ସମ୍ୱଲପୁର: ସମ୍ୱଲପୁର ଜିଲ୍ଲା କତରାବାଗା ଥାନା ଅନ୍ତର୍ଗତ କୋଳଥଗୁଡ଼ାରେ ବୁଧବାର ବିଳମ୍ୱିତ ରାତିରେ ଗୁଳିକାଣ୍ଡ ଘଟିଛି। ଗୁଳି ମାଡ଼ରେ ମନୋଜ ପଟେଲଙ୍କ ମୃତ୍ୟୁ ହୋଇଛି। ଘଟଣା ପରେ ମନୋଜଙ୍କ ପରିବାର ଲୋକେ ଦୀପେଶ୍ୱର ନାଁରେ ଥାନାରେ ଅଭିଯୋଗ କରିଥିଲେ। ଏହି ଆଧାରରେ ପୋଲିସ ଅଭିଯୁକ୍ତ ଦୀପେଶ୍ୱରକୁ ଗିରଫ କରିଛି।
ପୋଲିସର ସୂଚନା ଅନୁସାରେ ମନୋଜ ତାଙ୍କ ଦୋକାନରେ ଚୋରା ମଦ ବ୍ୟବସାୟ କରୁଥିଲେ। ବୁଧବାର ରାତିରେ ଦୀପେଶ୍ୱର ମଦ ନେବା ପାଇଁ ମନୋଜଙ୍କ ଡାକିଥିଲେ ଏବଂ ମନୋଜ ଦୋକାନ ବାହାରକୁ ଆସିବା ମାତ୍ରେ ତାଙ୍କ ଉପରକୁ ଅତର୍କିତ ଗୁଳି ଚଳାଇଥିଲେ। ପୋଲିସ ଶବବ୍ୟବଚ୍ଛେଦ ପାଇଁ ପଠାଇଥିବା ବେଳେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଏହି ହତ୍ୟାକାଣ୍ଡ ଘଟିଥିବା ଅନୁମାନ କରୁଛି। ଅନ୍ୟପଟେ ଦୀପେଶ୍ୱର ଜଣେ କଲେଜ ଛାତ୍ର ବୋଲି ଜଣାପଡ଼ିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ସଫେଇ କର୍ମଚାରୀଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ
ବାବୁଲି କାକ ରାଣିବଗିଚା ବାଇପାସ୍ ନିକଟରେ ସଫେଇ କାମର ତଦାରଖ କରିବା ପାଇଁ ଯାଇଥିଲେ। କାମ ତଦାରଖ କରିବା ପରେ ସେଠାରେ ସେ ଠିଆ ହୋଇଥିଲେ। ଠିକ୍ ସେତିକି ବେଳେ ତାଙ୍କ ଉପରେ ଆକ୍ରମଣ ହୋଇଥିଲା।
Crime
ଲୁଟେରାଙ୍କ ଗୁଳିରେ ୨ ମୃତ; ଗୋଡ଼ାଇ ଗୋଡ଼ାଇ ଗାଡ଼ିଆରେ ମାଡ଼ି ବସିଲେ ଲୋକେ
ଲୁଟ୍ କରିବା ପରେ ଦୋକାନକୁ ଗହଣା କିଣିବାକୁ ଆସିଥିବା ଜଣେ ବ୍ୟକ୍ତିଙ୍କ ବାଇକ୍ ଧରି ଚମ୍ପଟ ମାରୁଥିଲେ ୩ ଦୁର୍ବୃତ୍ତ। ଆଉ ସେମାନଙ୍କୁ କାର୍ରେ ପିଛା କରିଥିଲେ ଗହଣା ଦୋକାନର କର୍ମଚାରୀ ସୁନୀଲ୍ ରାୟ ଓ ତାଙ୍କ ସାଥୀ।
Crime
ମାଆ ଚାକିରି ଗଲା ବୋଲି ସର୍କିଟ୍ ହାଉସ୍ରେ ଥିବା ଗାଡ଼ିରେ ନିଆଁ ଲଗାଇଦେଲା ପୁଅ
କେନ୍ଦୁପତ୍ର ଫରେଷ୍ଟର ଭାବେ କାର୍ଯ୍ୟ କରନ୍ତି ସୁଜିତ କୁମାର ବେହେରା। ତାଙ୍କ ମାଆ ସର୍କିଟ୍ ହାଉସ୍ରେ ସୁଇପର ଭାବେ କାମ କରୁଥିଲେ। କିଛି ମାସ ତଳେ କୌଣସି କାରଣରୁ ତାଙ୍କୁ ସର୍କିଟ ହାଉସରୁ ବାହାର କରିଦିଆଯାଇଥିଲା।
Crime
ଲୁଟ୍ ପାଇଁ ପିଛା କରୁଥିଲେ; ଧକ୍କା ଦେବାରୁ ବିଦ୍ୟୁତ୍ କର୍ମଚାରୀଙ୍କୁ ଗୁଳି କଲେ
ଚୋରମାନେ ଉତ୍କ୍ଷିପ୍ତ ହୋଇ ବାଇକ୍ ଉଠାଇ ପ୍ରଥମେ ନୀଳମାଧବଙ୍କୁ ଗୁଳି କରିଥିଲେ। ଗୁଳି ତାଙ୍କ ପେଟ ଓ ଅଣ୍ଟାରେ ବାଜିଥିଲେ। ପରେ ଅଳଙ୍କାର ଦୋକାନୀ ସୁନୀଲ୍ ଓ ତାଙ୍କ ସାଥୀଙ୍କ ଉପରକୁ ଗୁଳି ଚଳାଇଥିଲେ। ସେମାନଙ୍କ ଦେହରେ ମଧ୍ୟ ଗୁଳି ବାଜିଥିଲା।
Crime
ସିକ୍ୟୁରିଟି ଗାର୍ଡଙ୍କ ହାତଗୋଡ଼ ବାନ୍ଧିଲେ, ଶୋ’ ରୁମ୍ ଲୁଟିଲେ
ସିକ୍ୟୁରିଟି ଗାର୍ଡଙ୍କ ହାତଗୋଡ଼ ବାନ୍ଧି ଲୁଟ କରିଛନ୍ତି ୩ ମୁଖାପିନ୍ଧା ଦୁର୍ବୃତ୍ତ। ବିଳମ୍ବିତ ରାତିରେ ଏହି ଡକାୟତି ହୋଇଛି।