ସୁନ୍ଦରଗଡ଼: ବ୍ୟବସାୟିକ ଶତ୍ରୁତାକୁ କେନ୍ଦ୍ର କରି ସୁନ୍ଦରଗଡ଼ ଜିଲ୍ଲା ହନୁମାନ ଛକରେ ଜଣେ ଯୁବକଙ୍କ ଉପରକୁ ଗୁଳିମାଡ ହୋଇଛି। ଗତକାଲି ବିଳମ୍ବିତ ରାତିରେ ଏହି ଗୁଳିକାଣ୍ଡ ଘଟିଛି। ଆହତ ଯୁବକ ଜଣଙ୍କ ହେଲେ ଡେଲି ମାର୍କେଟ ଅଞ୍ଚଳର ଜିତୁ ଶେଖର ଦେଓ। ଗୁରୁତର ଅବସ୍ଥାରେ ଜିତୁଙ୍କୁ ରାଉରକେଲା ଆଇଜିଏଚରେ ଭର୍ତ୍ତି କରାଯାଇଛି। ଜିତୁ ବସ୍ ଷ୍ଟାଣ୍ଡରେ ଏଜେଣ୍ଟ ଭାବେ କାମ କରନ୍ତି। ଜିତୁ ହନୁମାନ ଛକ ସ୍ଥିତ ଏକ ଦୋକାନ ନିକଟରେ ଠିଆ ହୋଇଥିବାବେଳେ ଜଣେ ବସ୍ ମାଲିକ ଘନଶ୍ୟାମ ସିଂହ ସେଠାରେ ପହଞ୍ଚିଥିଲେ। ଜିତୁ ଓ ଘନଶ୍ୟାମଙ୍କ ମଧ୍ୟରେ କୌଣସି କଥାକୁ ନେଇ ଯୁକ୍ତିତର୍କ ହୋଇଥିଲା। ପରେ ଉତ୍ତ୍ୟକ୍ତ ଘନଶ୍ୟାମ ଗୁଳିକରି କେଉଁଆଡେ ଫେରାର ହୋଇଯାଇଥିଲା। ଏ ନେଇ ସୁନ୍ଦରଗଡ ଟାଉନ ଥାନାରେ ମାମଲା ରୁଜୁ ହୋଇଛି। ପୋଲିସ ଘଟଣା ସ୍ଥଳରେ ପହଞ୍ଚି ଅଧିକ ଅନୁସନ୍ଧାନ ଜାରି ରଖିଛି ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ସଫେଇ କର୍ମଚାରୀଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ
ବାବୁଲି କାକ ରାଣିବଗିଚା ବାଇପାସ୍ ନିକଟରେ ସଫେଇ କାମର ତଦାରଖ କରିବା ପାଇଁ ଯାଇଥିଲେ। କାମ ତଦାରଖ କରିବା ପରେ ସେଠାରେ ସେ ଠିଆ ହୋଇଥିଲେ। ଠିକ୍ ସେତିକି ବେଳେ ତାଙ୍କ ଉପରେ ଆକ୍ରମଣ ହୋଇଥିଲା।
Crime
ଲୁଟେରାଙ୍କ ଗୁଳିରେ ୨ ମୃତ; ଗୋଡ଼ାଇ ଗୋଡ଼ାଇ ଗାଡ଼ିଆରେ ମାଡ଼ି ବସିଲେ ଲୋକେ
ଲୁଟ୍ କରିବା ପରେ ଦୋକାନକୁ ଗହଣା କିଣିବାକୁ ଆସିଥିବା ଜଣେ ବ୍ୟକ୍ତିଙ୍କ ବାଇକ୍ ଧରି ଚମ୍ପଟ ମାରୁଥିଲେ ୩ ଦୁର୍ବୃତ୍ତ। ଆଉ ସେମାନଙ୍କୁ କାର୍ରେ ପିଛା କରିଥିଲେ ଗହଣା ଦୋକାନର କର୍ମଚାରୀ ସୁନୀଲ୍ ରାୟ ଓ ତାଙ୍କ ସାଥୀ।
Crime
ମାଆ ଚାକିରି ଗଲା ବୋଲି ସର୍କିଟ୍ ହାଉସ୍ରେ ଥିବା ଗାଡ଼ିରେ ନିଆଁ ଲଗାଇଦେଲା ପୁଅ
କେନ୍ଦୁପତ୍ର ଫରେଷ୍ଟର ଭାବେ କାର୍ଯ୍ୟ କରନ୍ତି ସୁଜିତ କୁମାର ବେହେରା। ତାଙ୍କ ମାଆ ସର୍କିଟ୍ ହାଉସ୍ରେ ସୁଇପର ଭାବେ କାମ କରୁଥିଲେ। କିଛି ମାସ ତଳେ କୌଣସି କାରଣରୁ ତାଙ୍କୁ ସର୍କିଟ ହାଉସରୁ ବାହାର କରିଦିଆଯାଇଥିଲା।
Crime
ଲୁଟ୍ ପାଇଁ ପିଛା କରୁଥିଲେ; ଧକ୍କା ଦେବାରୁ ବିଦ୍ୟୁତ୍ କର୍ମଚାରୀଙ୍କୁ ଗୁଳି କଲେ
ଚୋରମାନେ ଉତ୍କ୍ଷିପ୍ତ ହୋଇ ବାଇକ୍ ଉଠାଇ ପ୍ରଥମେ ନୀଳମାଧବଙ୍କୁ ଗୁଳି କରିଥିଲେ। ଗୁଳି ତାଙ୍କ ପେଟ ଓ ଅଣ୍ଟାରେ ବାଜିଥିଲେ। ପରେ ଅଳଙ୍କାର ଦୋକାନୀ ସୁନୀଲ୍ ଓ ତାଙ୍କ ସାଥୀଙ୍କ ଉପରକୁ ଗୁଳି ଚଳାଇଥିଲେ। ସେମାନଙ୍କ ଦେହରେ ମଧ୍ୟ ଗୁଳି ବାଜିଥିଲା।
Crime
ସିକ୍ୟୁରିଟି ଗାର୍ଡଙ୍କ ହାତଗୋଡ଼ ବାନ୍ଧିଲେ, ଶୋ’ ରୁମ୍ ଲୁଟିଲେ
ସିକ୍ୟୁରିଟି ଗାର୍ଡଙ୍କ ହାତଗୋଡ଼ ବାନ୍ଧି ଲୁଟ କରିଛନ୍ତି ୩ ମୁଖାପିନ୍ଧା ଦୁର୍ବୃତ୍ତ। ବିଳମ୍ବିତ ରାତିରେ ଏହି ଡକାୟତି ହୋଇଛି।