ଜମିବାଡ଼ି ଵିବାଦକୁ କେନ୍ଦ୍ର କରି ଦୁଇ ପରିବାର ମଧ୍ୟରେ ହଣାକଟା ହୋଇଛି। ହଣାକଟାରେ ଉଭୟ ପରିବାରରେ ୬ଜଣ ଗୁରୁତର ଆହତ ହୋଇଛନ୍ତି। ଘଟଣା ଘଟିଛି ଭଦ୍ରକ ଟାଉନ ଥାନା ଅନ୍ତର୍ଗତ ଚରମ୍ପା ବରାଳ ପୋଖୋରୀ ଏକ ନମ୍ବର ୱାର୍ଡରେ। ଆହତମାନଙ୍କୁ ଭଦ୍ରକ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ କରାଯାଇଛି। ଆହତଙ୍କ ମଧ୍ୟରେ ୩ଜଣ ମହିଳା ଅଛନ୍ତି।
ଦଳେଇ ଓ ସେନାପତି ପରିବାର ମଧ୍ୟରେ ଦୀର୍ଘ ୪ଵର୍ଷ ହେଲା ଜମିବାଡ଼ିକୁ ନେଇ ଵିଵାଦ ଲାଗି ରହିଛି। ଗତକାଲି ଜମିଜମାକୁ ଉଭୟ ପରିବାର ମଧ୍ୟରେ ବିବାଦ ହୋଇଥିଲା। ପରେ ଏହି ବିବାଦ ଉଗ୍ରରୂପ ନେଇଥିଲା। ଉଭୟ ପରିବାର ମଧ୍ୟରେ ହଣାକଟା ହୋଇଥିଲା। ପୁଲିସ ଘଟଣାସ୍ଥଳରେ ପହଞ୍ଚି ଆହତମାନଙ୍କୁ ଉଦ୍ଧାର କରି ଡାକ୍ତରଖାନାରେ ଭର୍ତ୍ତି କରିଛି।
ଗାଁରେ ଚାପା ଉତ୍ତେଜନା ଲାଗି ରହିଥିବାରୁ ପୁଲିସ ଫୋର୍ସ ମୃତୟନ କରାଯାଇଛି। ଦଳେଇ ଓ ସେନାପତି ପରିବାର ସମ୍ପର୍କୀୟ ହେବେ। ପୁଲିସ ଘଟଣାର ତଦନ୍ତ କରୁଛି।
TAGS
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories

Crime
କେମିତି ନାକ ଫୁଲ ଯୋଗୁ ଧରାପଡ଼ିଲେ ହତ୍ୟାକାରୀ?
ମହିଳା ଜଣଙ୍କ ନାକରେ ପିନ୍ଧିଥିବା ଗୋଟିଏ ସୁନା ପିନ୍ ବା ନାକ ଫୁଲ ସହାୟତାରେ ପୁଲିସ୍ ପୂରା ଘଟଣା ଉପରୁ ପରଦା ହଟାଇବାକୁ ସକ୍ଷମ ହୋଇଛି।

Crime
ପୁଲିସ ବିଭାଗରେ ଟେଣ୍ଡର ଅନିୟମିତତା: ସିଏଜିଙ୍କ ଆପତ୍ତି ସତ୍ତ୍ୱେ କାର୍ଯ୍ୟାନୁଷ୍ଠାନ ଶୂନ, ୬କୋଟି ଟଙ୍କା କ୍ଷତି
ରାଜ୍ୟରେ ସିସିଟିଏନଏସ( କ୍ରାଇମ ଆଣ୍ଡ କ୍ରିମିନାଲ ଟ୍ରାକିଙ୍ଗ ନେଟୱାର୍କ ଆଣ୍ଡ ସିଷ୍ଟମ) ପାଇଁ ‘ସିଷ୍ଟମ ଇଣ୍ଟିଗ୍ରେଟର ଚୟନ’ ନିମନ୍ତେ ରାଜ୍ୟ ପୁଲିସର ‘ରାଜ୍ୟ କ୍ରାଇମ ରେକର୍ଡ ବ୍ୟୁରୋ’(ଏସସିଆରବି) ୨୦୨୧ ନଭେମ୍ବର ମାସରେ ଡାକିଥିବା ଟେଣ୍ଡର ପ୍ରକ୍ରିୟାରେ ବ୍ୟାପକ ଅନିୟମିତତା ଓ ଏକ ନିର୍ଦ୍ଦିଷ୍ଟ ସଂସ୍ଥାକୁ ଅହେତୁକ ଅନୁକମ୍ପା ଦେଖାଇଥିବାକୁ ନେଇ ସିଏଜି ଆପତ୍ତି ଉଠାଇଛନ୍ତି ।

Crime
ଲଘୁ ଖଣିଜ ଚୋରି ପାଇଁ ବାଟ ଛାଡ଼ିଥିଲେ ଅଫିସର: ସିଏଜି
ତହସିଲଦାରମାନଙ୍କ ଅବହେଳାରୁ ଧର୍ମଶାଳା ଡଙ୍କାରୀ କଳାପଥର ଖଣିରୁ ଅନୁମତି ବାହାରେ 58.66 କୋଟି ଟଙ୍କାର ପଥର ଖୋଳି ନିଆଗଲା। ହାଇକୋର୍ଟଙ୍କ ନିର୍ଦ୍ଦେଶ କାରଣରୁ ଏପର୍ଯ୍ୟନ୍ତ ଏହି ବକେୟା ଦେୟ ଆଦାୟ ହୋଇପାରିଲା ନାହିଁ।

Crime
ଝିଅର ସ୍କୁଲ ଶିକ୍ଷୟିତ୍ରୀଙ୍କ ସହ ଅବୈଧ ସମ୍ପର୍କ ରଖି କେମିତି ଫସିଲେ ବାପା?
ଧୂର୍ତ୍ତ ଶିକ୍ଷୟିତ୍ରୀ ଜଣଙ୍କ ନିଜ ଛାତ୍ରୀଙ୍କ ବାପାଙ୍କୁ ପ୍ରେମ ଜାଲରେ ଫସାଇ ଟଙ୍କା ଲୁଟ କରିଛନ୍ତି।

Crime
କାହିଁକି ସାଇବର ଅପରାଧୀଙ୍କ ପାଇଁ ଜୀବନ ହାରିଲେ ବୟସ୍କ ଦମ୍ପତି?
ବୟସ୍କ ଦମ୍ପତିଙ୍କ ଠାରୁ ୫୦ ଲକ୍ଷରୁ ଅଧିକ ଟଙ୍କା ଠକେଇ କରିବା ପରେ ମଧ୍ୟ ସାଇବର ଅପରାଧୀଙ୍କ ମନ ବୁଝି ନଥିଲା। ସେମାନେ ନୀରିହ ଦମ୍ପତିଙ୍କୁ ଧମକଚମକ ଦେଇ ଚାଲିଥିଲେ।