Advertisment

ଫସିଗଲେ ପୁଲିସ୍ ଏସ୍‌ଆଇ, ଲାଞ୍ଚ ନେଲା ବେଳେ ଧରିଲା ଭିଜିଲାନ୍ସ

ଏକ ମାମଲା ପାଇଁ ଜଣେ ବ୍ୟକ୍ତିଙ୍କୁ ଲାଞ୍ଚ ମାଗିଥିଲେ ସୁକିନ୍ଦା ଥାନା ଏସ୍‌ଆଇ।

Nirmal Kumar Senapati

Nirmal Kumar Senapati

Advertisment

ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି ଜଣେ ପୁଲିସ୍ ଏସ୍‌ଆଇ। ତାଙ୍କ ନାଁ ନିର୍ମଳ କୁମାର ସେନାପତି। ସେ ଏବେ ଯାଜପୁର ଜିଲ୍ଲା ସୁକିନ୍ଦା ଥାନାରେ ନିଯୁକ୍ତ ହୋଇଛନ୍ତି।

Advertisment

ଏକ ମାମଲାରେ ଜଣେ ବ୍ୟକ୍ତିଙ୍କୁ ସାହାଯ୍ୟ କରିବା ପାଇଁ ପୁଲିସ ଏସ୍‌ଆଇ ନିର୍ମଳ କୁମାର ସେନାପତି ଲାଞ୍ଚ ମାଗିଥିଲେ। ଉକ୍ତ ବ୍ୟକ୍ତି ଜଣଙ୍କ ଏ ସଂପର୍କରେ ଭିଜିଲାନ୍ସକୁ ଜଣାଇଥିଲେ। ଯୋଜନା ପ୍ରକାରେ ଆଜି ଏସ୍‌ଆଇ ଶ୍ରୀ ସେନାପତି ଅଭିଯୋଗକାରୀଙ୍କ ଠାରୁ ୧୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଅଧିକାରୀମାନେ ତାଙ୍କୁ ଧରିଥିଲେ। ତାଙ୍କ ଠାରୁ ସମସ୍ତ ଲାଞ୍ଚ ଟଙ୍କା ଜବତ କରାଯାଇଛି।

ଭିଜିଲାନ୍ସ ପକ୍ଷରୁ ଏସ୍‌ଆଇ ଶ୍ରୀ ସେନାପତିଙ୍କ ଦୁଇଟି ଠିକଣାରେ ଚଢ଼ାଉ କରାଯାଇଛି। ସେ ଆୟ ବହିର୍ଭୂତ ସଂପତ୍ତି ଠୁଳ କରିଥିବା ସନ୍ଦେହରେ ଭିଜିଲାନ୍ସ ପକ୍ଷରୁ ଏହି ଚଢ଼ାଉ କରାଯାଇଛି।

Advertisment

ବୁଧବାର (ଗତକାଲି) ୨୫ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଥିଲେ ମାଲକାନଗିରି ଜିଲ୍ଲା ସିନ୍ଦ୍ରିମାଳର ରାଜସ୍ୱ ନିରୀକ୍ଷକ (ଆରଆଇ ) ସୀମାଞ୍ଚଳ ସାହୁ।

Vigilance Raid Odisha Vigilance Vigilance Net Vigilance
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe