Advertisment

ବେଆଇନ ମଦ କାରବାରରେ ସଂପୃକ୍ତଙ୍କ ବିରୋଧରେ ହେବ କଠୋର କାର୍ଯ୍ୟାନୁଷ୍ଠାନ: ଶ୍ରୀ ହରିଚନ୍ଦନ

ଗଞ୍ଜାମ ଜିଲ୍ଲା ଚିକିଟିଠାରେ ହୋଇଥିବା ମଦ ଘଟଣା ନେଇ ମନ୍ତ୍ରୀ ଶ୍ରୀ ହରିଚନ୍ଦନ ଅବକାରୀ ବିଭାଗ ପ୍ରମୁଖ ଶାସନ ସଚିବ ସୁଶୀଲ କୁମାର ଲୋହାନୀ ଓ ଅବକାରୀ କମିଶନର ନରସିଂହ ଭୋଳଙ୍କ ସହ ଆଲୋଚନା କରି ସବିଶେଷ ତଥ୍ୟ ମାଗିଛନ୍ତି।

author-image
Manoranjan Sial
ଅଦ୍ୟତନ ହୋଇଛି
Alcohol

Alcohol

ବେଆଇନ୍‌ ମଦ କାରବାର ନେଇ ରାଜ୍ୟ ସରକାର କଡ଼ା ଆଭିମୁଖ୍ୟ ଗ୍ରହଣ କରିଛନ୍ତି। ଏଭଳି ମାମଲାରେ ସଂପୃକ୍ତ ସମସ୍ତ ବ୍ୟକ୍ତିଙ୍କୁ ଖୋଜି ବାହାର କରାଯିବା ସହିତ ଆଇନ ଅନୁଯାୟୀ କଠୋର ଦଣ୍ଡବିଧାନ କରାଯିବ। ଏଥିସହିତ ବେଆଇନ୍‌ ତଥା ଚୋରା ମଦ କାରବାରକୁ ସଂପୂର୍ଣ୍ଣ ରୂପେ ବନ୍ଦ କରିବା ପାଇଁ ଆବଶ୍ୟକୀୟ ସମସ୍ତ ପ୍ରକାର ପଦକ୍ଷେପ ଗ୍ରହଣ କରାଯିବ। ଏଥିପାଇଁ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ। 

Advertisment

ଗଞ୍ଜାମ ଜିଲ୍ଲା ଚିକିଟିଠାରେ ହୋଇଥିବା ମଦ ଘଟଣା ନେଇ ମନ୍ତ୍ରୀ ଶ୍ରୀ ହରିଚନ୍ଦନ ଅବକାରୀ ବିଭାଗ ପ୍ରମୁଖ ଶାସନ ସଚିବ ସୁଶୀଲ କୁମାର ଲୋହାନୀ ଓ ଅବକାରୀ କମିଶନର ନରସିଂହ ଭୋଳଙ୍କ ସହ ଆଲୋଚନା କରି ସବିଶେଷ ତଥ୍ୟ ମାଗିଛନ୍ତି। ରାଜ୍ୟରେ ବେଆଇନ ମଦ କାରବାର କେବେ ବି ଗ୍ରହଣୀୟ ନୁହେଁ। ତେଣୁ ଏହି ଘଟଣା ନେଇ ରାଜ୍ୟର ସମସ୍ତ ଅଞ୍ଚଳରେ ତୀକ୍ଷିଣ ଦୃଷ୍ଟି ରଖିବା ସହିତ ବେଆଇନ ମଦ ଭାଟି ଓ ବିକ୍ରି ସ୍ଥାନରେ ଚଢ଼ଉ କରିବା ପାଇଁ ମନ୍ତ୍ରୀ ଶ୍ରୀ ହରିଚନ୍ଦନ ନିର୍ଦ୍ଦେଶ ଦେଇଛନ୍ତି। ଏଥି ସହିତ ଚିକିଟି ଘଟଣାରେ ଅସୁସ୍ଥ ହୋଇ ଡାକ୍ତରଖାନାରେ ଭର୍ତ୍ତି ହୋଇଥିବା ବ୍ୟକ୍ତିଙ୍କୁ ସ୍ୱତନ୍ତ୍ର ଚିକିତ୍ସା ସହାୟତା ଯୋଗାଇଦେବା ପାଇଁ ମଧ୍ୟ ମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଚିକିତ୍ସିତ ହେଉଥିବା ସମସ୍ତଙ୍କ ଅବସ୍ଥା ଭଲ ଅଛି ବୋଲି ଜଣାପଡ଼ିଛି। ଏହି ଘଟଣାରେ ବ୍ରହ୍ମପୁରର ଅବକାରୀ ସୁପରିଟେଣ୍ଡେଣ୍ଟଙ୍କୁ କାର୍ଯ୍ୟରୁ ଅପସାରଣ ପାଇଁ ନିର୍ଦ୍ଦେଶ ଦିଆଯାଇଛି।

ସୂଚନାଯୋଗ୍ୟ ଯେ ଚିକିଟି ବେଆଇନ ମଦ କାରବାର ଘଟଣାରେ ୮ ଜଣଙ୍କୁ ଗିରଫ କରାଯାଇଛି। ଅନ୍ୟପକ୍ଷରେ ଅବକାରୀ ବିଭାଗ ପକ୍ଷରୁ ଗତକାଲି ସନ୍ଧ୍ୟା ସୁଦ୍ଧା ରାଜ୍ୟର ବିଭିନ୍ନ ସ୍ଥାନରେ ଚଢ଼ଉ କରାଯାଇ ୭,୨୭୪ ଲିଟର ବେଆଇନ ମଦ ଜବତ କରାଯିବା ସହ ୭୨ ଜଣଙ୍କୁ ଗିରଫ କରାଯାଇଛି। ସେଥିମଧ୍ୟରୁ କେବଳ ଗଞ୍ଜାମ ଜିଲ୍ଲାରେ ୩୮୫ ଲିଟର ମଦ ଜବତ ହୋଇଛି। ଆଗାମୀ ଦିନରେ ଏପରି ଚଢ଼ଉକୁ ଜୋରଦାର କରାଯିବା ସହ ବେଆଇନ ମଦ କାରବାରରେ ଲିପ୍ତ ବ୍ୟକ୍ତିଙ୍କ ବିରୁଦ୍ଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ବିଭାଗ ପକ୍ଷରୁ ସୂଚନା ମିଳିଛି।

Advertisment
Bjp Ganjam Odisha Crime