Advertisment

ଲାଞ୍ଚ ନେବା ବେଳେ ଧରାପଡ଼ିଲେ ଆରଆଇ

ଆରଆଇଙ୍କଠାରୁ ସମସ୍ତ ଲାଞ୍ଚ ଅର୍ଥ ଜବତ କରାଯାଇଛି।

RI Lily Choudhury

RI Lily Choudhury

Advertisment

ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି ସୁନ୍ଦରଗଡ଼ ଜିଲ୍ଲା ଟାଙ୍ଗରପାଲି ତହସିଲ ତସଲାଡ଼ିହି ରାଜସ୍ୱ ନିରୀକ୍ଷକ (ଆରଆଇ) ଲିଲି ଚୌଧୁରୀ।

Advertisment

ଜମିର କିସମ ପରିବର୍ତ୍ତନ ପାଇଁ ଜଣେ ବ୍ୟକ୍ତିଙ୍କଠାରୁ ୫ ହଜାର ଟଙ୍କା ଲାଞ୍ଚ ନେଲା ବେଳେ ଆରଆଇ ଲିଲି ଚୌଧୁରୀଙ୍କୁ ଭିଜିଲାନ୍ସ ଅଧିକାରୀମାନେ ଧରିଥିଲେ।

ଲିଲି ଚୌଧୁରୀ ଲାଞ୍ଚ ମାଗୁଥିବା ନେଇ ଉକ୍ତ ବ୍ୟକ୍ତି ଜଣଙ୍କ ପୂର୍ବରୁ ଭିଜିଲାନ୍ସକୁ ଜଣାଇଥିଲେ। ତାଙ୍କ ଅଭିଯୋଗକ୍ରମେ ଯୋଜନାବଦ୍ଧ ଭାବେ ଆଜି ଭିଜିଲାନ୍ସ ଚଢ଼ାଉ କରି ଆରଆଇ ଲିଲି ଚୌଧୁରୀଙ୍କୁ ଲାଞ୍ଚ ଅର୍ଥ ଗ୍ରହଣ କରୁଥିବା ଅବସ୍ଥାରେ ଧରିଛି। ତାଙ୍କଠାରୁ ସମସ୍ତ ଲାଞ୍ଚ ଅର୍ଥ ଜବତ କରାଯାଇଛି। 

Advertisment

ସୁନ୍ଦରଗଡ଼ ଭିଜିଲାନ୍ସ ପକ୍ଷରୁ ଏହି ଘଟଣାରେ ମାମଲା ରୁଜୁ କରାଯାଇ ଅଧିକ ତଦନ୍ତ କରାଯାଉଛି।

Vigilance Raid Bribe Odisha Vigilance Vigilance Net Vigilance
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe