Advertisment

ଭରତପୁର ଥାନା କାଣ୍ଡ; ଆଜି ୫ ପୁଲିସ୍‌ ଅଧିକାରୀଙ୍କର ହେବ ପଲିଗ୍ରାଫ ଟେଷ୍ଟ

ଭରତପୁର ଥାନାରେ ମେଜର ଓ ବାନ୍ଧବୀଙ୍କୁ ନିର୍ଯାତନା ମାମଲାରେ ସାମ୍ନାକୁ ଆସିବ ସତ। ଧରାପଡ଼ିବ କିଏ କହୁଛି ମିଛ । ଏହାର ପର୍ଦ୍ଦଫାସ କରିବାକୁ ନିଲମ୍ବିତ ଥାନା ଆଇଆଇସିଙ୍କ ସମେତ ୫ ପୁଲିସ ଅଧିକାରୀଙ୍କର ଆଜି ହେବ ପଲିଗ୍ରାଫ ଟେଷ୍ଟ।

POLYGRAPH TEST

POLYGRAPH TEST

Advertisment

ଭରତପୁର ଥାନାରେ ମେଜର ଓ ବାନ୍ଧବୀଙ୍କୁ ନିର୍ଯାତନା ମାମଲାରେ ସାମ୍ନାକୁ ଆସିବ ସତ। ଧରାପଡ଼ିବ କିଏ କହୁଛି ମିଛ । ଏହାର ପର୍ଦ୍ଦଫାସ କରିବାକୁ ନିଲମ୍ବିତ ଥାନା ଆଇଆଇସିଙ୍କ ସମେତ ୫ ପୁଲିସ ଅଧିକାରୀଙ୍କର ଆଜି ହେବ ପଲିଗ୍ରାଫ ଟେଷ୍ଟ।

Advertisment

ଗୁଜରାଟ ଗାନ୍ଧିନଗରସ୍ଥିତ ଫୋରେନସିକ୍ ଲାବ୍ରୋଟୋରୀରେ ଆଜି ସେମାନଙ୍କର ମିଛ ଧରା ପରୀକ୍ଷା କରାଯିବ। ଭୁବନେଶ୍ୱର ଏସଡିଜେଏମ୍‌ କୋର୍ଟଙ୍କ ଅନୁମତି ପରେ ସେମାନଙ୍କୁ ସାଙ୍ଗରେ ନେଇ ଯାଇଛି ୩ ଜଣିଆ କ୍ରାଇମବ୍ରାଞ୍ଚ ଟିମ୍। ଆଇଆଇସି ଦୀନକୃଷ୍ଣ ମିଶ୍ର ପଲିଗ୍ରାଫ, ବ୍ରେନ୍ ମ୍ୟାପିଂ ଓ ନାର୍କୋ ଟେଷ୍ଟର ସମ୍ମୁଖୀନ ହେବେ। ଦୀନକୃଷ୍ଣଙ୍କ ନାଁରେ ପୀଡ଼ିତାଜଣକ ସାଂଘାତିକ ଅଭିଯୋଗ ଆଣିଥିବାରୁ ତାଙ୍କର ପଲିଗ୍ରାଫ, ନାର୍କୋ ଆନାଲିସିସ, ବ୍ରେନ ମ୍ୟାପିଂ ହେବ । 

ଅବଶିଷ୍ଟ ୪ ପୁଲିସଙ୍କର କେବଳ ପଲିଗ୍ରାଫ ଟେଷ୍ଟ ହେବ । ଏସଆଇ ବୈଶାଳିନୀ ପଣ୍ଡା, ଏଏସଆଇ ସାଗରିକା ରଥ, ସଲିଳାମୟୀ ସାହୁ ଓ ସେଦିନ ରାତିରେ ଥାନାରେ ଉପସ୍ଥିତ ଥିବା ଜଣେ ପୁଲିସ ଏସ୍‌ଆଇଙ୍କର ପଲିଗ୍ରାଫ ଟେଷ୍ଟ ହେବ। ଏହି ଘଟଣାର କେହି ପ୍ରତ୍ୟକ୍ଷଦର୍ଶୀ ନ ଥିବାରୁ ଏହି ଏସ୍‌ଆଇଙ୍କୁ ଘଟଣାର ପ୍ରତ୍ୟକ୍ଷଦର୍ଶୀ ତଥା ସାକ୍ଷୀ ଭାବେ ଗ୍ରହଣ କରାଯାଇଛି। କିନ୍ତୁ ନିଲମ୍ବିତ କନଷ୍ଟେବଲଙ୍କର କୌଣସି ଟେଷ୍ଟ କରାଯିବ ନାହିଁ।

Advertisment

ସେମାନଙ୍କଠାରୁ ଘଟଣା ଦିନର ସତ ଜାଣିବାକୁ ଚାହିଁଛି କ୍ରାଇମବ୍ରାଞ୍ଚ।

Polygraphy Test Bharatpur Police Station
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe