ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି କଟକ ଜିଲ୍ଲା ଡମପଡ଼ା ତହସିଲର ସିନିୟର ରେଭିନ୍ୟୁ ଆସିଷ୍ଟାଣ୍ଟ (ଏସ୍ଆରଏ) ପ୍ରଶାନ୍ତ କୁମାର ରାଉତ। ତାଙ୍କଠାରୁ ୩ ହଜାର ଟଙ୍କା ଜବତ କରାଯାଇଛି।
ଏକ ଘର ପଟ୍ଟାର ଅବିକଳ ନକଲ ଦେବା ପାଇଁ କୁଶପଙ୍ଗି ଗାଁର ଗଣେଶ ବେଉରାଙ୍କୁ ୧୨,୫୦୦ ଟଙ୍କା ମାଗିଥିଲେ ପ୍ରଶାନ୍ତ କୁମାର ରାଉତ। ସେଥିରୁ ପ୍ରଥମ କିସ୍ତିରେ ସେ ଆଜି ୩ ହଜାର ଟଙ୍କା ଗ୍ରହଣ କରୁଥିବା ବେଳେ ଭିଜିଲାନ୍ସ ଅଧିକାରୀମାନେ ତାଙ୍କୁ ଧରିଥିଲେ।
Also Read
ଲାଞ୍ଚ ନେଇ ଧରାପଡ଼ିବା ପରେ ପ୍ରଶାନ୍ତ କୁମାର ରାଉତଙ୍କ ଦୁଇଟି ଠିକଣାରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଥିଲା। ସେ ଆୟ ବହିର୍ଭୂତ ସଂପତ୍ତି ରଖିଥିବା ସନ୍ଦେହରେ ଏହି ଚଢ଼ାଉ କରାଯାଇଥିଲା।
ପ୍ରଶାନ୍ତଙ୍କ ନାଁରେ ପୂର୍ବରୁ ଏହିଭଳି ଅନେକ ଅଭିଯୋଗ ହୋଇଥିଲା। ଆଉ ଆଜି ସେ ଭିଜିଲାନ୍ସ ଜାଲରେ ପଡ଼ିଗଲେ।
TAGS
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ବିଲରେ ଧାନ ଗଜା ଦେଖି ସହି ପାରୁନି ଚାଷୀ; ଜଣେ ଝୁଲି ପଡ଼ିଲେ, ଜଣେ ଟଳିପଡ଼ିଲେ
ଦୁଇ ଦିନ ହେଲା ବର୍ଷା ଯୋଗୁ ବିଲରେ ପାଚିଲା ଧାନ ଗଜା ହେଲାଣି। ଓଦା ଧାନକୁ ଦେଖି ଚାଷୀର ଆଖି ବି ଓଦା ହୋଇ ଯାଉଛି।
Crime
ବିବାହିତ ହୋଇ ବି ପାଲଟିଥିଲେ ପ୍ରେମ ପକ୍ଷୀ; ଦେଖାଦେଲା ଝଡ଼, ମିଳିଲା ଝୁଲନ୍ତା ମୃତଦେହ
ଘର ସଂସାର ଥାଇ ବି ଅନ୍ୟ ପ୍ରେମରେ ହେଉଥିଲେ ମତୁଆଲା। ମାତ୍ର ଦୁନିଆ ଏହି କଳଙ୍କିତ ପ୍ରେମକୁ ଗ୍ରହଣ କରି ନ ଥିଲା। ଫଳରେ ଉଭୟ ଫେରାର ହୋଇ ଯାଇଥିଲେ। ଆଉ ଫେରାର ହେବାର ପ୍ରାୟ ସପ୍ତାହେ ପରେ ମିଳିଛି ଉଭୟଙ୍କ ଝୁଲନ୍ତା ମୃତଦେହ।
Crime
ଭିଜିଲାନ୍ସ ପଞ୍ଝାରେ ARI; ୮ଟି ସ୍ଥାନରେ ଚାଲିଛି ଚଢାଉ
ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବୋରିଗୁମ୍ମା ତହସିଲ ARI ସୁରେନ୍ଦ୍ର କୁମାର ତନ୍ତିଙ୍କ ଘରେ ହୋଇଛି ଭିଜିଲାନ୍ସ ରେଡ୍ ।
Crime
ପୁଲିସ ସ୍ତ୍ରୀକୁ ମାରି ସ୍ୱାମୀର ଆତ୍ମହତ୍ୟା ଉଦ୍ୟମ
ମୃତ ମହିଳା କନଷ୍ଟେବଲ କଟକ ସାଇବର ଥାନାରେ କାର୍ଯ୍ୟ କରୁଥିଲେ।