲୁଟେରାମାନେ ବନ୍ଧୁକ ଦେଖାଇ ସୁନା ଦୋକାନରୁ ଲୁଟ୍ କରିବା ସହିତ ରାସ୍ତାଘାଟରେ ମହିଳାଙ୍କଠାରୁ ସୁନା ଚେନ୍ ଲୁଟି ନେଉଥିଲେ ବୋଲି ପୋଲିସ୍ କହିଛି।
ବ୍ରାହ୍ମଣୀତରଙ୍ଗ ଥାନା ଆଇଆଇସି ଶୁଭନାୟଣ ମୁଦୁଲି କହିଛନ୍ତି,“ଏହି ଗ୍ୟାଙ୍ଗ୍ରେ ଆଉ ଦୁଇ ତିନି ଜଣ ସଦସ୍ୟ ଅଛନ୍ତି। ଉଭୟ ସାବାଳକ ଓ ନାବାଳକଙ୍କୁ ମିଶାଇ ଏହି ଗ୍ୟାଙ୍ଗ୍ ଚାଲିଥିଲା। ଆମେ ୫ ଜଣଙ୍କୁ ଧରିଛୁ। ଏମାନେ ବିଭିନ୍ନ ସୁନାଗହଣା ଦୋକାନ ସହିତ ସରକାରୀ ବିଲ୍ଡିଂ, ରାସ୍ତାକଡ଼ ଦୋକାନ ଆଦିରୁ ଚୋରି କରୁଥିଲେ। ମାସ ତଳେ ଏମାନେ ଏବ ବନ୍ଧୁକ ଓ ଗୁଳି ଯୋଗାଡ଼ କରି ଦୁଇ ତିନୋଟି ଡକାୟତି ମଧ୍ୟ କରିଛନ୍ତି।”
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ହଂସିକା ଓ ଅନୀଲଙ୍କ ସମ୍ପତ୍ତି ଶହେ କୋଟି ପାର୍ କଲାଣି!
ପୂର୍ବରୁ ପୋର୍ସେ, ଜାଗୁଆର, BMW ଭଳି ୬ଟି ଦାମୀ କାର୍ ପରେ ଆଜି ୩କୋଟି ଟଙ୍କାର ଏକ ମର୍ସିଡିଜ କାର ଜବତ କରିଛି କମିସନ୍ରେଟ୍ ପୁଲିସ୍। ଏକ ପରିତ୍ୟକ୍ତ ସ୍ଥାନରେ କାରଟି ଲୁଚାଇ ରଖାଯାଇଥିଲା।
Crime
୮ ବର୍ଷ ତଳେ ଗିରଫ ହୋଇଥିଲେ, ତଥାପି ସୁଧୁରିଲେନି; ପୁଣି ଲାଞ୍ଚ ନେଇ ବନ୍ଧା ହେଲେ
ଲାଞ୍ଚ ନେଇ ଧରାପଡ଼ିବା ପରେ ଏଆରଆଇ ଶ୍ରୀ ବେହେରାଙ୍କ ଦୁଇଟି ଠିକଣାରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଥିଲା।
Crime
ମିଛ ଚିଠି ଦେଖାଇଥିଲେ, ଭାଙ୍ଗିପାରେ ବୈକୁଣ୍ଠଧାମ ଆଶ୍ରମ
ଭୁବନେଶ୍ୱର ଘାଟିକିଆ ମୌଜାର ଖାତା ନଂ 2333ର ପ୍ଲଟ ନଂ 1215 ଉପରେଥିବା ବୈକୁଣ୍ଠ ଧାମ ଆଶ୍ରମର ନିର୍ମାଣ ହୋଇଛି। ଏହା ଉପରେ କୌଣସି କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ ନକରିବାକୁ ଗତ ନଭେମ୍ବର ମାସ 21 ତାରିଖରେ ହାଇକୋର୍ଟ ଅନ୍ତରୀଣ ନିର୍ଦ୍ଦେଶ ଜାରୀ କରିଥିଲେ।
Crime
୩ ପ୍ରେମିକ ଭଲ ପାଉଥିଲେ; ବାହା ହେବା ପାଇଁ ମନା କରିବାରୁ ମାରି ଝୁଲାଇ ଦେଲେ!
ଜେମାଙ୍କଠାରୁ ପ୍ରତ୍ୟାଖିତ ହେବା ପରେ ଏକ ତରଫା ପ୍ରେମିକମାନେ ଚିନ୍ତାରେ ପଡ଼ିଯାଇଥିଲେ। ପ୍ରତିଶୋଧ ପରାୟଣା ହୋପଡ଼ିଥିଲେ। ଜେମାଙ୍କୁ ରାସ୍ତାରୁ ହଟାଇବା ପାଇଁ ଯୋଜନା କରିଥିଲେ। ଆଜି ଅପରାହ୍ନରେ ଜେମାଙ୍କୁ ହତ୍ୟା କରି ଗାଁ ମୁଣ୍ଡ ଗଛରେ ଥିବା ଏକ ଗଛରେ ଝୁଲାଇ ଦେଲେ।
Crime
ଅନ୍ତରଙ୍ଗ ମୁହୂର୍ତ୍ତ ଫଟୋ ଭାଇରାଲ୍ କଲେ ପ୍ରେମିକ; ଝୁଲି ପଡ଼ିଲେ ପ୍ରେମିକା
ପରବର୍ତ୍ତୀ ସମୟରେ ଭାନୁ ବିବାହ ପାଇଁ ରାଜି ହୋଇନଥିଲେ। ଯେଉଁଥିପାଇଁ ଚିନ୍ତାରେ ପଡ଼ି ଯାଇଥିଲେ ଅନୀଲ୍। ଆଉ ନିଜ ପାଖରେ ଥିବା ଭାନୁଙ୍କ ଅନ୍ତରଙ୍ଗ ମୁହୂର୍ତ୍ତର ଫଟୋକୁ ସୋଶାଲ୍ ମିଡିଆରେ ଭାଇରାଲ କରି ଦେଇଥିଲେ।