ଭୁବନେଶ୍ୱର: ଭୁବନେଶ୍ୱର ସାଲିଆ ସାହିରେ ଅଳିଆ ସଫା କରିବାକୁ ଯାଇଥିବା ବିଏମସି ସଫେଇ କର୍ମଚାରୀଙ୍କୁ ବୁଧବାର ତାରରେ ବାନ୍ଧି କିଛି ଅସାମାଜିକ ଯୁବକ ମାଡ଼ ମାରିଥିବା ଅଭିଯୋଗ ହୋଇଛି। ଏହି ଘଟଣାରେ ୪ଜଣଙ୍କୁ ଗିରଫ କରିଛି ନୟାପଲ୍ଲୀ ପୋଲିସ। ରାସ୍ତା ଉପରେ ଥିବା ଅଳିଆ ଗାଡିକୁ ସାଇଡ କରିବାକୁ କେନ୍ଦ୍ର କରି ଏହି ଯୁବକମାନେ ପାଟିତୁଣ୍ଡ ହୋଇଥିଲା। ସ୍ଥାନୀୟ ଅଞ୍ଚଳର କିଛି ଅସାମାଜିକ ଯୁବକ ବିଏମସି କର୍ମଚାରୀଙ୍କୁ ପ୍ରଥମେ ଘେରି ଯାଇଥିଲେ। ପରିସ୍ଥିତି ଅଣାୟତ ହେବାରୁ ସ୍ଥାନୀୟ କର୍ପୋରେଟର ଓ ନୟାପଲ୍ଲୀ ପୋଲିସ ଘଟଣାସ୍ଥଳରେ ପହଞ୍ଚିଥିଲେ। ତେବେ ଅସାମାଜିକ ଯୁବକଙ୍କ ଆଗରେ ପୋଲିସ ନୀରଦ୍ରଷ୍ଟା ପାଲଟି ଥିଲା। ପ୍ରାୟ ୧ ଘଣ୍ଟା ପରେ ପୋଲିସ ସଫେଇ କର୍ମଚାରୀଙ୍କୁ ଉଦ୍ଧାର କରିଥିଲେ। ଅନ୍ୟପକ୍ଷରେ ମାଡ ମାରିଥିବା ଅନ୍ୟ ଅଭିଯୁକ୍ତଙ୍କୁ ଖୋଜୁଛି ପୋଲିସ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
Z1ରେ ରହିଛି ହଂସିକାଙ୍କ ୩ଟି ଫ୍ଲାଟ୍; IT ଓ ପୁଲିସ୍ ଚଢ଼ଉ
ଠକେଇ ରାଣୀ ହଂସିକା ଅଭିଲିପ୍ସା ଓ ତାଙ୍କ ସ୍ୱାମୀ ଅନୀଲ ମହାନ୍ତିଙ୍କ ପେଡି ଖୋଲିବା ପାଇଁ ଉଭୟଙ୍କୁ ରିମାଣ୍ଡରେ ଆଣିଥିଲା ଆୟକର ବିଭାଗ(IT) ଓ କମିସନରେଟ୍ ପୁଲିସ୍।। କୋର୍ଟଙ୍କ ଅନୁମତି ପରେ ଉଭୟଙ୍କୁ ଜେରା ପାଇଁ ଆଣିଥିଲେ।
Crime
ନାବାଳିକାଙ୍କୁ ଦୁଷ୍କର୍ମ ଉଦ୍ୟମ, ପ୍ରତିବାଦ କରିବାରୁ ଛୁରା ମାଡ଼
ନାବାଳିକାଜଣକ ପ୍ରତିବାଦ କରିବାରୁ ଯୁବକ ପାଲଟିଗଲେ ପିଶାଚ। ରକ୍ତମୁଖା ପାଲଟି ଏକ ଛୁରୀରେ ନାବାଳିକାଙ୍କୁ ଏକାଧିକ ଥର କଲେ ଛୁରା ମାଡ଼ ।
Crime
ନକଲି ସୁନା ଦେଇ ଲୁଟିବାକୁ ବସିଥିଲେ, ମାଡ଼ି ବସିଲା ପୁଲିସ୍
ଦେଖିବାକୁ ପୁରା ସୁନା ପରି ଚିକଚିକ୍ କରୁଥିଲା। ତିଳେ ବି ସନ୍ଦେହ ହେବାର ନ ଥିଲା। ଏପରି ନକଲି ସୁନା ଦେଇ ଅସଲି ଟଙ୍କା ଲୁଟିବାକୁ ବସିଥିଲା ଧୂର୍ତ୍ତ । ମାତ୍ର ତା’ ପୂର୍ବରୁ ମାଡ଼ି ବସିଲା ପୁଲିସ୍।
Crime
ଅବକାରୀ କର୍ମଚାରୀଙ୍କୁ ଗୋଡ଼ାଇ ଗୋଡ଼ାଇ ପିଟିଲେ ଗାଁ ଲୋକେ, ଦୁଇ ଗୁରୁତର
କନର୍ଲା ଗାଁରେ ବିପୁଳ ବେଆଇନ ମଦ କାରବାର ହେଉଥିବା ନେଇ ଅବକାରୀ ବିଭାଗ ପାଖରେ ଖବର ପହଞ୍ଚିଥିଲା। ଏହାପରେ ଅତର୍କିତ ଭାବେ ସଦର ଅବକାରୀ ଟିମ୍ କନର୍ଲା ଗାଁରେ ଚଢାଉ କରିଥିଲା।
Crime
ଅଳିଆ ପକାଇବାକୁ ନେଇ ତୁମୁଳକାଣ୍ଡ, ୩ ଗୁରୁତର
ଅଳିଆ ପକାଇବାକୁ ନେଇ ଦୁଇ ଗାଁ ଲୋକ ହାତାହାତି ହେବା ସହ ଟେକା ପଥର ମାଡ ହୋଇଥିଲା।