ରାୟଗଡ଼ା: ଅଧିକ ସୁଧ ଲୋଭ ଦେଖାଇ ଲୋକଙ୍କୁ ଚିଟଫଣ୍ଡ ମାଧ୍ୟମରେ ଠକି ଥିବା ଅଭିଯୋଗରେ ବାପ, ପୁଅଙ୍କୁ ସରକାରୀ ଚାକିରି ହରାଇବାକୁ ପଡ଼ିଛି। ଏପରି ଘଟଣା ଘଟିଛି ରାୟଗଡ଼ା ଜିଲ୍ଲାରେ। ଚାକିରିରୁ ନିଲମ୍ବିତ ହୋଇଥିବା ଅଭିଯୁକ୍ତମାନେ ହେଲେ ରମେଶ ଚିନ୍ତାଡ଼ା ଏବଂ ତାଙ୍କ ପୁଅ ମନୋଜ କୁମାର ଚିନ୍ତାଡ଼ା । ରେମଶ ରାୟଗଡ଼ା ଜିଲ୍ଲାପାଳ ଅଫିସରେ ପିଅନ ଭାବେ କାମ କରୁଥିଲେ। ସେହିପରି ମନୋଜ ଗୁଣପୁର ଆଇସିଡିଏସ୍ ଅଫିସରେ କିରାଣି ଭାବେ କାମ କରୁଥିଲେ।
ଚିଟଫଣ୍ଡ ଠକେଇ ଅଭିଯୋଗରେ ଏମାନଙ୍କ ନାଁରେ ଥାନାରେ ମାମଲା ରୁଜୁ ହେବା ପରେ ଜିଲ୍ଲା ପ୍ରଶାସନ ତରଫରୁ ଏଭଳି କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ଏହାସହ ଅଭିଯୁକ୍ତଙ୍କୁ ଥାନାରେ ଅଟକ ରଖି ପୋଲିସ ପଚରାଉଚୁରା କରୁଛି। ପୂର୍ବରୁ ଚିଟଫଣ୍ଡ ଠକେଇ ଅଭିଯୋଗରେ ପୋଲିସ ରମେଶଙ୍କ ପତ୍ନୀ ଅନୀତାଙ୍କୁ ଗିରଫ କରି କୋର୍ଟ ଚାଲଣ କରିଥିଲା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ହଂସିକା ଓ ଅନୀଲଙ୍କ ସମ୍ପତ୍ତି ଶହେ କୋଟି ପାର୍ କଲାଣି!
ପୂର୍ବରୁ ପୋର୍ସେ, ଜାଗୁଆର, BMW ଭଳି ୬ଟି ଦାମୀ କାର୍ ପରେ ଆଜି ୩କୋଟି ଟଙ୍କାର ଏକ ମର୍ସିଡିଜ କାର ଜବତ କରିଛି କମିସନ୍ରେଟ୍ ପୁଲିସ୍। ଏକ ପରିତ୍ୟକ୍ତ ସ୍ଥାନରେ କାରଟି ଲୁଚାଇ ରଖାଯାଇଥିଲା।
Crime
୮ ବର୍ଷ ତଳେ ଗିରଫ ହୋଇଥିଲେ, ତଥାପି ସୁଧୁରିଲେନି; ପୁଣି ଲାଞ୍ଚ ନେଇ ବନ୍ଧା ହେଲେ
ଲାଞ୍ଚ ନେଇ ଧରାପଡ଼ିବା ପରେ ଏଆରଆଇ ଶ୍ରୀ ବେହେରାଙ୍କ ଦୁଇଟି ଠିକଣାରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଥିଲା।
Crime
ମିଛ ଚିଠି ଦେଖାଇଥିଲେ, ଭାଙ୍ଗିପାରେ ବୈକୁଣ୍ଠଧାମ ଆଶ୍ରମ
ଭୁବନେଶ୍ୱର ଘାଟିକିଆ ମୌଜାର ଖାତା ନଂ 2333ର ପ୍ଲଟ ନଂ 1215 ଉପରେଥିବା ବୈକୁଣ୍ଠ ଧାମ ଆଶ୍ରମର ନିର୍ମାଣ ହୋଇଛି। ଏହା ଉପରେ କୌଣସି କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ ନକରିବାକୁ ଗତ ନଭେମ୍ବର ମାସ 21 ତାରିଖରେ ହାଇକୋର୍ଟ ଅନ୍ତରୀଣ ନିର୍ଦ୍ଦେଶ ଜାରୀ କରିଥିଲେ।
Crime
୩ ପ୍ରେମିକ ଭଲ ପାଉଥିଲେ; ବାହା ହେବା ପାଇଁ ମନା କରିବାରୁ ମାରି ଝୁଲାଇ ଦେଲେ!
ଜେମାଙ୍କଠାରୁ ପ୍ରତ୍ୟାଖିତ ହେବା ପରେ ଏକ ତରଫା ପ୍ରେମିକମାନେ ଚିନ୍ତାରେ ପଡ଼ିଯାଇଥିଲେ। ପ୍ରତିଶୋଧ ପରାୟଣା ହୋପଡ଼ିଥିଲେ। ଜେମାଙ୍କୁ ରାସ୍ତାରୁ ହଟାଇବା ପାଇଁ ଯୋଜନା କରିଥିଲେ। ଆଜି ଅପରାହ୍ନରେ ଜେମାଙ୍କୁ ହତ୍ୟା କରି ଗାଁ ମୁଣ୍ଡ ଗଛରେ ଥିବା ଏକ ଗଛରେ ଝୁଲାଇ ଦେଲେ।
Crime
ଅନ୍ତରଙ୍ଗ ମୁହୂର୍ତ୍ତ ଫଟୋ ଭାଇରାଲ୍ କଲେ ପ୍ରେମିକ; ଝୁଲି ପଡ଼ିଲେ ପ୍ରେମିକା
ପରବର୍ତ୍ତୀ ସମୟରେ ଭାନୁ ବିବାହ ପାଇଁ ରାଜି ହୋଇନଥିଲେ। ଯେଉଁଥିପାଇଁ ଚିନ୍ତାରେ ପଡ଼ି ଯାଇଥିଲେ ଅନୀଲ୍। ଆଉ ନିଜ ପାଖରେ ଥିବା ଭାନୁଙ୍କ ଅନ୍ତରଙ୍ଗ ମୁହୂର୍ତ୍ତର ଫଟୋକୁ ସୋଶାଲ୍ ମିଡିଆରେ ଭାଇରାଲ କରି ଦେଇଥିଲେ।