କଟକ: ଏସସିବି ମେଡିକାଲରେ ରୋଗୀଙ୍କୁ ଯୌନ ନିର୍ଯାତନା ମାମଲାରେ ଅଭିଯୁକ୍ତ ଆଟେଣ୍ଡାଣ୍ଟ୍ ବାବୁନା ଓରଫ ପ୍ରଶାନ୍ତ ମହାନ୍ତକୁ କଟକ ଦ୍ୱିତୀୟ ଏଡିଜେ କୋର୍ଟ ୧୦ ବର୍ଷ ଜେଲ ଦଣ୍ଡାଦେଶ ଶୁଣାଇଛନ୍ତି। ଏହାଛଡା ପୀଡିତାଙ୍କ ସମ୍ପର୍କୀୟାଙ୍କୁ ଅସଦାଚରଣ କରିବା ଅଭିଯୋଗରେ ଦୁଇବର୍ଷ ଏବଂ ଅନ୍ୟ ଏକ ଦଫ।ରେ ତାକୁ ଏକ ବର୍ଷ କାରାଦଣ୍ଡାଦେଶ ଦିଆଯାଇଛି।
ଗତ ୨୦୧୪ ଏପ୍ରିଲ ୧୯ ତାରିଖରେ ନିଆଳି ଥାନା ଅଞ୍ଚଳରେ ଏକ ପରିବାରର ଦୁଇଭଉଣୀଙ୍କ ମଧ୍ୟରେ ଝଗଡ଼ା ଲାଗିବାରୁ ବଡ଼ ଭଉଣୀ ବିଷ ପିଇ ଆତ୍ମହତ୍ୟା ଉଦ୍ୟମ କରିଥିଲେ। ତାଙ୍କୁ ଗୁରୁତର ଅବସ୍ଥାରେ କଟକ ବଡ଼ ମେଡିକାଲ କାଜୁଆଲଟି ବିଭାଗରେ ଚିତ୍କିସା କରାଯାଉଥିଲା । ସେହି ୱାର୍ଡରେ ଆଟେଣ୍ଡାଣ୍ଟ୍ ଭାବେ କାର୍ଯ୍ୟ କରୁଥିବା ଅଭିଯୁକ୍ତ ଠିକା କର୍ମଚାରୀ ପ୍ରଶାନ୍ତ ପୀଡ଼ିତାଙ୍କୁ ଯୌନ ଶୋଷଣ କରିଥିବା ନେଇ ଅଭିଯୋଗ ହୋଇଥିଲା ଏପରିକି ଅଭିଯୁକ୍ତ ପ୍ରଶାନ୍ତ ପୀଡ଼ିତାଙ୍କ ଖୁଡିଙ୍କୁ ମଧ୍ୟ ଅସଦାଚରଣ କରିଥିବା ନେଇ ଥାନାରେ ଏତଲା ଦାୟର ହୋଇଥିଲା। ପୀଡ଼ିତାଙ୍କ ଖୁଡି ଥାନାରେ ଏତଲା ଦେଇଥିଲା ବେଳେ ଉଭୟ ମାମଲାରେ ଯେଭଳି ଭାବେ ସହଯୋଗ କଲେ ତାହାକୁ ଅଦାଲତ ମଧ୍ୟ ପ୍ରସଂଶା କରିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ସଫେଇ କର୍ମଚାରୀଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ
ବାବୁଲି କାକ ରାଣିବଗିଚା ବାଇପାସ୍ ନିକଟରେ ସଫେଇ କାମର ତଦାରଖ କରିବା ପାଇଁ ଯାଇଥିଲେ। କାମ ତଦାରଖ କରିବା ପରେ ସେଠାରେ ସେ ଠିଆ ହୋଇଥିଲେ। ଠିକ୍ ସେତିକି ବେଳେ ତାଙ୍କ ଉପରେ ଆକ୍ରମଣ ହୋଇଥିଲା।
Crime
ଲୁଟେରାଙ୍କ ଗୁଳିରେ ୨ ମୃତ; ଗୋଡ଼ାଇ ଗୋଡ଼ାଇ ଗାଡ଼ିଆରେ ମାଡ଼ି ବସିଲେ ଲୋକେ
ଲୁଟ୍ କରିବା ପରେ ଦୋକାନକୁ ଗହଣା କିଣିବାକୁ ଆସିଥିବା ଜଣେ ବ୍ୟକ୍ତିଙ୍କ ବାଇକ୍ ଧରି ଚମ୍ପଟ ମାରୁଥିଲେ ୩ ଦୁର୍ବୃତ୍ତ। ଆଉ ସେମାନଙ୍କୁ କାର୍ରେ ପିଛା କରିଥିଲେ ଗହଣା ଦୋକାନର କର୍ମଚାରୀ ସୁନୀଲ୍ ରାୟ ଓ ତାଙ୍କ ସାଥୀ।
Crime
ମାଆ ଚାକିରି ଗଲା ବୋଲି ସର୍କିଟ୍ ହାଉସ୍ରେ ଥିବା ଗାଡ଼ିରେ ନିଆଁ ଲଗାଇଦେଲା ପୁଅ
କେନ୍ଦୁପତ୍ର ଫରେଷ୍ଟର ଭାବେ କାର୍ଯ୍ୟ କରନ୍ତି ସୁଜିତ କୁମାର ବେହେରା। ତାଙ୍କ ମାଆ ସର୍କିଟ୍ ହାଉସ୍ରେ ସୁଇପର ଭାବେ କାମ କରୁଥିଲେ। କିଛି ମାସ ତଳେ କୌଣସି କାରଣରୁ ତାଙ୍କୁ ସର୍କିଟ ହାଉସରୁ ବାହାର କରିଦିଆଯାଇଥିଲା।
Crime
ଲୁଟ୍ ପାଇଁ ପିଛା କରୁଥିଲେ; ଧକ୍କା ଦେବାରୁ ବିଦ୍ୟୁତ୍ କର୍ମଚାରୀଙ୍କୁ ଗୁଳି କଲେ
ଚୋରମାନେ ଉତ୍କ୍ଷିପ୍ତ ହୋଇ ବାଇକ୍ ଉଠାଇ ପ୍ରଥମେ ନୀଳମାଧବଙ୍କୁ ଗୁଳି କରିଥିଲେ। ଗୁଳି ତାଙ୍କ ପେଟ ଓ ଅଣ୍ଟାରେ ବାଜିଥିଲେ। ପରେ ଅଳଙ୍କାର ଦୋକାନୀ ସୁନୀଲ୍ ଓ ତାଙ୍କ ସାଥୀଙ୍କ ଉପରକୁ ଗୁଳି ଚଳାଇଥିଲେ। ସେମାନଙ୍କ ଦେହରେ ମଧ୍ୟ ଗୁଳି ବାଜିଥିଲା।
Crime
ସିକ୍ୟୁରିଟି ଗାର୍ଡଙ୍କ ହାତଗୋଡ଼ ବାନ୍ଧିଲେ, ଶୋ’ ରୁମ୍ ଲୁଟିଲେ
ସିକ୍ୟୁରିଟି ଗାର୍ଡଙ୍କ ହାତଗୋଡ଼ ବାନ୍ଧି ଲୁଟ କରିଛନ୍ତି ୩ ମୁଖାପିନ୍ଧା ଦୁର୍ବୃତ୍ତ। ବିଳମ୍ବିତ ରାତିରେ ଏହି ଡକାୟତି ହୋଇଛି।