ଜଣେ ନବବଧୂଙ୍କ ସନ୍ଦେହ ଜନକଙ୍କ ମୃତ୍ୟୁ ଘଟିଛି। ଏପରି ଘଟଣା ଘଟିଛି ବଲାଙ୍ଗିର ଜିଲ୍ଲା ସଇଁତଳା ଥାନା ଅନ୍ତର୍ଗତ ଡୁଙ୍ଗୁରି ପାଲି ପଞ୍ଚାୟତ କୁଆର ଗାଁରେ। ମୃତ ମହିଳା ଜଣଙ୍କ ହେଲେ ମାମି କଲତା। ମାମିଙ୍କୁ ଶ୍ୱଶୁର ଘର ଲୋକେ ହତ୍ୟା କରିଥିବା ତାଙ୍କ ପରିବାର ଲୋକେ ଅଭିଯୋଗ କରିଛନ୍ତି।
ମାମିଙ୍କ ସ୍ୱାମୀଙ୍କ କହିବା ଅନୁସାରେ, ଗୁରୁବାର ସନ୍ଧ୍ୟାରେ ମାମିଙ୍କ ସ୍ୱାସ୍ଥ୍ୟବସ୍ଥା ହଠାତ୍ ଗୁରୁତର ହୋଇପଡ଼ି ଥିଲା। ତାଙ୍କୁ ସଇଁତଳା ଗୋଷ୍ଠି ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ମାମିଙ୍କର ମୃତ୍ୟୁ ଘଟିଥିଲା। ଅନ୍ୟପକ୍ଷରେ ମାମିଙ୍କୁ ହତ୍ୟା କରାଯାଇଥିବା ପରିବାର ଲୋକେ ଅଭିଯୋଗ ଆଣିଛନ୍ତି।
Also Read
ସୂଚନାଯୋଗ୍ୟ, ଗତ ମାର୍ଚ୍ଚ ମାସରେ ମାମି ବିଷ ପିଇ ଆତ୍ମହତ୍ୟା କରିବା ପାଇଁ ଉଦ୍ୟମ କରିଥିଲେ। ତାଙ୍କୁ ସଇଁତଳା ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ଚିକିତ୍ସାପରେ ସେ ସୁସ୍ଥ ହୋଇଯାଇଥିଲେ। ପୁଲିସ ପରିବାର ଲୋକଙ୍କୁ ପଚରାଉଚରା କରିବା ସହ ଘଟଣାର ତଦନ୍ତ କରୁଛି।
TAGS
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ଦିଲ୍ଲୀରେ ୪୦୦ ସ୍କୁଲକୁ ବୋମା ଧମକ ଦେଇଥିଲା ନାବାଳକ, ଆପ୍-ବିଜେପି ମୁହାଁମୁହିଁ
ଗତ ୮ତାରିଖରେ ମିଳିଥିବା ମେଲକୁ ଟ୍ରାକ୍ କରି ଜଣେ ଯୁକ୍ତ୨ ଛାତ୍ରକୁ ଧରିଛି ପୁଲିସ। ଛାତ୍ର ଓ ଏହାର ଅଭିଭାବକ ଏକ ଏନଜିଓ ସହ ଜଡ଼ିତ। ଏନଜିଓ ଏକ ରାଜନୈତିକ ଦଳ ସହ ଜଡ଼ିତ ବୋଲି କହିଛି ପୁଲିସ।
Crime
ହଂସିତା-ଅନୀଲ୍ଙ୍କ ଠକାମିର ପୋଲ୍ ଖୋଲିଲେ ତାଙ୍କ ପୂର୍ବତନ କର୍ମଚାରୀ!
ହଂସିତା-ଅନୀଲଙ୍କ ଅଫିସ୍ରେ କାମ କରୁଥିବା ପୂର୍ବତନ କର୍ମଚାରୀ Mr X ପୁଲିସ୍କୁ ଦେଇଥିବା ବୟାନରେ ଲେଖିଛନ୍ତି, ଦୁଇ ବର୍ଷ ତଳେ କଟକରେ ଅନୀଲ ମହାନ୍ତିଙ୍କ ଜନ୍ମଦିନ ପାର୍ଟିରେ ହଂସିତା ଅଭିଲିପ୍ସାଙ୍କ ସହିତ ମୋର ଦେଖା ହୋଇଥିଲା।
Crime
ନିଜ ନିଜ ଘରେ ଝୁଲି ପଡ଼ିଲେ ପ୍ରେମୀ ଯୁଗଳ!
ବାଙ୍କୀ ଥାନା ଅନ୍ତର୍ଗତ ଅନୁଆରୀ ପଞ୍ଚାୟତ କୁରୁମଚଇନି ଗାଁର ରଞ୍ଜନ ସେଠ ବାଇଗଣୀ ଗ୍ରାମ କଲ୍ୟାଣୀ ମାଝୀଙ୍କୁ ପ୍ରେମ କରୁଥିଲେ। କଲ୍ୟାଣୀ ମଧ୍ୟ ରଞ୍ଜନଙ୍କୁ ଭଲ ପାଉଥିଲେ। ଉଭୟ ବାହା ହେବା ପାଇଁ କେତେ ସପନ ଦେଖୁଥିଲେ।
Crime
କାଲି ଘରୁ ବାହାରିଥିଲା ପୁଅ, ଆଜି ମିଳିଲା ମୃତଦେହ
କାଲି ରାତିରେ ଘରୁ ବାହାରିଥିଲେ ଯୁବକ। ହେଲେ ଆଉ ଘରକୁ ଫେରିଲେ ନାହିଁ। ଆଜି ସକାଳୁ ଗାଁ ନିକଟରୁ ମିଳିଲା ତାଙ୍କ ରକ୍ତାକ୍ତ ମୃତଦେହ ।