Advertisment

ଉତ୍କଳ ବିଶ୍ୱବିଦ୍ୟାଳୟ ପ୍ରଫେସରଙ୍କ ନାଁରେ ସଙ୍ଗୀନ ଅଭିଯୋଗ ଆଣିଲେ ଛାତ୍ରୀ

ଛାତ୍ରୀଙ୍କ ଅଭିଯୋଗ ନେଇ ସେକ୍ସୁଆଲ ହାରାସମେଣ୍ଟ ସେଲ୍ ପକ୍ଷରୁ କୁହାଯାଇଛି ଯେ, ଅଭିଯୋଗର ତଦନ୍ତ ଚାଲିଛି। ଖୁବଶୀଘ୍ର କର୍ତ୍ତୃପକ୍ଷଙ୍କୁ ଏ ସଂପର୍କରେ ରିପୋର୍ଟ ଦିଆଯିବ।

Utkal University

Utkal University

Advertisment

ଉତ୍କଳ ବିଶ୍ୱବିଦ୍ୟାଳୟର ଅର୍ଥନୀତି ବିଭାଗର ଜଣେ ପ୍ରଫେସର ବିରୋଧରେ ଯୌନ ଉତ୍ପୀଡ଼ନ ଅଭିଯୋଗ ଆସିଛି। ଆଉ ଏହି ଅଭିଯୋଗ ଆଣିଛନ୍ତି ନିଜ ବିଭାଗର ଜଣେ ଛାତ୍ରୀ। ପୀଡ଼ିତା ଏନେଇ ବିଶ୍ୱବିଦ୍ୟାଳୟର ସେକ୍ସୁଆଲ୍‌ ହାରାସ୍‌ମେଣ୍ଟ ସେଲ୍‌ରେ ଅଭିଯୋଗ କରିଛନ୍ତି। ସେକ୍ସୁଆଲ୍‌ ହାରାସ୍‌ମେଣ୍ଟ ସେଲ୍‌ ପକ୍ଷରୁ ଘଟଣାର ତଦନ୍ତ ଚାଲିଥିବା ଜଣାପଡ଼ିଛି।

Advertisment

ସେକ୍ସୁଆଲ୍‌ ହାରାସ୍‌ମେଣ୍ଟ ସେଲ୍‌ରେ ହୋଇଥିବା ଅଭିଯୋଗ ଅନୁସାରେ ଅଗଷ୍ଟ ୧୬ ତାରିଖରେ ଅପରାହ୍ନ ୨ଟା ବେଳେ ଅର୍ଥନୀତି ବିଭାଗର ପ୍ରଫେସର ନିଜ ଚ୍ୟାମ୍ୱରରେ ଥିଲେ। ଠିକ୍‌ସେହି ସମୟରେ ଛାତ୍ରୀ ପଦ୍ମା(ଛଦ୍ମନାମ) ବହି ଆଣିବାକୁ ପ୍ରଫେସରଙ୍କ ଚ୍ୟାମ୍ୱରକୁ ଯାଇଥିଲେ। ସେତେବେଳେ ପ୍ରଫେସର ତାଙ୍କୁ ବସିବା ପାଇଁ କହିଥିଲେ। ପଦ୍ମା ବସିବା ପରେ ପ୍ରଫେସର ତାଙ୍କ ପାଖରେ ଆସି ବସିଥିଲେ। ଆଉ ତା’ପରେ ତାଙ୍କୁ ଅସଦାଚରଣ କରିଥିବା ଅଭିଯୋଗ ହୋଇଛି। ପଦ୍ମାଙ୍କ ବିନା ଅନୁମତିରେ ତାଙ୍କ ଶରୀରର ବିଭିନ୍ନ ଅଙ୍ଗରେ ସ୍ପର୍ଶ କରିଥିଲେ। ଛାତ୍ରୀ ଜଣକ ଚିତ୍କାର କରି ତାଙ୍କ କବଳରୁ ବାହାରି ଆସିବା ପାଇଁ ଚେଷ୍ଟା କରିଥିଲେ।

ତେବେ ଚ୍ୟାମ୍ୱର ଛାଡ଼ିବା ପୂର୍ବରୁ ଛାତ୍ରୀଙ୍କୁ ପ୍ରଫେସର କହିଥିଲେ, ତୁମେ ଯଦି ଏହାକୁ ପସନ୍ଦ କରୁଥିବ, ତାହାହେଲେ ଆଉ ଥରେ ଆସିବ। ମୁଁ ତୁମକୁ ପାଠ ପଢ଼ାରେ ସାହାଯ୍ୟ କରିବି। ଯଦି ପସନ୍ଦ ନଆସିଲା, ତାହାହେଲେ ଆସିବ ନାହିଁ। କିନ୍ତୁ ଯାହା ଘଟିଲା, ସେ ନେଇ କାହାକୁ କିଛି କହିବ ନାହିଁ ବୋଲି ପ୍ରଫେସର କହିଥିବା ପୀଡ଼ିତା ଅଭିଯୋଗ କରିଛନ୍ତି।

Advertisment

ଛାତ୍ରୀଙ୍କ ଅଭିଯୋଗ ନେଇ ସେକ୍ସୁଆଲ ହାରାସମେଣ୍ଟ ସେଲ୍ ପକ୍ଷରୁ କୁହାଯାଇଛି ଯେ, ଅଭିଯୋଗର ତଦନ୍ତ ଚାଲିଛି। ଖୁବଶୀଘ୍ର କର୍ତ୍ତୃପକ୍ଷଙ୍କୁ ଏ ସଂପର୍କରେ ରିପୋର୍ଟ ଦିଆଯିବ।

ତେବେ ଏନେଇ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷଙ୍କ ପକ୍ଷରୁ କୌଣସି ପ୍ରତିକ୍ରିୟା ମିଳିପାରି ନାହିଁ।

Bhubaneswar Utkal University
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe