ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି ସୁନ୍ଦରଗଡ଼ ଜିଲ୍ଲା ଟାଙ୍ଗରପାଲି ତହସିଲ ତସଲାଡ଼ିହି ରାଜସ୍ୱ ନିରୀକ୍ଷକ (ଆରଆଇ) ଲିଲି ଚୌଧୁରୀ।
ଜମିର କିସମ ପରିବର୍ତ୍ତନ ପାଇଁ ଜଣେ ବ୍ୟକ୍ତିଙ୍କଠାରୁ ୫ ହଜାର ଟଙ୍କା ଲାଞ୍ଚ ନେଲା ବେଳେ ଆରଆଇ ଲିଲି ଚୌଧୁରୀଙ୍କୁ ଭିଜିଲାନ୍ସ ଅଧିକାରୀମାନେ ଧରିଥିଲେ।
Also Read
ଲିଲି ଚୌଧୁରୀ ଲାଞ୍ଚ ମାଗୁଥିବା ନେଇ ଉକ୍ତ ବ୍ୟକ୍ତି ଜଣଙ୍କ ପୂର୍ବରୁ ଭିଜିଲାନ୍ସକୁ ଜଣାଇଥିଲେ। ତାଙ୍କ ଅଭିଯୋଗକ୍ରମେ ଯୋଜନାବଦ୍ଧ ଭାବେ ଆଜି ଭିଜିଲାନ୍ସ ଚଢ଼ାଉ କରି ଆରଆଇ ଲିଲି ଚୌଧୁରୀଙ୍କୁ ଲାଞ୍ଚ ଅର୍ଥ ଗ୍ରହଣ କରୁଥିବା ଅବସ୍ଥାରେ ଧରିଛି। ତାଙ୍କଠାରୁ ସମସ୍ତ ଲାଞ୍ଚ ଅର୍ଥ ଜବତ କରାଯାଇଛି।
ସୁନ୍ଦରଗଡ଼ ଭିଜିଲାନ୍ସ ପକ୍ଷରୁ ଏହି ଘଟଣାରେ ମାମଲା ରୁଜୁ କରାଯାଇ ଅଧିକ ତଦନ୍ତ କରାଯାଉଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ଦିଲ୍ଲୀରେ ୪୦୦ ସ୍କୁଲକୁ ବୋମା ଧମକ ଦେଇଥିଲା ନାବାଳକ, ଆପ୍-ବିଜେପି ମୁହାଁମୁହିଁ
ଗତ ୮ତାରିଖରେ ମିଳିଥିବା ମେଲକୁ ଟ୍ରାକ୍ କରି ଜଣେ ଯୁକ୍ତ୨ ଛାତ୍ରକୁ ଧରିଛି ପୁଲିସ। ଛାତ୍ର ଓ ଏହାର ଅଭିଭାବକ ଏକ ଏନଜିଓ ସହ ଜଡ଼ିତ। ଏନଜିଓ ଏକ ରାଜନୈତିକ ଦଳ ସହ ଜଡ଼ିତ ବୋଲି କହିଛି ପୁଲିସ।
Crime
ହଂସିତା-ଅନୀଲ୍ଙ୍କ ଠକାମିର ପୋଲ୍ ଖୋଲିଲେ ତାଙ୍କ ପୂର୍ବତନ କର୍ମଚାରୀ!
ହଂସିତା-ଅନୀଲଙ୍କ ଅଫିସ୍ରେ କାମ କରୁଥିବା ପୂର୍ବତନ କର୍ମଚାରୀ Mr X ପୁଲିସ୍କୁ ଦେଇଥିବା ବୟାନରେ ଲେଖିଛନ୍ତି, ଦୁଇ ବର୍ଷ ତଳେ କଟକରେ ଅନୀଲ ମହାନ୍ତିଙ୍କ ଜନ୍ମଦିନ ପାର୍ଟିରେ ହଂସିତା ଅଭିଲିପ୍ସାଙ୍କ ସହିତ ମୋର ଦେଖା ହୋଇଥିଲା।
Crime
ନିଜ ନିଜ ଘରେ ଝୁଲି ପଡ଼ିଲେ ପ୍ରେମୀ ଯୁଗଳ!
ବାଙ୍କୀ ଥାନା ଅନ୍ତର୍ଗତ ଅନୁଆରୀ ପଞ୍ଚାୟତ କୁରୁମଚଇନି ଗାଁର ରଞ୍ଜନ ସେଠ ବାଇଗଣୀ ଗ୍ରାମ କଲ୍ୟାଣୀ ମାଝୀଙ୍କୁ ପ୍ରେମ କରୁଥିଲେ। କଲ୍ୟାଣୀ ମଧ୍ୟ ରଞ୍ଜନଙ୍କୁ ଭଲ ପାଉଥିଲେ। ଉଭୟ ବାହା ହେବା ପାଇଁ କେତେ ସପନ ଦେଖୁଥିଲେ।
Crime
କାଲି ଘରୁ ବାହାରିଥିଲା ପୁଅ, ଆଜି ମିଳିଲା ମୃତଦେହ
କାଲି ରାତିରେ ଘରୁ ବାହାରିଥିଲେ ଯୁବକ। ହେଲେ ଆଉ ଘରକୁ ଫେରିଲେ ନାହିଁ। ଆଜି ସକାଳୁ ଗାଁ ନିକଟରୁ ମିଳିଲା ତାଙ୍କ ରକ୍ତାକ୍ତ ମୃତଦେହ ।