Advertisment

୫ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଧରାପଡ଼ିଲେ ଆରଆଇ

ଆରଆଇ ରାକେଶ କୁମାର ପାତ୍ରଙ୍କ ଦୁଇଟି ଠିକଣାରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି।

Rakesh Kumar Patra

Rakesh Kumar Patra

Advertisment

ପାଞ୍ଚ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି ମୟୂରଭଞ୍ଜ ଜିଲ୍ଲା ବାଦାମପାହାଡ଼ ତହସିଲର ଜୟପୁର ସର୍କଲର ରାଜସ୍ୱ ନିରୀକ୍ଷକ (ଆରଆଇ) ରାକେଶ କୁମାର ପାତ୍ର।

Advertisment

ବାଦାମପାହାଡ଼ ତହସିଲର ଜଣେ ବ୍ୟକ୍ତିଙ୍କର ୫ଟି ପ୍ଳଟର ଚିହ୍ନଟ କାର୍ଯ୍ୟ ପାଇଁ ଆରଆଇ ରାକେଶ ପାତ୍ର ୫୦୦୦ ଟଙ୍କା ଲାଞ୍ଚ ମାଗିଥିଲେ। ଏନେଇ ଉକ୍ତ ବ୍ୟକ୍ତି ଜଣଙ୍କ ଭିଜିଲାନ୍ସକୁ ଜଣାଇଥିଲେ।

ଆଜି ଆରଆଇ ରାକେଶ କୁମାର ପାତ୍ର ଲାଞ୍ଚ ଗ୍ରହଣ କରୁଥିବା ବେଳେ ଭିଜିଲାନ୍ସ ଅଧିକାରୀମାନେ ତାଙ୍କୁ ଧରିଥିଲେ। ତାଙ୍କ ଠାରୁ ସମସ୍ତ ଲାଞ୍ଚ ଅର୍ଥ ଜବତ କରାଯାଇଛି।

Advertisment

ଏହା ପରେ ରାକେଶ କୁମାର ପାତ୍ରଙ୍କ ଦୁଇଟି ଠିକଣାରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି। ସେ ଆୟ ବହିର୍ଭୂତ ସଂପତ୍ତି ଠୁଳ କରିଥିବା ସନ୍ଦେହରେ ଏହି ଚଢ଼ାଉ କରାଯାଇଛି।

Vigilance Raid Bribe Odisha Vigilance Vigilance Net Vigilance
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe