Advertisment

୯ ଅଧିକାରୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ: ୩ ଜଣ ଚାକିରିରୁ ବିଦା, ୬ ଜଣଙ୍କ ପେନସନ ବନ୍ଦ

ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୧୯୭ ଜଣ ଅଧିକାରୀଙ୍କୁ ଚାକିରିରୁ ବରଖାସ୍ତ ବା ବାଧ୍ୟତାମୂଳକ ଅବସର ଦିଆଯାଇଛି କିମ୍ବା ସେମାନଙ୍କର ପେନ୍‌ସନ ବନ୍ଦ କରାଯାଇଛି।

 Loka Seva Bhavan

Loka Seva Bhavan

Advertisment

୯ ଜଣ ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ବିରୋଧରେ ରାଜ୍ୟ ସରକାର ଗ୍ରହଣ କରିଛନ୍ତି କାର୍ଯ୍ୟାନୁଷ୍ଠାନ। ୩ ଜଣଙ୍କୁ ଚାକିରିରୁ ବରଖାସ୍ତ କରାଯାଇଥିବା ବେଳେ ବାକି ୬ ଜଣଙ୍କର ପେନସନକୁ ସ୍ଥାୟୀ ଭାବେ ବନ୍ଦ କରି ଦିଆଯାଇଛି। ଏହି ୯ ଜଣଙ୍କ ମଧ୍ୟରେ ଏକ୍‌ଜିକ୍ୟୁଟିଭ ଇଂଜିନିୟର, ଓଏଏସ୍‌ ଅଧିକାରୀ, କୃଷି ବିଭାଗ ଅଧିକାରୀ, ସାମାଜିକ ଶିକ୍ଷା ଅଧିକାରୀ, ଅଡିଟର ଓ କନିଷ୍ଠ ଯନ୍ତ୍ରୀ ପ୍ରମୁଖ ଅନ୍ତର୍ଭୁକ୍ତ।

Advertisment

କଟକ ଜିଲ୍ଲା RWSS Division-IIର ପୂର୍ବତନ କାର୍ଯ୍ୟନିର୍ବାହୀ ଅଧିକାରୀ ଶିବରାମ ବିଶ୍ୱାଳ ଏକ ଦୁର୍ନୀତି ମାମଲାରେ ଦେଷୀ ସାବ୍ୟସ୍ତ ହେବା ପରେ ତାଙ୍କ ପେନ୍‌ସନକୁ ସ୍ଥାୟୀ ଭାବେ ବନ୍ଦ କରାଯାଇଛି।

କଳାହାଣ୍ଡି ଜିଲ୍ଲା କାର୍ଲାମୁଣ୍ଡା ବ୍ଳକ୍‌ର ପୂର୍ବତନ ବିଡିଓ (ଅବସରପ୍ରାସ୍ତ ଓଏଏସ ଅଧିକାରୀ) ଗଣ୍ଡାରାମ ଖମାରୀ ଏକ ଦୁର୍ନୀତି ମାମଲାରେ ଦୋଷୀ ସାବ୍ୟସ୍ତ ହେବା ପରେ ତାଙ୍କ ପେନ୍‌ସନ ଓ ଗ୍ରାଚ୍ୟୁଇଟିକୁ ସ୍ଥାୟୀ ଭାବେ ବନ୍ଦ କରାଯାଇଛି।

Advertisment

ନବରଙ୍ଗପୁର ଜିଲ୍ଲା ଉମରକୋଟର ପୂର୍ବତନ ସହକାରୀ କୃଷି ଅଧିକାରୀ ଗୋକୁଳ ଚନ୍ଦ୍ର ନାୟକ ଏକ ଦୁର୍ନୀତି ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି। ତେଣୁ ତାଙ୍କୁ ଚାକିରିରୁ ବହିଷ୍କାର କରାଯାଇଛି।

ଜି. ଉଦୟଗିରିର ପୂର୍ବତନ ସହକାରୀ କୃଷି ଅଧିକାରୀ କୃଷ୍ଣଚନ୍ଦ୍ର ଗୌଡ଼ ଏକ ଦୁର୍ନୀତି ମାମଲାରେ ଦୋଷୀ ସାବ୍ୟସ୍ତ ହେବାରୁ ତାଙ୍କ ପେନ୍‌ସନ ଓ ଗ୍ରାଚ୍ୟୁଇଟିକୁ ସ୍ଥାୟୀ ଭାବେ ବନ୍ଦ କରାଯାଇଛି।

ମାଲକାନଗିରି ଜିଲ୍ଲାର ପୂର୍ବତନ ମୃତ୍ତିକା ସଂରକ୍ଷଣ ଅଧିକାରୀ ଦାଶରଥୀ ତ୍ରିପାଠୀ ଦୁର୍ନୀତି ମାମଲାରେ ଦୋଷୀ ସାବ୍ୟସ୍ତ ହେବାରୁ ତାଙ୍କ ପେନ୍‌ସନ ଓ ଗ୍ରାଚ୍ୟୁଇଟିକୁ ସ୍ଥାୟୀ ଭାବେ ବନ୍ଦ କରାଯାଇଛି।

ବରଗଡ଼ ଜିଲ୍ଲା ସୋହେଲା RWSSର ପୂର୍ବତନ କନିଷ୍ଠ ଯନ୍ତ୍ରୀ ଉପେନ୍ଦ୍ରଭଂଜ ନାୟକ ଜଣେ ସରକାରୀ ଅଧିକାରୀ ହୋଇଥିବା ସତ୍ତ୍ୱେ କାର୍ଯ୍ୟରେ ସଚ୍ଚୋଟତା ରକ୍ଷା କରିବାରେ ଏବଂ କର୍ତ୍ତବ୍ୟ ପରାୟଣତାରେ ବିଫଳ ହୋଇଥିଲେ। ଏହାସହିତ ତାଙ୍କର ବ୍ୟବହାରରେ ଶିଷ୍ଟାଚାର ମଧ୍ୟ ନଥିଲା। ତେଣୁ ତାଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ତାଙ୍କୁ ଚାକିରିରୁ ବହିଷ୍କାର କରାଯାଇଛି।

ସୁନ୍ଦରଗଡ଼ ଜିଲ୍ଲା ଲୋକାଲ ଫଣ୍ଡ ଅଡିଟ ବିଭାଗର ପୂର୍ବତନ ଅଡିଟର ସୁଶୀଲ କୁମାର ମେହେର ଏକ ଦୁର୍ନୀତି ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି। ତେଣୁ ତାଙ୍କୁ ଚାକିରିରୁ ବହିଷ୍କାର କରାଯାଇଛି।

ମୟୂରଭଞ୍ଜ ଜିଲ୍ଲା ଉଦଳାର ପୂର୍ବତନ ସାମାଜିକ ଶିକ୍ଷା ଅଧିକାରୀ ଆନନ୍ଦ ଚନ୍ଦ୍ର ନାୟକ ଏକ ଦୁର୍ନୀତି ମାମଲାରେ ଦୋଷୀ ସାବ୍ୟସ୍ତ ହେବା ଯୋଗୁ ତାଙ୍କ ପେନ୍‌ସନ ଓ ଗ୍ରାଚ୍ୟୁଇଟିକୁ ସ୍ଥାୟୀ ଭାବେ ବନ୍ଦ କରାଯାଇଛି।

ନୟାଗଡ଼ ଜିଲ୍ଲା ଚାନ୍ଦପୁରର ପୂର୍ବତନ DMSN ସୁପରିଣ୍ଟେଣ୍ଡେଣ୍ଟ ସୁରେନ୍ଦ୍ର ନାଥ ପତି ଏକ ଦୁର୍ନୀତି ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି। ତେଣୁ ସେ ପାଉଥିବା ପେନ୍‌ସନକୁ ସ୍ଥାୟୀ ଭାବେ ବନ୍ଦ କରାଯାଇଛି।

ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୧୯୭ ଜଣ ଅଧିକାରୀଙ୍କୁ ଚାକିରିରୁ ବରଖାସ୍ତ ବା ବାଧ୍ୟତାମୂଳକ ଅବସର ଦିଆଯାଇଛି କିମ୍ବା ସେମାନଙ୍କର ପେନ୍‌ସନ ବନ୍ଦ କରାଯାଇଛି।

Corrupt Govt Officials Corrupt Engineer Corrupt Officer
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe