Advertisment

ଏନକାଉଣ୍ଟରରେ ଟଳିଲେ ନକ୍ସଲ, ବିସ୍ଫୋରକ ସାମଗ୍ରୀ ଜବତ

ମାଲକାନଗିରି ସୀମାନ୍ତ ଛତିଶଗଡର ଧମତରୀ ଜିଲ୍ଲାରେ ପୁଲିସ ଏନକାଉଣ୍ଟରରେ ଜଣେ ନକ୍ସଲ ନିହତ ହୋଇଥିବା ଜଣାଯାଇଛି।

naxal camp

naxal camp

Advertisment

ମାଲକାନଗିରି ସୀମାନ୍ତ ଛତିଶଗଡର ଧମତରୀ ଜିଲ୍ଲାରେ ପୁଲିସ ଏନକାଉଣ୍ଟରରେ ଜଣେ ନକ୍ସଲ ନିହତ ହୋଇଥିବା ଜଣାଯାଇଛି। ଏଥିସହ ତାଙ୍କ ନିକଟରୁ ବିପୁଳ ପରିମାଣର ନକ୍ସଲ ସାମଗ୍ରୀ ଜବତ ହୋଇଛି।

Advertisment

ଖଲ୍ଲାରୀ ଥାନା ଅନ୍ତର୍ଗତ ମୁହକୋଟ ଆମଝର ଜଂଗଲରେ ନକ୍ସଲ କ୍ୟାମ୍ପ କରି ରହିଛନ୍ତି। ବିଶ୍ୱସ୍ତ ସୂତ୍ରରୁ ଏନେଇ ସୂଚନା ପାଇବା ପରେ ତୁରନ୍ତ ଧମତରୀ ଜିଲ୍ଲା ଏସପି ଅଞ୍ଜନେୟ ବୈଷ୍ଣ ଡିଆରଜି ଟିମ୍‌ ସହ ଜଙ୍ଗଲରେ ଚଢାଉ କରିଥିଲେ।

ସେଠାରେ ସୁରକ୍ଷା କର୍ମୀଙ୍କ ସହ ନକ୍ସଲଙ୍କ ମୁହାଁମୁହିଁ ହୋଇଥିଲା। ଏହାପରେ ଉଭୟ ପକ୍ଷ ମଧ୍ୟରେ ଗୁଳି ବିନିମୟ ହୋଇଥିଲା। କିଛି ସମୟ ମଧ୍ୟରେ ନକ୍ସଲମାନେ ଯବାନଙ୍କ ଗୁଳିର ସାମ୍ନା କରିନପାରି ଛତ୍ରଭଙ୍ଗ ଦେଇଥିଲେ।

Advertisment

ଏହାପରେ ପୁଲିସ୍‌ ପକ୍ଷରୁ ସର୍ଚ୍ଚ ଅପରେସନ ହୋଇଥିଲା। ସେଠାରେ ସେମାନେ ଜଣେ ନକ୍ସଲଙ୍କ ମୃତଦେହ ଜବତ କରିବା ସହ ଏସଏଲଆର ବନ୍ଧୁକ ଓ ବିସ୍ଫୋରକ ସାମଗ୍ରୀ ଜବତ କରିଛନ୍ତି। ଏଥିସହ ବହୁ ମାଓ ସାମଗ୍ରୀ ମଧ୍ୟ ଜବତ ହୋଇଛି।

Malkangiri Naxal Dead
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe