Advertisment

କେମିତି ହେଲା ଶୁଭଲକ୍ଷ୍ମୀଙ୍କ ମୃତ୍ୟୁ, ପରଦା ଉଠାଇଲେ ଡିସିପି

ଶୁଭଲକ୍ଷ୍ମୀଙ୍କ ଆତ୍ମହତ୍ୟା ମାମଲାରେ ଉଦବେଗ ପ୍ରକାଶ କରିଛନ୍ତି ରାଜ୍ୟ ମହିଳା କମିଶନ ଅଧ୍ୟକ୍ଷା।

ଅଦ୍ୟତନ ହୋଇଛି
subhalaxmi

subhalaxmi

Advertisment

କଲେଜ ଛାତ୍ରୀ ଶୁଭଲକ୍ଷ୍ମୀ ସାହୁଙ୍କୁ ହତ୍ୟା କରାଯାଇଛି ନା ସେ ଆତ୍ମହତ୍ୟା କରିଛନ୍ତି ସେନେଇ ଜାରି ରହିଥିଲା ସସପେନ୍ସ। ଏହି ସସପେନ୍ସ ଉପରୁ ଆଜି ପରଦା ଉଠାଇଛନ୍ତି ଭୁବନେଶ୍ୱର ଡିସିପି ପ୍ରତୀକ ସିଂହ। ସେ କହିଛନ୍ତି, ଶୁଭଲକ୍ଷ୍ମୀ ଆତ୍ମହତ୍ୟା କରିଛନ୍ତି। ଶବ ବ୍ୟବଚ୍ଛେଦ ରିପୋର୍ଟ ଓ ପାରିପାର୍ଶ୍ୱିକ ତଦନ୍ତରୁ ଆତ୍ମହତ୍ୟା କରିଥିବା ଜଣାପଡ଼ିଛି।

Advertisment

ଡିସିପି ଆହୁରି କହିଛନ୍ତି, ଶୁଭଲକ୍ଷ୍ମୀ ଆତ୍ମହତ୍ୟା ପଛରେ କାହାର ହାତ ଅଛି କି ନାହିଁ ତଦନ୍ତ ଚାଲିଛି। ଶୁଭଲକ୍ଷ୍ମୀଙ୍କ କଲ୍ ଡିଟେଲସ ରେକର୍ଡ ବା ସିଡିଆର ପାଇଛୁ। ହେଲେ ସେଭଳି କିଛି ସନ୍ଦିଗ୍ଧ ତଥ୍ୟ ସେଥିରୁ ମିଳିନି।

ସେ କହିଛନ୍ତି, ଶୁଭଲକ୍ଷ୍ମୀ ଆତ୍ମହତ୍ୟା କରିଥିବା ସ୍ପଷ୍ଟ ହୋଇଥିଲେ ବି କାରଣ ଅସ୍ପଷ୍ଟ ରହିଛି। ତାଙ୍କ ମାନସିକ ସ୍ଥିତି ଜାଣିବାକୁ ପରିବାର, ପରିଜନ ଲୋକଙ୍କୁ ପଚରାଉଚରା କରୁଛୁ।

Advertisment

କୁହାଯାଉଥିବା ଭାଇରାଲ ଭିଡିଓ ପୁଲିସ ହାତରେ ଲାଗିନାହିଁ। ସେମିତି କିଛି ଭିଡିଓ ଆସିଲେ ଆମେ ତର୍ଜମା କରିବୁ। ଆତ୍ମହତ୍ୟା ସହ ଭିଡିଓର କିଛି ସଂପର୍କ ଅଛି କି ନାହିଁ ପରଖିବୁ। ଶୁଭଲକ୍ଷ୍ମୀଙ୍କ ମୃତ୍ୟୁ ପଛରେ କାହାର ହାତ ଅଛି କି ନାହିଁ ତଦନ୍ତ କରାଯାଉଛି। ଏହି ଘଟଣାରେ ଯାହାର ନାମ ସାମ୍ନାକୁ ଆସୁଛି, ତାକୁ ଆମେ ପଚରାଉରା କରୁଛୁ। ଆଗକୁ ତଦନ୍ତ ଜାରି ରହିବ ବୋଲି ଡିସିପି କହିଛନ୍ତି।

ଅନ୍ୟପକ୍ଷରେ ଶୁଭଲକ୍ଷ୍ମୀଙ୍କ ଆତ୍ମହତ୍ୟା ମାମଲାରେ ଉଦବେଗ ପ୍ରକାଶ କରିଛନ୍ତି ରାଜ୍ୟ ମହିଳା କମିଶନ ଅଧ୍ୟକ୍ଷା। ଘଟଣାକୁ ଗୁରୁତର ସହ ନେବା ସହ ନିଜ ଆଡୁ ମାମଲା ରୁଜୁ କରିଛନ୍ତି। ଏହାସହ ମହିଳା କମିଶନ ଭୁବନେଶ୍ୱର ଡିସିପିଙ୍କୁ ରିପୋର୍ଟ ତଲବ କରିଛନ୍ତି। ୧୫ ଦିନ ଭିତରେ ତଦନ୍ତ ରିପୋର୍ଟ ଦାଖଲ କରିବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି।

ସୂଚନାଯୋଗ୍ୟ, ଗତ ଶନିବାର ଦିନ ହୋଟେଲ ରୁମ ଭିତରୁ ଶୁଭଲକ୍ଷ୍ମୀଙ୍କ ଝୁଲନ୍ତା ମୃତଦେହ ମିଳିଥିଲା। ଶୁଭଲକ୍ଷ୍ମୀ ଶୁକ୍ରବାର ରାତି ପ୍ରାୟ ୩ଟା ୨୦ରେ ହୋଟେଲକୁ ଆସିଥିଲେ। ସେ ୨୦୫ ନମ୍ବର ରୁମ୍ ବୁକ୍ କରି ସେଠାରେ ବିଶ୍ରାମ ନେବାକୁ ଯାଇଥିଲେ। କିନ୍ତୁ ଶନିବାର ସକାଳେ କି ମଧ୍ୟାହ୍ନ ସମୟରେ କବାଟ ନ ଖୋଲିବାରୁ ସନ୍ଦେହ ବଢ଼ିଥିଲା। ଏହାପରେ ହୋଟେଲ କର୍ମଚାରୀ ପୁଲିସ୍‌କୁ ଖବର ଦେଇଥିଲେ। ପୁଲିସ ଆସି ରୁମର କବାଟ ଭାଙ୍ଗିବା ପରେ ଫ୍ୟାନରେ ଝୁଲନ୍ତା ଅବସ୍ଥାରେ ଥିବା ଶୁଭଲକ୍ଷ୍ମୀଙ୍କର ମୃତଦେହ ଉଦ୍ଧାର କରାଯାଇଥିଲା।

Odisha Police Bhubaneswar
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe