କଟକ: ଜଣେ ଡାକ୍ତରୀ ଛାତ୍ରୀଙ୍କୁ ଅସଦାଚରଣ କରିବା ଅଭଯୋଗରେ କଟକ ଏସ୍ସିବି ମେଡିକାଲ ନିଶ୍ଚେତକ ବିଭାଗ ମୁଖ୍ୟ ଡାକ୍ତର ଲକ୍ଷ୍ମୀପ୍ରସାଦ ଦାସଙ୍କୁ ଗିରଫ କରାଯାଇଛି। ପିଜି ପ୍ରଥମ ବର୍ଷର ଛାତ୍ରୀ ବିଭାଗୀୟ ମୁଖ୍ୟ ଲକ୍ଷ୍ମୀପ୍ରସାଦଙ୍କ ନାମରେ ଶାରୀରିକ ଓ ମାନସିକ ନିର୍ଯାତନା ଅଭିଯୋଗ ଆଣିଥିଲେ। ଏ ନେଇ ଗତ ସୋମବାର ସେ ମଙ୍ଗଳାବାଗ ଥାନାରେ ଏତଲା ଦେଇଥିଲେ। ଏତଲା ଆଧାରରେ ପୋଲିସ ଅଭିଯୁକ୍ତ ଡାକ୍ତରଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଅନ୍ୟପକ୍ଷେ ଗିରଫ ଡାକ୍ତରଙ୍କ ପତ୍ନୀ ଏହାକୁ ଷଡଯନ୍ତ୍ର ବୋଲି କହିଛନ୍ତି। ପାଠପଢାକୁ ନେଇ ତାଗିତ୍ ଯୋଗୁଁ ଅନ୍ୟମାନଙ୍କ ପ୍ରରୋଚନାରେ ଆସି ଛାତ୍ରୀ ଜଣଙ୍କ ଏଭଳି ଅଭିଯୋଗ ଆଣିଥିବା ସେ କହିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ନାବାଳିକାକୁ ଗଣଦୁଷ୍କର୍ମ ମାମଲାରେ ଦୁଇ ଜଣଙ୍କୁ ଆଜୀବନ କାରାଦଣ୍ଡ
ପରିବାର ଲୋକେ ଖବର ପାଇ ଝିଅକୁ ରାସ୍ତାକଡ଼ରୁ ଉଦ୍ଧାର କରିଥିଲେ।
Crime
୫ ବର୍ଷର ଶିଶୁକନ୍ୟାକୁ ଦୁଷ୍କର୍ମ ଅଭିଯୋଗରେ ୫୫ ବର୍ଷୀୟ ବ୍ୟକ୍ତି ଗିରଫ
ଅଭିଯୋଗ ପାଇବା ପରେ ପୁଲିସ ଅଭିଯୁକ୍ତଙ୍କୁ ଥାନାକୁ ଆଣି ପଚରାଉଚରା କରିଥିଲା। ତା’ପରେ ତାଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା।
Crime
ଶିଶୁ ବିକ୍ରି ଘଟଣା: ନିଲମ୍ବିତ ଏଏନ୍ଏମ୍ ଗିରଫ, ଆଉ ୨ ଜଣଙ୍କୁ ବି ବାନ୍ଧିଲା ପୁଲିସ
ଏହି ଘଟଣାରେ ନିଜେ ଉପ-ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଗ୍ରାଉଣ୍ଡଜିରୋକୁ ଯାଇ ଘଟଣାର ତନାଘନା କରିଥିଲେ।
Crime
ବବିଙ୍କ ଭାଇ ଭବଙ୍କ ନାଁରେ ମାମଲା ରୁଜୁ
ଦୁଇ ଦିନ ତଳେ ଧର୍ମଶାଳା ବିଧାୟକଙ୍କୁ ଆକ୍ରମଣ ଘଟଣାରେ ବିବାଦୀୟ ହୋଇପଡ଼ିଥିବା ବବିଙ୍କ ଭାଇଙ୍କ ବିରୋଧରେ ଜଣେ ପରିବା ବ୍ୟବସାୟୀ ଦେଇଥିଲେ ଏତଲା।