କେନ୍ଦ୍ରାପଡ଼ା ଜିଲ୍ଲା ଆଳି ଥାନା ଅନ୍ତର୍ଗତ ଅଙ୍ଗାରଖ ଗାଁରେ ସଶସ୍ତ୍ର ଡକାୟତି ଘଟଣାର ପର୍ଦ୍ଦାଫାସ କରିଛି ପୁଲିସ। ଏହି ଘଟଣାରେ ସଂପୃକ୍ତ ଥିବା ୭ ଜଣ ଡକାୟତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି ଆଳି ପୁଲିସ।
ଗିରଫ ଡକାୟତମାନଙ୍କଠାରୁ ଗୋଟିଏ ଦେଶୀ ବନ୍ଧୁକ, ଦୁଇଟି ତେଲଙ୍ଗାନା କଟୁରୀ, ତିନିଟି ବାଇକ୍, ୬ଟି ମୋବାଇଲ ଫୋନ୍, ୩୦ ଗ୍ରାମ ସୁନା, ୨୩୫ ଗ୍ରାମ ରୁପା ଓ ନଗଦ ୪୬ ହଜାର ଟଙ୍କା ଜବତ କରାଯାଇଛି।
Also Read
ଗତ ୪ ତାରିଖ ରାତି ପ୍ରାୟ ୮ଟା ବେଳେ ଏହି ଡକାୟତମାନେ ମୁହଁରେ କଳାକପଡ଼ା ପିନ୍ଧି ଅଙ୍ଗାରଖ ଗାଁର ପ୍ରଭାକର ପ୍ରଧାନଙ୍କ ଘରେ ପଶି ତାଙ୍କୁ ଓ ତାଙ୍କ ବୋହୂଙ୍କୁ ମାଡ଼ ମାରିବା ସହିତ ବନ୍ଧୁକ ଦେଖାଇ ଘରେ କଳାକନା ବୁଲାଇ ଦେଇଥିଲେ।
ଆଳି ଆଇଆଇସି ସବ୍ୟସାଚୀ ଶତପଥୀ କହିଛନ୍ତି ଯେ ସ୍ପେଶାଲ ସ୍କ୍ୱାଡ୍ ଘଟଣାର ତଦନ୍ତ କରି ଏହି ୭ ଡକାୟତଙ୍କୁ ଗିରଫ କରିଛି। ସେମାନଙ୍କ ନାଁରେ ବିଭିନ୍ନ ଥାନାରେ ଏକାଧିକ ମାମଲା ରହିଛି।
ଆଳିରୁ ବନମାଳୀ ସାହୁଙ୍କ ରିପୋର୍ଟ
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories

Crime
ଓଡ଼ିଶାରେ ଅନଲାଇନ୍ ଗେମ: ୩ ବର୍ଷରେ ୮ରୁ ଅଧିକ ଆତ୍ମହତ୍ୟା!
୨୦୨୩ରେ ପୃଥିବୀରେ ଅନଲାଇନ୍ ଗେମର ବଜାର ପ୍ରାୟ ୩୫.୭ ବିଲିୟନ୍ ଡଲାର ହୋଇଥିବାବେଳେ ଭାରତରେ ଏହାର ବଜାର ୩୩ ହଜାର କୋଟି ଟଙ୍କା ରହିଥିଲା। ଓଡ଼ିଶାରେ ୧୯୫୫ରେ ପ୍ରଣୀତ ‘ପ୍ରିଭେନସନ୍ ଅଫ୍ ଗାମ୍ବଲିଂ ଆକ୍ଟ’ ପାଇଁ ଟଙ୍କା ଜଡ଼ିତ ଥିବା ସବୁ ପ୍ରକାର ଖେଳ ବ୍ୟାନ୍ ରହିଛି।

Crime
୧୫ ମିନିଟ ଛଟପଟ ହେବା ପରେ ଆଖି ବୁଜିଥିଲେ ପୂର୍ବତନ ଡିଜିପି!
ଓମ ପ୍ରକାଶ ଯନ୍ତ୍ରଣାରେ ଛଟପଟ ହେଉଥିବା ବେଳେ ରୋଷେଇ ଘରେ ବ୍ୟବହାର ହେଉଥିବା ଛୁରୀକୁ ପଲ୍ଲବୀ ପ୍ରଥମେ ତାଙ୍କ ବେକରେ ଭୁଷି ଦେଇଥିଲେ।

Crime
ରାକ୍ଷସକୁ ମାରି ଦେଲି: କାହିଁକି ପୂର୍ବତନ ଡିଜିପିଙ୍କୁ ହତ୍ୟା କଲେ ପତ୍ନୀ ପଲ୍ଲବୀ?
ପୂର୍ବତନ ଡିଜିପି ଓମ ପ୍ରକାଶଙ୍କୁ ହତ୍ୟା ଘଟଣା ପୂରା ଦେଶରେ ଆଲୋଡ଼ନ ସୃଷ୍ଟି କରିଛି।

Crime
ଅନଲାଇନ ଗେମ୍: କିଏ କୋଟିପତି, କିଏ କାଙ୍ଗାଳ!
2023ରେ ପୃଥିବୀରେ ଅନଲାଇନ୍ ଗେମର ବଜାର ପ୍ରାୟ 35.7 ବିଲିୟନ୍ ଡଲାର ହୋଇଥିବାବେଳେ ଭାରତରେ ଏହାର ବଜାର 33 ହଜାର କୋଟି ଟଙ୍କା ରହିଥିଲା। ଓଡ଼ିଶାରେ 1955ରେ ପ୍ରଣୀତ ‘ପ୍ରିଭେନସନ୍ ଅଫ୍ ଗାମ୍ବଲିଂ ଆକ୍ଟ’ ପାଇଁ ଟଙ୍କା ଜଡ଼ିତ ଥିବା ସବୁ ପ୍ରକାର ଖେଳ ବ୍ୟାନ୍ ରହିଛି।

Crime
ଚର୍ଚ୍ଚାରେ ରାଜଧାନୀର ‘ଲେଡି ଡନ୍’
ପୁଲିସ୍ ହତ୍ୟା ଘଟଣାରେ ଜିକ୍ରା ନାମକ ଜଣେ ମହିଳାଙ୍କୁ ଗିରଫ କରିଛି। ସେ ଅଭିଯୁକ୍ତଙ୍କ ସହ ମିଶି ପୂରା ହତ୍ୟାକାଣ୍ଡର ଷଡ଼ଯନ୍ତ୍ର କରିଥିଲେ ଓ ଯୋଜନାକୁ କାର୍ଯ୍ୟକାରୀ କରିଥିଲେ ବୋଲି ପୁଲିସ୍ ଜାଣିବାକୁ ପାଇଛି।