Advertisment

ଲାଞ୍ଚ ନେଇ ଫସିଗଲେ ଆରଆଇ

ଆରଆଇ ଶରତ କୁମାର ଜେନାଙ୍କ କାର୍ଯ୍ୟାଳୟ ଓ ଘର ସମେତ ୩ଟି ସ୍ଥାନରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଥିଲା।

RI

RI

Advertisment

ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ଭଦ୍ରକ ଜିଲ୍ଲା ବନ୍ତ ତହସିଲର କେନ୍ଦୁଆପଦା ରାଜସ୍ୱ ନିରୀକ୍ଷକ (ଆରଆଇ) ଶରତ କୁମାର ଜେନା। ସେ ଆଜି ଜଣେ ବ୍ୟକ୍ତିଙ୍କ ଠାରୁ ୯ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ତାଙ୍କୁ ଭିଜିଲାନ୍ସ ଅଧିକାରୀମାନେ ଧରିଥିଲେ। ତାଙ୍କଠାରୁ ସମସ୍ତ ଲାଞ୍ଚ ଅର୍ଥ ଜବତ କରାଯାଇଥିଲା।

Advertisment

ଖାନାବାଡ଼ି ଅଞ୍ଚଳର ଜଣେ ବ୍ୟକ୍ତି ତାଙ୍କ ଚାଷ ଜମିକୁ ଘରବାଡ଼ି ପଟ୍ଟାରେ ପରିବର୍ତ୍ତନ କରିବା ପାଇଁ କେନ୍ଦୁଆପଦା ଆରଆଇ ଅଫିସରେ ଆବେଦନ କରିଥିଲେ। କିନ୍ତୁ ଆରଆଇ ଶରତ କୁମାର ଜେନା ତାଙ୍କୁ ୯ ହଜାର ଟଙ୍କା ଲାଞ୍ଚ ମାଗିଥିଲେ।

ଉକ୍ତ ବ୍ୟକ୍ତି ଜଣଙ୍କ ଏ ସଂପର୍କରେ ଭିଜିଲାନ୍ସକୁ ଜଣାଇଥିଲେ। ଏହା ପରେ ଯୋଜନା ମୁତାବକ ଆଜି ସେ ଆରଆଇ ଶରତ କୁମାର ଜେନାଙ୍କୁ ୯ ହଜାର ଟଙ୍କା ଲାଞ୍ଚ ଦେଇଥିଲେ। ଶରତ କୁମାର ଜେନା ଲାଞ୍ଚ ନେବା ବେଳେ ପୂର୍ବରୁ ଜଗି ରହିଥିବା ଭଦ୍ରକ ଓ ବାଲେଶ୍ୱର ଭିଜିଲାନ୍ସର ଏକ ଟିମ୍‌ ତାଙ୍କୁ ଧରିଥିଲା।

Advertisment

ଲାଞ୍ଚ ନେଇ ଧରାପଡ଼ିବା ପରେ ଆରଆଇ ଶରତ କୁମାର ଜେନାଙ୍କ କାର୍ଯ୍ୟାଳୟ ଓ ଘର ସମେତ ୩ଟି ସ୍ଥାନରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଥିଲା। ଭିଜିଲାନ୍ସ ପକ୍ଷରୁ ମାମଲା ରୁଜୁ କରାଯାଇ ଘଟଣାର ଅଧିକ ତଦନ୍ତ କରାଯାଉଛି।

Vigilance Raid Bribe Vigilance Net Vigilance
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe